Posted inଜାତୀୟ

ଅମିତ୍‌ ଶାହାଙ୍କୁ ଭେଟିଲେ ପଶ୍ଚିମବଙ୍ଗ ରାଜ୍ୟପାଳ

ନୂଆଦିଲ୍ଲୀ,୩୦ା୮: ପଶ୍ଚିମବଙ୍ଗ ରାଜ୍ୟପାଳ ସି.ଭି. ଆନନ୍ଦ ବୋଷ ଶୁକ୍ରବାର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହାଙ୍କୁ ତାଙ୍କ ବାସଭବନରେ ସାକ୍ଷାତ୍‌ କରିଛନ୍ତି। ଏହି ଅବସରରେ ସେ କୋଲକାତାର ଆର୍‌.ଜି. କର ହସ୍ପିଟାଲରେ ଟ୍ରେନି ମହିଳା ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ଘଟଣା ପରେ ରାଜ୍ୟର ଆଇନଶୃଙ୍ଖଳା ସ୍ଥିତି ସମ୍ପର୍କରେ ରାଜ୍ୟପାଳ ସ୍ବରାଷ୍ଟ୍ର ମନ୍ତ୍ରୀଙ୍କୁ ଅବଗତ କରାଇଛନ୍ତି।

ସେ ପଶ୍ଚିମବଙ୍ଗର ସାମ୍ପ୍ରତିକ ସ୍ଥିତି ଉପରେ ସବିଶେଷ ତଥ୍ୟ ପ୍ରଦାନ କରିଥିବା ଏକ ସୂତ୍ରରୁ ଜଣାପଡ଼ିଛି। ଗତ ସପ୍ତାହରେ ରାଜ୍ୟପାଳ ନୂଆଦିଲ୍ଲୀରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ଉପରାଷ୍ଟ୍ରପତି ଜଗଦୀପ୍‌ ଧନ୍‌କରଙ୍କୁ ଭେଟି ଆର୍‌.ଜି. କର ହସ୍ପିଟାଲ ଘଟଣା ସମ୍ପର୍କରେ ଜଣାଇଥିଲେ।

ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ଘଟଣାରେ କୋଲକାତା ସମେତ ସାରା ଦେଶରେ ବିକ୍ଷୋଭ ପ୍ରଦର୍ଶନ କରାଯିବା ସହ ଅପରାଧୀଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି ହୋଇଛି। କାର୍ଯ୍ୟାନୁଷ୍ଠାନ ନେବାରେ ବିଫଳତା ପାଇଁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଇସ୍ତଫା ଦାବିରେ କୋଲକାତାରେ ବିଶ୍ୱବିଦ୍ୟାଳୟ ଛାତ୍ରୀଛାତ୍ର ଗତ ୨୭ ତାରିଖରେ ସଚିବାଳୟ ନବାନ୍ନ ଅଭିମୁଖେ ଶୋଭାଯାତ୍ରାରେ ଆସୁଥିବାବେଳେ ପୋଲିସ ସେମାନଙ୍କୁ ଅଟକାଇବାରୁ ହିଂସାତ୍ମକ ସ୍ଥିତି ସୃଷ୍ଟି ହୋଇଥିଲା। ପୋଲିସର ଲାଠିମାଡ଼ରେ ବହୁ ଛାତ୍ରୀଛାତ୍ର ଆହତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରୁ ଇସ୍ତଫା ଦେଲେ କାଉନସିଲର ଶୁଚିସ୍ମିତା, ହୋଇପାରନ୍ତି ଭାଜପାରେ ସାମିଲ

ବାସୁଦେବପୁର,୬।୧୨ (କାଳିପଦ ରାୟ ): ବାସୁଦେବପୁର ପୌରାଞ୍ଚଳର ଏକ ନମ୍ବର ୱାର୍ଡର କାଉନସିଲର ଶୁଚିସ୍ମିତା ଗିରି ଶନିବାର ସକାଳେ ବିଜେଡିରୁ ଇସ୍ତଫା ଦେଇଛନ୍ତି। ଶୁକ୍ରବାର ସନ୍ଧ୍ୟାରେ...

କ୍ୟାମେରା ଜଗିଛି, ବାଘ ନେଇଗଲା ବାଛୁରୀ: ଘୁମୁସର ବନଖଣ୍ଡରେ ବଢୁଛି ଆତଙ୍କ

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡରେ ଦିନକୁ ଦିନ ବନ୍ୟପ୍ରାଣୀ ଆତଙ୍କ ବଢୁଛି। ଯାହାକୁ ନେଇ ଜଙ୍ଗଲ ନିକଟବର୍ତ୍ତୀ ଗ୍ରାମବାସୀ ଆତଙ୍କିତ...

ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମବାର୍ଷିକୀ ପାଇଁ ଦେଓଲ ପରିବାର ନେଲେ ବଡ଼ ନିଷ୍ପତ୍ତି, ପ୍ରଶଂସକଙ୍କୁ ମିଳିବ…

ମୁମ୍ବାଇ,୬।୧୨: ବଲିଉଡର ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ଜନ୍ମଦିନର ମାତ୍ର ୧୫ ଦିନ ପୂର୍ବରୁ ଦେହାନ୍ତ ହୋଇଗଲା। ଏବେ, ସନି ଦେଓଲ ଏବଂ ବବି ଦେଓଲ ସମେତ...

ସୋଲାର ଲାଇଟ ଅଚଳ:ଠିକା ସଂସ୍ଥାକୁ ତାଗିଦ୍‌ କଲେ ବିଡିଓ, ଦେଖନ୍ତୁ VIDEO

ଦାରିଙ୍ଗବାଡି,୬/୧୨(ଅରୁଣ ସାହୁ ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ସନ୍ଧ୍ୟା ହେଲେ ରାସ୍ତାଘାଟ ଅନ୍ଧାର ହୋଇପଡୁଛି। ପଞ୍ଚାୟତ ଏବଂ ଜାତୀୟ ରାଜପଥ ବିଭାଗ ପକ୍ଷରୁ ଷ୍ଟ୍ରିଟ ଆଲୁଅର...

କଣ୍ଟେନରରେ ୩୦ରୁ ଅଧିକ ଗୋରୁଙ୍କୁ ପଶ୍ଚିମବଙ୍ଗକୁ କରାଯାଉଥିଲା ଚାଲାଣ, ମାଡିବସିଲା ପୋଲିସ, ତା’ପରେ…

ନୀଳଗିରି,୬।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ଭଦ୍ରକରୁ ପାଖାପାଖି ୩୦ରୁ ଊର୍ଦ୍ଧ୍ୱ ଗୋରୁଙ୍କୁ କଣ୍ଟେନରରେ ନେଇ ପଶ୍ଚିମବଙ୍ଗକୁ ଚାଲାଣ ହେଉଥିବା ବେଳେ ବାଲେଶ୍ୱର ଜିଲା ନୀଳଗିରି ପୋଲିସ ଇଶ୍ୱରପୁର...

ସାରଥିଙ୍କ ବିରୋଧରେ ଚାଲିବ ମାମଲା: ଚାର୍ଜଫ୍ରେମ୍‌ କଲେ ଅଦାଲତ

କଟକ,୬।୧୨(କାର୍ତ୍ତିକ ସାହୁ):ବହୁଚର୍ଚ୍ଚିତ ଆତ୍ମଘୋଷିତ ବାବା ସାରଥି ଓରଫ ସନ୍ତୋଷ ରାଉଳ, ତାଙ୍କ ପୁଅ ସତ୍ୟମ ଶେଖର ଓ ଅନ୍ୟ ୪ ଜଣଙ୍କ ବିରୋଧରେ କଟକ ସ୍ବତନ୍ତ୍ର...

ଇଣ୍ଡିଗୋ ସଙ୍କଟ ମଧ୍ୟରେ ବଡ଼ ପଦକ୍ଷେପ ନେଲାେ ରେଲଓ୍ବେ, ଅତିରିକ୍ତ କୋଚ ବୃଦ୍ଧି ସହ ସ୍ବତନ୍ତ୍ର ଟ୍ରେନ ସେବା ଘୋଷଣା

ନୂଆଦିଲ୍ଲୀ,୬।୧୨: ଦେଶବ୍ୟାପୀ ଇଣ୍ଡିଗୋ ଏବଂ ଅନ୍ୟ ଅନେକ ଏୟାରଲାଇନ୍ସର ଉଡ଼ାଣ ବାତିଲ ହେବା ପରେ, ଲକ୍ଷ ଲକ୍ଷ ଯାତ୍ରୀ ହଠାତ୍‌ ରେଳବାଇକୁ ଭିଡ଼ ଜମାଇଥିଲେ। ଟିକେଟର...

ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ: ଦାବି ପୂରଣ ନ ହେବା ଯାଏ ସମୂହ ଛୁଟିରେ ରହିବାକୁ ନିଷ୍ପତ୍ତି

ଭୁବନେଶ୍ୱର,୬ା୧୨(ସୁଚିସ୍ମିତା ସାହୁ):ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ। ଛାତ୍ରୀଛାତ୍ରଙ୍କ ପରୀକ୍ଷା ପାଖେଇ ଆସିଥିବା ବେଳେ ବିଦ୍ୟାଳୟରେ ପାଠ ପଢ଼ାଇବା ବଦଳରେ ଦାବି ପୂରଣ ପାଇଁ ଶିକ୍ଷକମାନେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri