Posted inଜାତୀୟ

ବାଚସ୍ପତିଙ୍କ ଉପରେ ରାଗିଗଲେ ରାଜ୍ୟପାଳ

କୋଲକତା,୨୫।୧: ପଶ୍ଚିମବଙ୍ଗରେ ପୁଣି ଥରେ ବାକ୍‌ଯୁଦ୍ଧ ତୀବ୍ର ହୋଇଛି। ରାଜ୍ୟପାଳ ଜଗଦୀପ ଧନଖର ମଙ୍ଗଳବାର ପୁଣି ଥରେ ବିଧାନସଭା ବାଚସ୍ପତି ବିମନ ବାନାର୍ଜୀ ଏବଂ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଟାର୍ଗେଟ କରିଛନ୍ତି। ସେ ବାଚସ୍ପତିଙ୍କ ନାଁରେ ସାମ୍ବିଧାନିକ ନିୟମ ଉଲ୍ଲଂଘନ ଏବଂ ତାଙ୍କ ଦ୍ୱାରା ଖୋଜା ଯାଇଥିବା ସୂଚନା ପ୍ରଦାନ କରୁନାହାଁନ୍ତି ବୋଲି ଅଭିଯୋଗ ଆଣିଛନ୍ତି। ଗଣତନ୍ତ୍ର ଦିବସ ପୂର୍ବରୁ ବିଧାନସଭା କମ୍ପ୍ଲେକ୍ସରେ ବି.ଆର୍‌ ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିବା ପରେ ଧନଖର ଗଣମାଧ୍ୟମକୁ କହିଛନ୍ତି, ବାଚସ୍ପତିଙ୍କ ପାଖରେ ରାଜ୍ୟପାଳଙ୍କ ବିଷୟରେ କିଛି କହିବାର ଲାଇସେନ୍ସ ବୋଧେ ଅଛି। ସେ ଯାହା କହୁଛନ୍ତି, ନିଜେ ନିୟମକୁ ଅବମାନନା କରୁଛନ୍ତି ବୋଲି ରାଜ୍ୟପାଳ କହିଛନ୍ତି।
ଧନଖର ଦାବି କରିଛନ୍ତି, ଅନେକ ଥର ବାଚସ୍ପତି ବିଏସଏଫର କାର୍ଯ୍ୟ କ୍ଷେତ୍ରର ସମ୍ପ୍ରସାରଣ ଉପରେ ବିଧାନସଭାର ସଂକଳ୍ପର ବିବରଣୀ ମାଗିଥିଲେ ସୁଦ୍ଧ ଏନେଇ ସୂଚନା ଦିଆଯାଇନାହିଁ। ବିଧାନସଭାରେ ତାଙ୍କ ଭାଷଣ ସମୟରେ ଦୁଇଥର ବ୍ଲାକ୍‌ଆଉଟ୍‌ କରାଯାଇଛି। ବାଚସ୍ପତି ଧାରା ୧୬୮ ଜାଣନ୍ତି ନାହିଁ କି? ମୁଁ ଏପରି ଅଜ୍ଞାତ, ଅସାମ୍ବିଧାନିକ କାର୍ଯ୍ୟର ସାମ୍ନା କରିପାରିବି ନାହିଁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନରଓ୍ବେକୁ ହରାଇ ସେମିଫାଇନାଲରେ ଇଂଲଣ୍ଡ

ମାୟାମି,୧୨ା୭: ଜୁଡେ ବେଲିଂଘମଙ୍କ ଡବଲ ଗୋଲ ବଳରେ ଚଳିତ ଫିଫା ବିଶ୍ୱକପ୍‌ର ତୃତୀୟ କ୍ୱାର୍ଟର ଫାଇନାଲ ମ୍ୟାଚ୍‌ରେ ଇଂଲଣ୍ଡ ୨-୧ ଗୋଲରେ ନରଓ୍ବେକୁ ପରାସ୍ତ କରି ସେମିଫାଇନାଲ…

ଉପ ମୁଖ୍ୟମନ୍ତ୍ରୀଙ୍କୁ କଡ଼ା ଟାର୍ଗେଟ କଲା ବିଜେଡି

ବରଗଡ଼,୧୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଏକ ପାୱାର ସବ୍‌ଷ୍ଟେଶନ ଉଦ୍‌ଘାଟନ କରିବା ପାଇଁ ରବିବାର ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଆସିଥିଲେ। ତେବେ ଗତ ସାଧାରଣ ନିର୍ବାଚନ…

ବରଗଡ଼ ରାଜନୀତିରେ ହଇଚଇ, ଉପମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ଏମପିଙ୍କ ଅନୁପସ୍ଥିତିକୁ ନେଇ ଚର୍ଚ୍ଚା

ଅତାବିରା,୧୨ା୭(ଯୁଧିଷ୍ଠିର ମହାପାତ୍ର): ଅତାବିରାରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କ ଉପସ୍ଥିତିରେ ଆୟୋଜିତ ବହୁମୁଖୀ ଭବନ ଲୋକାର୍ପଣ ଓ ବୁଦ୍ଧିଜୀବୀ ସମ୍ମିଳନୀରେ ବରଗଡ଼ ଜିଲାର ସମସ୍ତ ଭାଜପା ବିଧାୟକ…

ମୋଦିଙ୍କୁ ପ୍ରଶଂସାରେ ପୋତି ପକାଇଲେ ଚନ୍ଦ୍ରବାବୁ, ୨୦୪୭ ସୁଦ୍ଧା ଭାରତ…

ଅମରାବତୀ,୧୨।୭: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱରେ ଭାରତ ବିଶ୍ୱ ସ୍ତରରେ…

ପୁରୁଷୋତ୍ତମପୁର ରଥଯାତ୍ରା ନେଇ ପୋଲିସର ପ୍ରସ୍ତୁତି

ପୁରୁଷୋତ୍ତମପୁର,୧୨ା୭ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ରଥଯାତ୍ରାର ସୁପରିଚାଳନା ନେଇ ଏକ ପ୍ରସ୍ତୁତି ବୈଠକ ଆଇଆଇସି କୁଳମଣିସେଠୀଙ୍କ ତତ୍ତ୍ୱାବଧାନରେ ରବିବାର ଅନୁଷ୍ଠିତ ହୋଇଯାଇଛି।…

ଦିଗପହଣ୍ଡିରେ ହେବ ଖେମୁଣ୍ଡି ଲୋକ ମହୋତ୍ସବ, ୨ ମନ୍ତ୍ରୀ ୪ ବିଧାୟକଙ୍କୁ କରାଯିବ ନିମନ୍ତ୍ରଣ

ଦିଗପହଣ୍ଡି,୧୨।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସମ୍ମିଳନୀ କକ୍ଷରେ ରବିବାର ଅପରାହ୍ନରେ ଖେମୁଣ୍ଡି ଲୋକ ମହୋତ୍ସବ ଆୟୋଜନ କରିବା ନିମନ୍ତେ ପ୍ରସ୍ତୁତି ବୈଠକ…

କନ୍ଧମାଳରୁ ଗଞ୍ଜେଇ ଚଲାଣ ବେଳେ ମାଡ଼ି ବସିଲା ପୋଲିସ, ଆଉ ତା’ପରେ…

ଭଞ୍ଜନଗର,୧୨।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ବୁଗୁଡ଼ା ଥାନା…

ଡେଲିଭରି ବୟର ସଙ୍ଗୀନ କାରନାମା! ଅର୍ଡର ଦେବା ପରେ ପଶିଲେ, ମହିଳାଙ୍କୁ ପ୍ରାଇଭେଟ୍ ପାର୍ଟ…

ବେଙ୍ଗାଲୁରୁ,୧୨।୭: ଶନିବାର ବେଙ୍ଗାଲୁରୁରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଡେଲିଭରି ଏଜେଣ୍ଟ ଘରେ ଜୋରଜବରଦସ୍ତ ପ୍ରବେଶ କରି ମହିଳାଙ୍କ ସମ୍ମୁଖରେ ଅଶ୍ଳୀଳ କାର୍ଯ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri