ଦେର୍ଲାଠିର ହିତାଧିକାରୀଙ୍କୁ ମିଳିଲା ପକ୍କାଘର କାର୍ଯ୍ୟାଦେଶ

ଥୁଆମୂଳ ରାମପୁର,୨୬ା୪(ଦୁର୍ଗା କୀର୍ତ୍ତି): ଦୁର୍ଗମ ଅଞ୍ଚଳର ବିକାଶ ପାଇଁ ପ୍ରଶାସନ ଦେଇଥିବା ପ୍ରତିଶ୍ରୁତି ବାସ୍ତବ ରୂପ ନେଇଛି। କିଛିଦିନ ପୂର୍ବେ କଳାହାଣ୍ଡି ଜିଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ (ସିଡିଓ) ତଥା ଆଇଏଏସ୍‌ ସୌମ୍ୟରଞ୍ଜନ ପ୍ରଧାନ ଥୁଆମୂଳ ରାମପୁର ବ୍ଲକର ଦେର୍ଲାଠି ଗ୍ରାମକୁ ଚାଲିଚାଲି ଯାଇ ହିତାଧିକାରୀଙ୍କ ସମସ୍ୟା ବୁଝିଥିଲେ। ଏହାର ବାସ୍ତବ ରୂପ ଦେବାକୁ ଯାଇ ଶନିବାର ବ୍ଲକ ପ୍ରଶାସନ ପକ୍ଷରୁ ଦେର୍ଲାଠି ଗ୍ରାମରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ କରାଯାଇ ହିତାଧିକାରୀଙ୍କୁ ପକ୍କାଘର ପାଇଁ କାର୍ଯ୍ୟାଦେଶ ବଣ୍ଟନ କରାଯାଇଛି। ସିନ୍ଦିପଦର ପଞ୍ଚାୟତର ଏହି ଦୁର୍ଗମ ଗ୍ରାମରେ ଅନ୍ତ୍ୟୋଦୟ ଗୃହ ଯୋଜନା ୨୦୨୬-୨୭ ଅଧୀନରେ ୧୨ ଜଣ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ବଣ୍ଟନ କରାଯାଇଛି। ଏଥିସହ ଏକ ଭବ୍ୟ ଶପଥ ଗ୍ରହଣ ଉତ୍ସବ ମଧ୍ୟ ଅନୁଷ୍ଠିତ ହୋଇଥିଲା, ଯେଉଁଠାରେ ହିତାଧିକାରୀମାନେ ନିର୍ଦ୍ଧାରିତ ସମୟରେ ଗୃହ ନିର୍ମାଣ ଶେଷ କରିବାକୁ ଶପଥ ନେଇଥିଲେ।

ଏହି କାର୍ଯ୍ୟକ୍ରମରେ ଥୁଆମୂଳ ରାମପୁର ବିଡିଓ ଧ୍ରୁବ ଚରଣ ମୁରୁଲି, ଏପିଡି ଆର୍‌ଏଚ୍‌ ଅମୂଲ୍ୟ ବାଉଳ, ପିଇଓ ବସିଷ୍ଠ ଶବର, ଏଇଇ ସାଲ୍ଖୁ ହେମ୍ବ୍ରମ, ଏଇ ପ୍ରତାପ ସାହୁ, ବିପିସି ଆର୍‌ଏଚ୍‌ ରାଜେନ୍ଦ୍ର ନାରାୟଣ ଦେବ ପ୍ରମୁଖ ଉପସ୍ଥିତ ଥିଲେ। ଏହି ପଦକ୍ଷେପ ପାଇଁ ଅଞ୍ଚଳବାସୀ ଜିଲା ଓ ବ୍ଲକ ପ୍ରଶାସନକୁ ସାଧୁବାଦ ଜଣାଇଛନ୍ତି।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମାଡ଼ ମାରି ଭାଉଜଙ୍କ ହାତ ଭାଙ୍ଗିଦେଲେ ଦିଅର, ଆଉ ତା’ପରେ…

ଦିଗପହଣ୍ଡି,୧୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଣ୍ଡଦେଉଳି ଗ୍ରାମର ବନିତା ପ୍ରଧାନଙ୍କୁ ରବିବାର ତାଙ୍କ ଦିଅର ପଦ୍ମ ଲୋଚନ ପ୍ରଧାନ ଆକ୍ରମଣ କରି ବାମ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ବାଲ୍ୟବନ୍ଧୁ, BJP ବିଧାୟକଙ୍କୁ ନେଇ ଆଣିଲେ ବଡ଼ ଅଭିଯୋଗ! ଛାନିଆ ହୋଇଗଲେ….

ମୁମ୍ବାଇ,୧୩।୯: ମହାରାଷ୍ଟ୍ରର ଭାୟନ୍ଦରରେ ଜମି ବିବାଦକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାଲ୍ୟବନ୍ଧୁ ଅସଗରଅଲି ଭୋରା ତାଙ୍କୁ ଭେଟିଛନ୍ତି । ୮ ସେପ୍ଟେମ୍ବରରେ ୮୧ ବର୍ଷୀୟ ଭୋରା…

ପଶ୍ଚିମବଙ୍ଗରେ ବନ୍ଦ ହେଲା ୨୫୨ ମଦ୍ରାସା

କୋଲକାତା,୧୩ା୯: ପଶ୍ଚିମବଙ୍ଗ ସରକାର ରାଜ୍ୟରେ ଚାଲୁଥିବା ଇସ୍‌ଲାମୀୟ ଶିକ୍ଷାନୁଷ୍ଠାନଗୁଡ଼ିକର ସମୀକ୍ଷା କରିବା ପରେ ୨୫୨ ମଦ୍ରାସାକୁ ବନ୍ଦ କରିବା ପାଇଁ ନୋଟିସ ଜାରି କରିଛନ୍ତି। ଯାଞ୍ଚ ପ୍ରକ୍ରିୟାର…

ବ୍ୟବସାୟିକ ଜାହାଜ ଉପରେ ଆକ୍ରମଣ: ଭାରତୀୟ ନାବିକ ନିଖୋଜ

ନୂଆଦିଲ୍ଲୀ,୧୩ା୯: ଓମାନ ଉପକୂଳରେ ବ୍ୟବସାୟିକ ଜାହାଜ ଏମ୍‌ଟି ଏଲ୍‌ ଗାଇଆ ଉପରେ ଆକ୍ରମଣ ହେବାରୁ ଜଣେ ଭାରତୀୟ ନାବିକ ନିଖୋଜ ହୋଇଥିବା ବହିର୍ବ୍ୟାପାର ମନ୍ତ୍ରଣାଳୟ ରବିବାର ସ୍ପଷ୍ଟ…

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ତାତିଲେ ମହିଳା, ଭାଙ୍ଗିଲେ ମଦ ଭାଟି

ମୋହନ,୧୩।୯(ମନ୍ମଥ ମିଶ୍ର): ଗାଁରେ ଚାଲିଥିଲା ମଦ ଭାଟି। ଏନେଇ ଗାଁରେ ଅଶାନ୍ତ ପରିବେଶ ସୃଷ୍ଟି ହେବା ଯୁବପିଢୀ ପଥଭ୍ରଷ୍ଟ ହେଉଥିଲେ। ବାରମ୍ବାର ଅଭିଯୋଗ ପରେ ବି କାହାର…

ସନତ ସଭାପତି, ଉମାକାନ୍ତ ସାଧାରଣ ସମ୍ପାଦକ ନିର୍ବାଚିତ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ହାବିଲଦାର, କନେଷ୍ଟବଲ ଆସୋସିଏଶନ ନିର୍ବାଚନ ଫଳାଫଳ ରବିବାର ଘୋଷଣା ହୋଇଛି। ଏଥିରେ ସଭାପତି ସନତ କୁମାର ହୋତା ସଭାପତି ନିର୍ବାଚିତ ହୋଇଛନ୍ତି।…

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା; BRICS ନେତା କହିଲେ…

ନୂଆଦିଲ୍ଲୀ, ୧୩ା୯ : ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି) ବର୍ତ୍ତମାନ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟାରେ ପରିଣତ ହୋଇଛି । ଏହାକୁ ନେଇ ବ୍ରିକ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?