ଶରୀର ପାଇଁ ଉପକାରୀ ଜିରା: ଏମିତି କରନ୍ତୁ ସେବନ

ଆମେ ସାଧାରଣତଃ ଅଧିକାଂଶ ଖାଦ୍ୟ ପ୍ରସ୍ତୁତ କରିବା ବେଳେ ଜିରା ବ୍ୟବହାର କରିଥାଉ। ଏହାର ସୁଗନ୍ଧ କେବଳ ଭଲ ନୁହେଁ ବରଂ ଏଥିରେ ଭରି ରହିଥିବା ପୋଷକ ତତ୍ତ୍ୱ ସ୍ବାସ୍ଥ୍ୟ ପାଇଁ ବେଶ୍‌ ଉପକାରୀ। ଜାଣନ୍ତୁ ଏହାର ଏକାଧିକ ଉପକାରିତା ସମ୍ପର୍କରେ…

ଗ୍ୟାସ୍‌, ଏସିଡିଟି, ବଦହଜମୀ ଭଳି ସମସ୍ୟା ବର୍ତ୍ତମାନ ଅନେକଙ୍କଠାରେ ଦେଖିବାକୁ ମିଳୁଛି। ଜିରା ଖାଇଲେ ଖାଦ୍ୟ ହଜମରେ ସାହାଯ୍ୟ କରୁଥିବା ଏନ୍‌ଜାଇମ୍‌ ବୃଦ୍ଧି ହୋଇଥାଏ। ଫଳରେ ଏଭଳି ସମସ୍ୟା ଦୂରକରିବା ଲାଗି ଜିରା ସବୁଠୁ ଭଲ ପ୍ରାକୃତିକ ଔଷଧ ଭାବେ କାମ କରିଥାଏ।
ଜିରାରେ ଆଇରନ୍‌ ମାତ୍ରା ଅଧିକ। ତେଣୁ ଖାଦ୍ୟ ତାଲିକାରେ ଏହାକୁ ସାମିଲ କରିବା ଦ୍ୱାରା ଋତୁସ୍ରାବ ସମୟରେ ଅଧିକ ରକ୍ତସ୍ରାବ ଯୋଗୁ ଶରୀରରୁ ହେଉଥିବା ଆଇରନ୍‌ କ୍ଷୟ ଏବଂ ଏଥିନେଇ ହେଉଥିବା ଦୁର୍ବଳତା ଦୂରହୋଇଥାଏ। ଏହା ହିମୋଗ୍ଲୋବିନ୍‌ ମାତ୍ରା ବଢ଼ାଇବାରେ ମଧ୍ୟ ସାହାଯ୍ୟ କରିଥାଏ।
ଋତୁସ୍ରାବରେ ଅନିୟମିତତା ଦେଖାଦେଉଥିଲେ ୧ ଗ୍ଲାସ୍‌ ପାଣିରେ ୧ ଚାମଚ ଜିରା ମିଶାଇ ଫୁଟାନ୍ତୁ ଏବଂ ଥଣ୍ଡାକରି ଉକ୍ତ ପାଣିକୁ ପିଅନ୍ତୁ। ପ୍ରତିଦିନ ଏପରି କରିବା ଦ୍ୱାରା ସମସ୍ୟା ଦୂରହୋଇପାରିବ।
ଜିରାରେ ଭରି ରହିଛି ପ୍ରଚୁର ପରିମାଣରେ ଭିଟାମିନ୍‌ ଇ; ଯାହାକି ତ୍ୱଚା ପାଇଁ ଉପକାରୀ। ଏଥିରେ ଥିବା ଅନ୍ୟାନ୍ୟ ପଦାର୍ଥ ତ୍ୱଚାକୁ ସଂକ୍ରମଣରୁ ରକ୍ଷା କରିଥାଏ। ତ୍ୱଚାରେ ଦାଗ ଅବା ଇନ୍‌ଫେକ୍ସନ ସମସ୍ୟା ଥିଲେ ଜିରାକୁ ବାଟି କୌଣସି ଫେସ୍‌ପ୍ୟାକ୍‌ରେ ମିଶାଇ ଲଗାଇ କିଛି ସମୟ ପରେ ଧୋଇଦେଲେ ତ୍ୱଚାରୁ ଦାଗ କିଛିଦିନ ମଧ୍ୟରେ ଚାଲିଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପରେ ସ୍ବାମୀଙ୍କ ଭାଗ୍ୟ ଚମକାନ୍ତି ଏହି ୩ ରାଶିର ଯୁବତୀ

ଯେତେବେଳେ ବିବାହ କଥା ଉଠେ, ସମସ୍ତେ ଉତ୍ତମ ବୁଝାବଣା ଥିବା ଜୀବନସାଥୀଟିଏ ଖୋଜିଥାନ୍ତି। କୁହାଯାଏ ବିବାହ ପରେ ସ୍ବାମୀ ସହ ସ୍ତ୍ରୀର ଭାଗ୍ୟ ଯୋଡ଼ି ହୋଇଯାଏ।...

ଏହି ୫ ଗୁଣ ସ୍ତ୍ରୀଙ୍କ ପାଖରେ ଥିଲେ ଭାଗ୍ୟବାନ ହୋଇଥାନ୍ତି ସ୍ବାମୀ; ଜାଣନ୍ତୁ କ’ଣ କୁହନ୍ତି…

ଆଚାର୍ଯ୍ୟ ଚାଣକ୍ୟ ମନୁଷ୍ୟ ଜୀବନକୁ ସଫଳ କରିବା ପାଇଁ ଅନେକ ନୀତି ବିଷୟରେ ବର୍ଣ୍ଣନା କରିଛନ୍ତି। ଯେଉଁ ବ୍ୟକ୍ତି ଏହାକୁ ଅନୁସରଣ କରେ ତାର ଜୀବନରୁ...

ଶ୍ରାବଣରେ ମହାଦେବଙ୍କ ଶୁଭଦୃଷ୍ଟି ପାଇବାକୁ ଚାହାନ୍ତି କି, କରନ୍ତୁ ଏପରି…

ଶ୍ରାବଣ ମାସ ଆରମ୍ଭ ହୋଇଯାଇଛି। ବିଶ୍ୱାସ ରହିଛି ଯଦି ଭଗବାନ ଶିବ ଏହି ମାସରେ ସନ୍ତୁଷ୍ଟ ହୁଅନ୍ତି ତେବେ ସେ ଭକ୍ତର ପ୍ରତ୍ୟେକ ଇଚ୍ଛା ପୂରଣ...

ଝାଡାବାନ୍ତି ହେଉଥିଲେ…କେମିତି ନେବେ ଯତ୍ନ

ସାଧାରଣତଃ ବର୍ଷାଦିନେ ଥଣ୍ଡା, କାଶ, ଜ୍ୱର, ମ୍ୟାଲେରିଆ, ଡେଙ୍ଗୁ ଆଦି ସ୍ବାସ୍ଥ୍ୟ ସମସ୍ୟା ଅଧିକ ପରିମାଣରେ ଦେଖିବାକୁ ମିଳିଥାଏ। ଏହି ଋତୁରେ ଅନ୍ୟ ଏକ ସମସ୍ୟା...

ସନ୍ତୁଳିତ ଓଜନ ଲାଗି…ଆପଣାନ୍ତୁ ଏହି ଟିପ୍ସ

ଆଜିକାଲି ଓଜନ ବୃଦ୍ଧି ବା ଓବେସିଟି ଏକ ସାଧାରଣ କଥା ପାଲଟି ଗଲାଣି। ଖାଦ୍ୟପେୟ, ନିୟମିତ ବ୍ୟାୟାମ ନ କରିବା, ଅସନ୍ତୁଳିତ ଜୀବନଶୈଳୀ ଏହାର କେତୋଟି...

ଖାଆନ୍ତୁ ଡାଳିମ୍ବ: ଦୂର ହେବ ଏସବୁ ରୋଗ

ଡାଳିମ୍ବରେ ଅନେକ ପ୍ରକାର ସ୍ବାସ୍ଥ୍ୟୋପଯୋଗୀ ଗୁଣ ଭରି ରହିଛି। ଜାଣନ୍ତୁ ସେ ସମ୍ପର୍କରେ… ଭିଟାମିନ୍‌ ‘ସି’ର ଅନ୍ୟତମ ପ୍ରମୁଖ ଉତ୍ସ ହେଉଛି ଡାଳିମ୍ବ। ଏଥିରେ ଥିବା...

ଲାଞ୍ଜ ହଜିବା ରହସ୍ୟ

”ଜାପାନସ୍ଥିତ କେଇଓ ବିଶ୍ୱବିଦ୍ୟାଳୟର କିଛି ଜୈବ ଇଞ୍ଜିନିୟର ମଣିଷଠାରେ ଲଗାଇବା ପାଇଁ କୃତ୍ରିମ ଲାଞ୍ଜ ତିଆରି କରିଛନ୍ତି। ଏହାର ନାମ ରଖାଯାଇଛି ‘ଆରକ୍ୟୁ’। ଭଲ କରି...

ଖର୍ଚ୍ଚ ବଢ଼ୁଛି, ଘରେ ଲାଗି ରହୁଛି କି କଳହ? ବାସ୍ତୁଦୋଷ ହୋଇପାରେ କାରଣ, ଜାଣନ୍ତୁ ପ୍ରତିକାର…

ଅନେକଥର ଏମିତି ହୋଇଥିବ, ଘରେ କୌଣସି ଜିନିଷର ଅଭାବ ନଥିବ, କିନ୍ତୁ କଳହ ସବୁବେଳେ ଲାଗି ରହୁଥିବ। ଏପରିକି ଘରର ଉନ୍ନତି ପଥରେ ବାରମ୍ବାର ବାଧା...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri