Posted inଜାତୀୟ

ନିଆଁ ସହ ନ ଖେଳନ୍ତୁ ମମତା

କୋଲକତା,୧୧।୧୨: ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ ପୂର୍ବରୁ ରାଜନୈତିକ ଯୁଦ୍ଧ ଆରମ୍ଭ ହୋଇଯାଇଛି। ଭାଜପା ଏବଂ ତୃଣମୂଳ କଂଗ୍ରେସ ଦଳର କର୍ମୀଙ୍କ ମଧ୍ୟରେ କଥା କଟାକଟି ହେବା ସହ ମାରପିଟ୍‌ ଖବର ମଧ୍ୟ ସାମ୍ନାକୁ ଆସୁଛି। ଶୁକ୍ରବାର ପଶ୍ଚିମବଙ୍ଗରେ ଆଇନ ଶୃଙ୍ଖଳା ପ୍ରସଙ୍ଗରେ ରାଜ୍ୟପାଳ ଜଗଦୀପ ଧନଖର ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଜଗଦୀପ ଧନଖର କହିଛନ୍ତି ଯେ, ପଶ୍ଚିମବଙ୍ଗରେ ଆଇନ ଶୃଙ୍ଖଳା ପରିସ୍ଥିତି କ୍ରମାଗତ ଭାବେ ଖରାପ ହେବାରେ ଲାଗିଛି। ରାଜ୍ୟପାଳ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ପ୍ରଶ୍ନ କରିଛନ୍ତି, ରାଜ୍ୟ ବାହାର ଲୋକ କିଏ, ଏହାର ଅର୍ଥ କ’ଣ? ଭାରତୀୟ ନାଗରିକମାନେ ବାହାର ଲୋକ କି? ମମତା ଏହିପରି ବିବୃତ୍ତି ଦୂରେଇ ରହିବ ଆବଶ୍ୟକ। ମୁଖ୍ୟମନ୍ତ୍ରୀ ନିଆଁ ସହିତ ଖେଳିବା ଉଚିତ ନୁହେଁ। ସମ୍ବିଧାନ ଅନୁସରଣ କରିବା ଉଚିତ୍‌ ବୋଲି ସେ କହିଛନ୍ତି। ରାଜ୍ୟପାଳ କହିଛନ୍ତି ଯେ ସମ୍ବିଧାନର ଆତ୍ମାକୁ ମନେ ରଖନ୍ତୁ, ଭାରତ ହେଉଛି ଏହାର ନାଗରିକ। ଯଦି ତୁମେ ଏହି ପଥରୁ ବିଚ୍ୟୁତ ହୁଅ, ତେବେ ମୋର ଦାୟିତ୍ୱ ଆରମ୍ଭ ହୁଏ ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ଗୁରୁବାର ଭାଜପାର ମୁଖ୍ୟ ଜେପି ନଡ୍ଡାଙ୍କ ଗାଡି ଉପରେ ଆକ୍ରମଣ କରାଯିବା ଘଟଣା ଏବଂ ରାଜ୍ୟର ଆଇନଶୃଙ୍ଖଳା ପରିସ୍ଥିତି ସଂକ୍ରାନ୍ତରେ କେନ୍ଦ୍ର ଗୃହ ବ୍ୟାପାର ମନ୍ତ୍ରଣାଳୟ ପଶ୍ଚିମବଙ୍ଗର ଡିଜିପି ଏବଂ ମୁଖ୍ୟ ସଚିବଙ୍କୁ ଡିସେମ୍ବର ୧୪ ତାରିଖରେ ହାଜର ହେବାକୁ ନିର୍ଦ୍ଦେଶ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri