Posted inଜାତୀୟ

ଏଣିକି ରାଜ୍ୟପାଳ ନୁହେଁ ମୁଖ୍ୟମନ୍ତ୍ରୀ ରହିବେ ବିଶ୍ୱବିଦ୍ୟାଳୟର କୁଳାଧିପତି

କୋଲକାତା,୨୬।୫: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ ନେତ୍ରୀ ମମତା ବାନାର୍ଜୀ ଗୁରୁବାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଖୁବ୍‌ଶୀଘ୍ର ରାଜ୍ୟପାଳଙ୍କ ବଦଳରେ ମମତା ବାନାର୍ଜୀ ବିଶ୍ୱବିଦ୍ୟାଳୟର କୁଳାଧିପତି ଭାବେ ଦାୟିତ୍ୱ ତୁଲାଇବେ। ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟପାଳ ରାଜ୍ୟ ବିଶ୍ୱବିଦ୍ୟାଳୟର କୁଳପତି ଥିବା ବେଳେ ଏଣିକି ମୁଖ୍ୟମନ୍ତ୍ରୀ କୁଳାଧିପତି ରହିବେ ବୋଲି ଜଣାପଡ଼ିଛି। ପଶ୍ଚିମବଙ୍ଗ ବିଧାନସଭାରେ ଖୁବ୍‌ଶୀଘ୍ର ଏହାକୁ ନେଇ ଏକ ସଂଶୋଧିତ ବିଲ୍‌ ଉପସ୍ଥାପନ କରାଯିବ। ତେବେ ଗୁରୁବାର ଆୟୋଜିତ ହୋଇଥିବା କ୍ୟାବିନେଟ ବୈଠକରେ ଏନେଇ ନିଷ୍ପତ୍ତି ନିଆଯାଇଛି। ରାଜ୍ୟ ଦ୍ୱାରା ପରିଚାଳିତ ହେଉଥିବା ବିଶ୍ୱବିଦ୍ୟାଳୟଗୁଡ଼ିକରେ କୁଳପତି ନିଯୁକ୍ତ କରିବା ପାଇଁ ଏକ ବିଲ୍‌କୁ ପଶ୍ଚିମବଙ୍ଗ କ୍ୟାବିନେଟ ଅନୁମୋଦନ କରିଛି ବୋଲି ରାଜ୍ୟର ଶିକ୍ଷାମନ୍ତ୍ରୀ ବ୍ରତ୍ୟ ବସୁ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ନିକଟରେ ରାଜ୍ୟପାଳ ଜଗଦୀପ ଧନଖରଙ୍କ ବିରୋଧରେ ଅଭିଯୋଗ ହୋଇଥିଲା ଯେ, ସେ ରାଜ୍ୟ ସରକାରଙ୍କ ସହମତି ବିନା ଅନେକ କୁଳପତିଙ୍କ ନିଯୁକ୍ତ କରିଥିଲେ। ଗତ କିଛି ଦିନ ପୂର୍ବରୁ ବିଶ୍ୱବିଦ୍ୟାଳୟରେ କୁଳପତିଙ୍କ ନିଯୁକ୍ତିକୁ ନେଇ ପଶ୍ଚିମବଙ୍ଗରେ ଉତ୍ତେଜନା ଘଟଣା ମଧ୍ୟ ସାମ୍ନାକୁ ଆସିଥିଲା। ତେବେ ଏହି ମାମଲାରେ ରାଜ୍ୟପାଳଙ୍କ କ୍ଷମତା ହ୍ରାସ କରିବା ପାଇଁ ମମତା ସରକାର ଏଭଳି ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ସୂଚନା ମୁତାବକ, ପଶ୍ଚିମବଙ୍ଗ ରାଜ୍ୟପାଳଙ୍କ କାର୍ଯ୍ୟାଳୟ ଓ ମମତା ସରକାରଙ୍କ ମଧ୍ୟ ବିବାଦ ସବୁବେଳେ ଚର୍ଚ୍ଚାରେ ରହିଥାଏ। ରାଜ୍ୟପାଳ ଜଗଦୀପ ଧନଖର ଲଗାତର ଭାବେ ରାଜ୍ୟ ସରକାରଙ୍କ ଆଇନ ଶୃଙ୍ଖଳା ଉପରେ ପ୍ରଶ୍ନ ଉଠାଇଥାନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ

ଗୁଡ଼ାରୀ, ୯/୧୦ (ପ୍ରମୋଦ କୁମାର ପତି): ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଏହି ଦିନ ସମସ୍ତ ଅଙ୍ଗନବାଡ଼ି କର୍ମୀ…

ଘୂର୍ଣ୍ଣିବଳୟ ସକ୍ରିୟ, ୧୩ ବେଳକୁ ଲଘୁଚାପ: ଫେରନ୍ତା ମୌସୁମୀ ପ୍ରଭାବରେ ବର୍ଷା ଆରମ୍ଭ; ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୯ା୧୦(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ…

ସରପଞ୍ଚଙ୍କ ସ୍ବାମୀଙ୍କୁ ହତ୍ୟା ଉଦ୍ୟମ : ମାମଲା ରୁଜୁ କଲା ପୋଲିସ                     

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ ଚାନ୍ଦିନୀ ନାୟକ ଙ୍କ ସ୍ବାମୀ ଟୁନା ନାୟକ ଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା…

ଦିଗପହଣ୍ଡିରେ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ: ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ମାନଙ୍କୁ କରାଗଲା ସମ୍ମାନିତ

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ମିଶନ ଶକ୍ତି ଭବନ ପରିସରରେ ଶୁକ୍ରବାର ମହିଳା ଓ ଶିଶୁ ବିକାଶ ସମନ୍ୱିତ ପ୍ରକଳ୍ପ ସ୍ତରୀୟ ପୋଷଣ…

କେସିଙ୍ଗା ମହାବିଦ୍ୟାଳୟରେ ସଭାପତି ପଦ ପାଇଁ ୩ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

କେସିଙ୍ଗା, ୯/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ମହାବିଦ୍ୟାଳୟରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି। ନିର୍ବାଚନ ନେଇ ବିଜ୍ଞପ୍ତି…

ପ୍ରଥମ ଥର ପାଇଁ ଋଷିମାଳ ସ୍ନାତକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ

ବ୍ରାହ୍ମଣୀଗାଁ, ୯।୧୦(ମନୋରଞ୍ଜନ ରଣା): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଓଡ଼ିଶାର କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ପୁଣିଥରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେଉଛି। ଏହି କ୍ରମରେ…

ଆମେରିକା କାର୍ଯ୍ୟାନୁଷ୍ଠାନ ଉପରେ ସ୍ପଷ୍ଟୀକରଣ ରଖିଲା ଭାରତ, H-1B ଭିସା ଉପରେ …

ନୂଆଦିଲ୍ଲୀ,୯।୧୦: ଆମେରିକା ସରକାରଙ୍କ ଦ୍ୱାରା କେତେକ ପ୍ରମୁଖ ଟେକ୍ କମ୍ପାନୀକୁ ନିଯୁକ୍ତି-ଭିତ୍ତିକ ଗ୍ରୀନ୍ କାର୍ଡ କାର୍ଯ୍ୟକ୍ରମରୁ ନିଲମ୍ବିତ କରାଯିବା ନିଷ୍ପତ୍ତି ଉପରେ ଭାରତର ବୈଦେଶିକ ମନ୍ତ୍ରାଳୟ (MEA)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?