Posted inଜାତୀୟ

ବେଙ୍ଗାଲୁରୁ ବିସ୍ଫୋରଣ ମାଷ୍ଟରମାଇଣ୍ଡ ପଶ୍ଚିମବଙ୍ଗରେ ଗିରଫ

ବେଙ୍ଗାଲୁରୁ/ନୂଆଦିଲ୍ଲୀ,୧୩ା୪: ଗତ ମାସରେ ବେଙ୍ଗାଲୁରୁର ରାମେଶ୍ୱରମ୍‌ କାଫେ ବିସ୍ଫୋରଣ ଘଟଣାରେ ଏହାର ମାଷ୍ଟରମାଇଣ୍ଡ ଏବଂ ବୋମା ଖଞ୍ଜିଥିବା ୨ ଅଭିଯୁକ୍ତଙ୍କୁ ପଶ୍ଚିମବଙ୍ଗ ପୂର୍ବ ମେଦିନିପୁର ଜିଲାର କାନ୍ଥି ଅଞ୍ଚଳରୁ ଗିରଫ କରାଯାଇଛି। ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ) ଶୁକ୍ରବାର ସକାଳେ ଏହି ସୂଚନା ଦେଇଛି। କେନ୍ଦ୍ରୀୟ ଗୋଇନ୍ଦା ସଂସ୍ଥା ଏବଂ ପଶ୍ଚିମବଙ୍ଗ, କର୍ନାଟକ, ତେଲଙ୍ଗାନା ଓ କେରଳ ପୋଲିସର ମିଳିତ ଅଭିଯାନ ପରେ ଅଭିଯୁକ୍ତ ମୁସାଭିର ହୁସେନ୍‌ ଶାଜେବ ଏବଂ ଅବଦୁଲ ମାଥିନ ତାହାଙ୍କୁ ଗିରଫ କରାଯାଇଛି। ସେମାନେ କୋଲକାତା ଯାଉଥିଲେ ବୋଲି ଏନ୍‌ଆଇଏ କହିଛି। ଶାଜେବ ଏକ ବ୍ୟାଗ୍‌ରେ ବିସ୍ଫୋରକ ଡିଭାଇସ୍‌ ନେଇ ଲୋକପ୍ରିୟ କାଫେରେ ଖଞ୍ଜିଥିଲା ବୋଲି ଉପଲବ୍ଧ ହୋଇଥିବା ତଥ୍ୟ ପ୍ରମାଣରୁ ସୂଚନା ମିଳିଛି। ଆକ୍ରମଣ କରିବା ଓ ଖସିପଳାଇବାର ଯୋଜନା ତାହା କରିଥିଲା ବୋଲି ଜଣାପଡ଼ିଛି। ଗତ ମାସରେ ଏହି ମାମଲାରେ ମୁଜାମିଲ ଶରିଫଙ୍କୁ ଗିରଫ କରାଯାଇଥିଲା। ସେ ଶାଜେବ ଏବଂ ତାହାଙ୍କୁ ଲଜିଷ୍ଟିକାଲ ସହାୟତା କରିଥିଲେ ବୋଲି ଏନ୍‌ଆଇଏ କହିଛି। ତେବେ ପଶ୍ଚିମବଙ୍ଗରୁ ୨ ଅଭିଯୁକ୍ତ ଗିରଫ ହେବା ନେଇ ଶାସକ ତୃଣମୂଳ କଂଗ୍ରେସ ଏବଂ ଭାଜପା ମଧ୍ୟରେ ରାଜନୈତିକ ବାକ୍‌ଯୁଦ୍ଧ ଆରମ୍ଭ ହୋଇଯାଇଛି। ପଶ୍ଚିମବଙ୍ଗ ଆତଙ୍କବାଦୀଙ୍କ ଭୂସ୍ବର୍ଗରେ ପରିଣତ ହୋଇଥିବା ଏହି ଗିରଫଦାରିରୁ ସ୍ପଷ୍ଟ ହୋଇଛି ବୋଲି ଭାଜପାର ସୋସିଆଲ ମିଡିଆ ମୁଖ୍ୟ ଅମିତ ମାଲବ୍ୟ କହିଥିବାବେଳେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏହାକୁ ନେଇ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ଭାଜପା ତାଙ୍କ ରାଜ୍ୟ ବିରୋଧରେ ମନଗଢ଼ା କାହାଣୀର ପ୍ରସାର କରୁଥିବା ସେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୋଲର, ବ୍ୟାଟରଙ୍କ ଖରାପ ପ୍ରଦର୍ଶନ: ଦ୍ୱିତୀୟ T20ରେ ଭାରତର ଶୋଚନୀୟ ପରାଜୟ

ମୁଲାନପୁର,୧୧ା୧୨: ମୁଲାନପୁରରେ ଖେଳାଯାଇଥିବା ଦ୍ୱିତୀୟ T20 ଅନ୍ତର୍ଜାତୀୟ ମ୍ୟାଚରେ ଦକ୍ଷିଣ ଆଫ୍ରିକାଠାରୁ ଭାରତ ୫୧ ରନରେ ଶୋଚନୀୟ ଭାବେ ପରାସ୍ତ ହୋଇଛି। ପ୍ରଥମେ ବୋଲର ଏବଂ...

ଆମେରିକାରେ ରହଣି ସମୟରେ ସନ୍ତାନ ଜନ୍ମ କଲେ ଭିସା ବାତିଲ, ପ୍ରଭାବିତ ହେବେ ଅନେକ ଭାରତୀୟ

ନୂଆଦିଲ୍ଲୀ,୧୧ା୧୨: ଆମେରିକାରେ ନାଗରିକତ୍ୱ ହାସଲ କରିବା ପାଇଁ ‘ଜନ୍ମ ପର୍ଯ୍ୟଟନ’କୁ ବନ୍ଦ କରିବା ଲକ୍ଷ୍ୟରେ ଆମେରିକା ଭିସା ନିୟମକୁ କଡ଼ାକଡ଼ି କରିଛି। ଭାରତରେ ଥିବା ଆମେରିକା...

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...

ଭାରତ-ଦକ୍ଷିଣ ଆଫ୍ରିକା ଦ୍ୱିତୀୟ T20I: ଡି’ କକ୍‌ଙ୍କ ବିସ୍ଫୋରକ ଇନିଂସ୍; ଭାରତ ଆଗରେ ବିଶାଳ ଲକ୍ଷ୍ୟ

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଇଥିବା ଦ୍ୱିତୀୟ T20Iରେ ଦକ୍ଷିଣ ଆଫ୍ରିକାର ବ୍ୟାଟ୍ସମ୍ୟାନ୍ କ୍ୱିଣ୍ଟନ୍ ଡି’ କକ୍‌ଙ୍କ ବିସ୍ଫୋରକ ବ୍ୟାଟିଂ...

‘ମୁଣ୍ଡରେ କଫନ୍ ବାନ୍ଧି କଂଗ୍ରେସର ସଂସ୍କାର ପାଇଁ ବାହାରିଛି’: ମହମ୍ମଦ ମୋକିମ୍

କଟକ,୧୧ା୧୨: ଓଡ଼ିଶା କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ମହମ୍ମଦ ମୋକିମ୍‌ ଦଳର ସଂସ୍କାର ଆଣିବା ଉଦ୍ଦେଶ୍ୟରେ ବାହାରିଥିବା କହିଛନ୍ତି। ପୂର୍ବରୁ ପିସିସି ସଭାପତି...

Bahraich Violence: ବହରାଇଚ ହିଂସା ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ, ଅନ୍ୟ ନଅ ଜଣଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୧୧।୧୨: ବହରାଇଚ ହିଂସାର ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଅନ୍ୟ ନଅ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ ଦିଆଯାଇଛି। ଗୁରୁବାର କୋର୍ଟ ରାମଗୋପାଳ...

ଟାରିଫ୍ ଧମକ ପରେ ଟ୍ରମ୍ପଙ୍କୁ ଫୋନ୍ କଲେ ପ୍ରଧାନମନ୍ତ୍ରୀ ମୋଦି, କହିଲେ ଏସବୁ କଥା

ନୂଆଦିଲ୍ଲୀ,୧୧।୧୨: ଆମେରିକା ମଧ୍ୟରେ ଚାଲିଥିବା ବାଣିଜ୍ୟିକ ତିକ୍ତତା ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଟେଲିଫୋନ ଯୋଗେ କଥାବାର୍ତ୍ତା...

ପତ୍ନୀଙ୍କୁ ହତ୍ୟାକରି ମୃତ ଶରୀରକୁ ବ୍ଲେଣ୍ଡରରେ ପୁରାଇ ପ୍ୟୁରି ବନାଇଦେଲେ ସ୍ବାମୀ…, ପୂର୍ବତନ ମିସ୍‌ ସ୍ବିଜରଲ୍ୟାଣ୍ଡଙ୍କ ସ୍ବାମୀ ଅଭିଯୁକ୍ତ

ବେର୍ନ,୧୧।୧୨: ପୂର୍ବତନ ମିସ ସ୍ବିଜରଲ୍ୟାଣ୍ଡ ଫାଇନାଲିଷ୍ଟ କ୍ରିଷ୍ଟିନା ଜୋକ୍ସିମୋଭିକଙ୍କ ସ୍ବାମୀଙ୍କ ବିରୋଧରେ ହତ୍ୟା ଅଭିଯୋଗ ଆସିଛି। ସ୍ବିସ କର୍ତ୍ତୃପକ୍ଷ କହିଛନ୍ତି ଯେ ସନ୍ଦିଗ୍ଧ ବ୍ୟକ୍ତି କ୍ରୋଧରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri