Posted inଜାତୀୟ

ଅମିତ୍‌ ଶାହାଙ୍କୁ ଭେଟିଲେ ପଶ୍ଚିମବଙ୍ଗ ରାଜ୍ୟପାଳ

ନୂଆଦିଲ୍ଲୀ,୩୦ା୮: ପଶ୍ଚିମବଙ୍ଗ ରାଜ୍ୟପାଳ ସି.ଭି. ଆନନ୍ଦ ବୋଷ ଶୁକ୍ରବାର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହାଙ୍କୁ ତାଙ୍କ ବାସଭବନରେ ସାକ୍ଷାତ୍‌ କରିଛନ୍ତି। ଏହି ଅବସରରେ ସେ କୋଲକାତାର ଆର୍‌.ଜି. କର ହସ୍ପିଟାଲରେ ଟ୍ରେନି ମହିଳା ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ଘଟଣା ପରେ ରାଜ୍ୟର ଆଇନଶୃଙ୍ଖଳା ସ୍ଥିତି ସମ୍ପର୍କରେ ରାଜ୍ୟପାଳ ସ୍ବରାଷ୍ଟ୍ର ମନ୍ତ୍ରୀଙ୍କୁ ଅବଗତ କରାଇଛନ୍ତି।

ସେ ପଶ୍ଚିମବଙ୍ଗର ସାମ୍ପ୍ରତିକ ସ୍ଥିତି ଉପରେ ସବିଶେଷ ତଥ୍ୟ ପ୍ରଦାନ କରିଥିବା ଏକ ସୂତ୍ରରୁ ଜଣାପଡ଼ିଛି। ଗତ ସପ୍ତାହରେ ରାଜ୍ୟପାଳ ନୂଆଦିଲ୍ଲୀରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ଉପରାଷ୍ଟ୍ରପତି ଜଗଦୀପ୍‌ ଧନ୍‌କରଙ୍କୁ ଭେଟି ଆର୍‌.ଜି. କର ହସ୍ପିଟାଲ ଘଟଣା ସମ୍ପର୍କରେ ଜଣାଇଥିଲେ।

ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ଘଟଣାରେ କୋଲକାତା ସମେତ ସାରା ଦେଶରେ ବିକ୍ଷୋଭ ପ୍ରଦର୍ଶନ କରାଯିବା ସହ ଅପରାଧୀଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି ହୋଇଛି। କାର୍ଯ୍ୟାନୁଷ୍ଠାନ ନେବାରେ ବିଫଳତା ପାଇଁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଇସ୍ତଫା ଦାବିରେ କୋଲକାତାରେ ବିଶ୍ୱବିଦ୍ୟାଳୟ ଛାତ୍ରୀଛାତ୍ର ଗତ ୨୭ ତାରିଖରେ ସଚିବାଳୟ ନବାନ୍ନ ଅଭିମୁଖେ ଶୋଭାଯାତ୍ରାରେ ଆସୁଥିବାବେଳେ ପୋଲିସ ସେମାନଙ୍କୁ ଅଟକାଇବାରୁ ହିଂସାତ୍ମକ ସ୍ଥିତି ସୃଷ୍ଟି ହୋଇଥିଲା। ପୋଲିସର ଲାଠିମାଡ଼ରେ ବହୁ ଛାତ୍ରୀଛାତ୍ର ଆହତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଧାୟକଙ୍କ ସ୍ବୀକାର, ସରକାର ନିର୍ବିକାର: ବିକ୍ରି ହୋଇପାରିନି ପଞ୍ଜୀକରଣରୁ ବାଦ୍‌ ପଡ଼ିଥିବା ଚାଷୀଙ୍କ ଧାନ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଆଉ ମାସକ ପରେ ରବିଧାନ ଅମଳ ହେବ। ଫଳରେ ରବି ଧାନବିକ୍ରି ପାଇଁ ବର୍ତ୍ତମାନ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଚାଲିଛି। କିନ୍ତୁ ଗତ…

ଦେଶୀ ବନ୍ଧୁକ ଜବତ, ଜଣେ ଗିରଫ

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ତଥା କୁଣ୍ଢେଇଗୋଳା ଥାନା ପୋଲିସ ରବିବାର ଉକ୍ତ ଥାନା ଅନ୍ତର୍ଗତ ଧଉରାଖମଣ ଗ୍ରାମର କେଶବ ହେମ୍ରମ (୩୦)…

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri