Posted inଜାତୀୟ

ଦୁବାଇ ବାହାରିଥିବା ଅଭିଷେକ ବାନାର୍ଜୀଙ୍କ ସ୍ତ୍ରୀଙ୍କୁ ବିମାନବନ୍ଦରରେ ଅଟକ

କୋଲକାତା,୫।୬: ଦୁବାଇ ଯିବାକୁ ବାହାରିଥିବା ତୃଳମୂଳ କଂଗ୍ରେସ ଏମ୍‌ପି ଅଭିଷେକ ବାନାର୍ଜୀଙ୍କ ସ୍ତ୍ରୀ ରୁଜିରା ବାନାର୍ଜୀଙ୍କୁ ପୁଣି ଥରେ କୋଲକାତା ବିମାନବନ୍ଦରରେ ଅଟକାଇ ଦିଆଯାଇଛି। ଇଡି ସୂତ୍ର ଅନୁଯାୟୀ, ରୁଜିରାଙ୍କ ବିରୋଧରେ ଲୁକ୍‌ଆଉଟ ନୋଟିସ ଜାରି କରାଯାଇଛି, ଯେଉଁଥିପାଇଁ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଅନ୍ତର୍ଜାତୀୟ ବିମାନବନ୍ଦରରେ ବୋଡିଂ କରିବା ପୂର୍ବରୁ ରୁଜିରାଙ୍କୁ ଅଟକା ଯାଇଛି। କୋଟି କୋଟି ଟଙ୍କାର କୋଇଲା ଚୋରା ଚାଲାଣ ଯୋଜନା ସମ୍ପର୍କରେ ସିବିଆଇ ରୁଜିରା ବାନାର୍ଜୀଙ୍କୁ ପଚରାଉଚରା କରିସାରିଛି।

କୁହାଯାଉଛି ଯେ, ଅଭିଷେକ ବାନାର୍ଜୀଙ୍କ ସ୍ତ୍ରୀ ରୁଜିରା ବାନାର୍ଜୀଙ୍କ ସୋମବାର ଦୁବାଇ ପାଇଁ ଫ୍ଲାଇଟ୍‌ ଥିଲା। ଯେଉଁଥିପାଇଁ ରୁଜିରା ଦମ୍‌ଦମ୍‌ ସ୍ଥିତ ନେତାଜୀ ସୁଭାଷ ଚନ୍ଦ୍ର ଅନ୍ତର୍ଜାତୀୟ ବିମାନବନ୍ଦରରେ ସକାଳ ୬.୩୦ ସମୟରେ ପହଞ୍ଚିଥିଲେ, କିନ୍ତୁ ବୋଡିଂ କରିବା ପୂର୍ବରୁ ସେ ଇମିଗ୍ରେଶନ ଟିମ ତାଙ୍କୁ ଅଟକି ଦେଇଥିଲେ। ରୁଜୀରା ବାନାର୍ଜୀଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଦୁଇ ଦିନ ପରେ ପଚରାଉଚରା କରିବ ବୋଲି ଜଣାପଡିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ଏଜେଣ୍ଟ ପାକିସ୍ତାନରେ ପ୍ରବେଶ କରି ୩୦ ଜଣ ଆତଙ୍କବାଦୀଙ୍କୁ ହତ୍ୟା କରିଥିଲେ: ଲସ୍କର ଅପରେଟିଭର ଚାଞ୍ଚଲ୍ୟକର ଦାବି!

ଇସଲାମାବାଦ,୪।୮: ଲସ୍କର-ଏ-ତୋଏବା ସହିତ ଜଡିତ ଜଣେ କାର୍ଯ୍ୟକର୍ତ୍ତା ଦାବି କରିଛନ୍ତି ଯେ ଗତ କିଛି ବର୍ଷ ମଧ୍ୟରେ ଭାରତୀୟ ଏଜେଣ୍ଟମାନେ ପାକିସ୍ତାନରେ ଅନୁପ୍ରବେଶ କରି ୩୦ ରୁ…

ଭାଜପାକୁ ହରାଇ ବିପୁଳ ବିଜୟ ପରେ ବଡ଼ ଦାବି କଲେଣି ପ୍ରଶାନ୍ତ କିଶୋର, କହିଲେ…

ପାଟନା,୪।୮: ବିହାରର ବାଙ୍କିପୁର ବିଧାନସଭା ଆସନ ପାଇଁ ଉପନିର୍ବାଚନରେ ବିଜୟୀ ହେବା ପରେ, ଜନ ସୁରାଜ ପ୍ରତିଷ୍ଠାତା ପ୍ରଶାନ୍ତ କିଶୋର ତାଙ୍କ ବିଜୟକୁ ରାଜ୍ୟ ରାଜନୀତିରେ ପରିବର୍ତ୍ତନର…

ଚିନ୍ତାଜନକ ରିପୋର୍ଟ, ଦିଲ୍ଲୀର ମାଛରେ ମିଳିଲା ଅତ୍ୟାଧିକ ପ୍ଲାଷ୍ଟିକ….

ନୂଆଦିଲ୍ଲୀ,୪।୮(ପି.ଟି.): ଦିଲ୍ଲୀରେ ପ୍ରବାହିତ ଯମୁନା ନଦୀର ମାଛମାନଙ୍କଠାରେ ହରିୟାଣାର ନଦୀପଥ ତୁଳନାରେ ଯଥେଷ୍ଟ ଅଧିକ ମାତ୍ରାରେ ମାଇକ୍ରୋପ୍ଲାଷ୍ଟିକ୍‌ (ସୂକ୍ଷ୍ମ ପ୍ଲାଷ୍ଟିକ୍‌ କଣିକା) ଜମା ହୋଇଥିବା ଏକ ଚାଞ୍ଚଲ୍ୟକର…

ଏମିତି କ’ଣ ଘଟିଲା ୮ ମାସରେ ୩୦ ବର୍ଷ ପୁରୁଣା ଗଡ଼ ହରାଇଲା ଭାଜପା: ପିକେ ସାଜିଲେ ଗେମଚେଞ୍ଜର

ପାଟନା,୩।୮: ଶେଷରେ ପିକେ ଓରଫ ପ୍ରଶାନ୍ତ କିଶୋର ସଫଳ ହୋଇଛନ୍ତି। ବିହାରର ବାଙ୍କିପୁର ବିଧାନସଭା ଆସନ ପାଇଁ ଉପନିର୍ବାଚନ ଜିତି ପ୍ରଶାନ୍ତ କିଶୋର ପ୍ରମାଣ କରିଛନ୍ତି ଯେ…

ଦୁଇ ଦିନରେ ପୋଲିସକୁ ଦ୍ୱିତୀୟ ସଫଳତା: ୭ ଲକ୍ଷ ଟଙ୍କା ଲୁଟ୍‌ ମାମଲାର ହେଲା ପର୍ଦ୍ଦାଫାଶ

ଗଜପତି,୩।୮(ଗିରିଧାରୀ ପରିଛା): ଗଜପତି ଜିଲାରେ ଟଙ୍କା ଲୁଟ୍‌ ଘଟଣାରେ ପୁଣି ଏକ ବଡ଼ ସଫଳତା ହାସଲ କରିଛି ଗାରାବନ୍ଧା ପୋଲିସ । ଦୁଇ ଦିନ ମଧ୍ୟରେ ଜିଲାରେ…

ଭତ୍ତା ପାଇଁ ହଟହଟା: ଜିଲାପାଳଙ୍କୁ ଫେରାଦ ହେଲେ ବୃଦ୍ଧାବୃଦ୍ଧ

ବରଗଡ଼,୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳର ବୃଦ୍ଧାବୃଦ୍ଧ ଦୀର୍ଘ ମାସ ହେଲା ବାର୍ଦ୍ଧକ୍ୟ ଭତ୍ତାରୁ ବଞ୍ଚିତ ହୋଇଥିବା ଅଭିଯୋଗ ହୋଇଛି । ବ୍ୟାଙ୍କକୁ ଗଲେ କେତେବେଳେ…

‘୨୫ ଦିନ ଅନଶନ କରନ୍ତୁ, ତା’ପରେ ଇସ୍ତଫା ଦେବି’: ଗୃହମନ୍ତ୍ରୀଙ୍କ ବୟାନକୁ ନେଇ ଭାଜପା ନିଆଁ

ନୂଆଦିଲ୍ଲୀ,୩।୮: ଭାରତୀୟ ଜନତା ପାର୍ଟି (BJP) କର୍ନାଟକ ଗୃହମନ୍ତ୍ରୀ ପ୍ରିୟଙ୍କ ଖାର୍ଗେଙ୍କର ଏକ ବୟାନକୁ ଶେୟାର କରି ତାଙ୍କୁ ଟାର୍ଗେଟ କରିଛି। ଭିଡିଓରେ ପ୍ରିୟଙ୍କ ଖାର୍ଗେ କହୁଥିବାର…

ନୂଆ ଅବତାରରେ ଧୋନୀ: ଭାଇରାଲ ହେଉଛି VIDEO

ରାଞ୍ଚି,୩।୮: ପୁଣି ଚର୍ଚ୍ଚାରେ ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। ତାଙ୍କୁ ଏକ ନୂଆ ଅବତାରରେ ଦେଖାଯାଇଛି। ଧୋନୀ ଏକ ରେସଟ୍ରାକରେ ବାଇକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri