ଗୋମୂତ୍ର ପିଇଲେ ଭଲ ହେବ କରୋନା: ଏମିତି କହୁଥିବା ଭାଜପା ନେତା ନିଜେ କରୋନାରେ ସଂକ୍ରମିତ

କୋଲକାତା,୧୭ ।୧୦: ପଶ୍ଚିମବଙ୍ଗ ଭାରତୀୟ ଜନତା ପାର୍ଟି(ଭାଜପା) ଅଧ୍ୟକ୍ଷ ତଥା ଏମ୍‌ପି ଦିଲ୍ଲିପ ଘୋଷ କରୋନାରେ ସଂକ୍ରମିତ ହୋଇଥିବା ଜଣାପଡିଛି । ଏହାପରେ ତାଙ୍କୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ମିଳିଥିବା ସୂଚନାରୁ ଜଣାପଡିଛି ଘୋଷଙ୍କୁ ସାମାନ୍ୟ ଜ୍ୱର ଥିଲା । ଏହାପରେ ତାଙ୍କର କରୋନା ଟେଷ୍ଟ କରାଯିବାରୁ ଏବେ ରିପୋର୍ଟ ପଜିଟିଭ ଆସିଛି । ତେବେ ତାଙ୍କର ଅକ୍ସିଜେନ ଲେବଲ ଠିକ୍ ଥିବାରୁ ଚିନ୍ତା କରିବାର କୌଣସି କାରଣ ନାହିଁ ବୋଲି ଡାକ୍ତର କହିଛନ୍ତି । ଗତ ଦୁଇ ଦିନ ହେବ ସେ ଜ୍ୱରରେ ପୀଡ଼ିତ ଥିଲେ । ସୂଚନାଯୋଗ୍ୟ, ପୂର୍ବରୁ କରୋନା ଭାଇରସ ସଂକ୍ରମଣକୁ ନେଇ ଘୋଷ ଯେଉଁ ବିବାଦୀୟ ବୟାନ ଦେଇଥିଲେ ସେଥିପାଇଁ ସେ ଆସିଥିଲେ ଚର୍ଚ୍ଚାକୁ । ସେ କହିଥିଲେ ଗୋମୂତ୍ର ପିଇଲେ କରୋନା ଭାଇରସ ସହ ଶରୀରରେ ଥିବା ସମସ୍ତ ଭାଇରସ ସହ ଲଢିବାକୁ ରୋଗ ପ୍ରତିରୋଧକ ଶକ୍ତି ତିଆରି ହୋଇଯିବ । ଏହାକୁ ନେଇ ଏକ ଭିଡିଓ ବି ଘୋଷଙ୍କର କିଛିଦିନ ତଳେ ଭାଇରାଲ ହୋଇଥିଲା । ହେଲ ଏବେ ସେ ନିଜେ କରୋନାରେ ସଂକ୍ରମିତ ହେବା ଅନ୍ୟମାନଙ୍କ ପାଇଁ ପ୍ରଶ୍ନ କରିବାକୁ ସୁଯୋଗ ଦେଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ପଡିକଲଙ୍କ କ୍ରମାଗତ ଦ୍ୱିତୀୟ ଶତକ, ଭାରତ ୩୦୦/୫

କଲମ୍ବୋ, ୨୩ା୮- ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରବିବାରଠାରୁ ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ ପ୍ରଥମ ଦିନ…

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri