Posted inଜାତୀୟ

ଦେଶରେ ପାଞ୍ଚ କୋଟିଙ୍କୁ ଆୟୁଷ୍ମାନ ଯୋଜନାର ଲାଭ: ଚିକିତ୍ସା ପାଇଁ ଖର୍ଚ୍ଚ ହୋଇଛି ୬୧,୫୦୧ କୋଟି…

ନୂଆଦିଲ୍ଲୀ,୧।୬ : ବର୍ତ୍ତମାନ ପର୍ଯ୍ୟନ୍ତ ଦେଶରେ ପାଞ୍ଚ କୋଟି ଲୋକ ଆୟୁଷ୍ମାନ ଯୋଜନା ଦ୍ୱାରା ଉପକୃତ ହୋଇଛନ୍ତି। ପ୍ରଧାନ ମନ୍ତ୍ର ଜନ ଆରୋଗ୍ୟ ଯୋଜନା ମାଧ୍ୟମରେ ସେମାନେ ମାଗଣା ଚିକିତ୍ସା ସେବା ପାଇଛନ୍ତି। ଆୟୁଷ୍ମାନ ଭାରତ ଯୋଜନା ଅଧୀନରେ ଏହି ଲୋକଙ୍କ ଚିକିତ୍ସା ପାଇଁ ସରକାର ୬୧,୫୦୧ କୋଟି ଟଙ୍କା ଖର୍ଚ୍ଚ କରିଛନ୍ତି। ଜାତୀୟ ସ୍ବାସ୍ଥ୍ୟ ପ୍ରାଧିକରଣ କହିଛନ୍ତି ଏପର୍ଯ୍ୟନ୍ତ ୨୩.୩୯ କୋଟି ହିତାଧିକାରୀ ଏହି ଯୋଜନା ସହିତ ସଂଯୁକ୍ତ ଅଛନ୍ତି। ଏହି ପ୍ରକ୍ରିୟା ଜାରି ରହିଛି। ବର୍ତ୍ତମାନ ଆୟୁଷ୍ମାନ ଭାରତ ହିତାଧିକାରୀମାନେ ଦେଶର ୨୮,୩୫୧ ହସ୍ପିଟାଲରେ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ମାଗଣା ଚିକିତ୍ସା ସେବାର ସୁବିଧା ପାଇପାରୁଛନ୍ତି।

କର୍ତ୍ତୃପକ୍ଷଙ୍କ ଅନୁଯାୟୀ, ଏହି ଯୋଜନାର ହିତାଧିକାରୀଙ୍କୁ ଏପର୍ଯ୍ୟନ୍ତ ୯.୨୮ କୋଟି ଆୟୁଷ୍ମାନ କାର୍ଡ ପ୍ରଦାନ କରାଯାଇଛି। ୨୦୨୨ ମସିହାରେ ୧.୬୫ କୋଟି ଲୋକ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ଏହି ଯୋଜନା ଦିଲ୍ଲୀ, ଓଡିଶା ଏବଂ ପଶ୍ଚିମବଙ୍ଗ ବ୍ୟତୀତ ୩୩ ଟି ରାଜ୍ୟରେ ପ୍ରଯୁଜ୍ୟ। ଗତ ବର୍ଷ ୨୦୨୨-୨୩ ମସିହାରେ ୫୬ ପ୍ରତିଶତ ଲୋକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହୋଇଥିବାବେଳେ ୪୪ ପ୍ରତିଶତ ଲୋକଙ୍କୁ ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଆୟୁଷ୍ମାନ ଭାରତ ଯୋଜନା ଅନ୍ତର୍ଗତ ୨୭ ଟି ବିଭିନ୍ନ ବିଶେଷତ୍ୱ ଅନ୍ତର୍ଗତ ଲୋକମାନଙ୍କ ପାଇଁ ମୋଟ ୧,୯୪୯ ପ୍ରକାରର ଚିକିତ୍ସା ଉପଲବ୍ଧ। ଯେଉଁଥିରେ କର୍କଟ, ଜରୁରୀକାଳୀନ ଚିକିତ୍ସା, ଅର୍ଥୋପେଡିକ ଏବଂ କିଡନୀ ସମ୍ବନ୍ଧୀୟ ସମସ୍ୟା ଅନ୍ତର୍ଭୁକ୍ତ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri