ଶତକ ହାସଲ ପରେ ମନ୍ତ୍ରୀଙ୍କ ରୋମାଣ୍ଟିକ୍‌ ଚିଠି ଭାଇରାଲ୍‌

କୋଲକତା,୧୬।୬: ରଣଜୀ ଟ୍ରଫିରେ ପଶ୍ଚିମବଙ୍ଗ କ୍ରୀଡ଼ା ମନ୍ତ୍ରୀ ମନୋଜ ତିୱାରୀ ଚମତ୍କାର ପ୍ରଦର୍ଶନ କରୁଛନ୍ତି। ଆଲୁର (କର୍ନାଟକ)ରେ ମଧ୍ୟପ୍ରଦେଶ ବିପକ୍ଷ ସେମିଫାଇନାଲ ମ୍ୟାଚରେ ମନୋଜ ତିୱାରୀ ୧୦୨ ରନର ଏକ ଚମତ୍କାର ଇନିଂସ ଖେଳିଥିଲେ। ଏଥିରେ ୧୨ଟି ଚୌକା ସାମିଲ ଥିଲା। ଏହା ମନୋଜ ତିୱାରୀଙ୍କ ପ୍ରଥମ ଶ୍ରେଣୀ କ୍ୟାରିୟରର ୨୯ ତମ ଶତକ ଥିଲା। ତାଙ୍କ ଇନିଂସ ଯୋଗୁ ପଶ୍ଚିମବଙ୍ଗ ଦଳ ୨୭୩ ରନ ସଂଗ୍ରହ କରିବାରେ ସକ୍ଷମ ହୋଇଥିଲା।
ମନୋଜ ତିୱାରୀ ଏକ ଶତକ ସ୍କୋର କରିବା ପରେ ଏକ ଚିଠି ଦେଖାଇଥିଲେ। ଏହି ଚିଠି ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେହି ଚିଠିରେ ତିୱାରୀ ହାର୍ଟ ଫଟୋ ଆଙ୍କି ଥିଲେ। ଏହି ଚିଠି ସେ ତାଙ୍କ ସ୍ତ୍ରୀ ସୁସ୍ମିତା ଏବଂ ପିଲାମାନଙ୍କର ନାମରେ ଲେଖିଥିଲେ। ଚାଲିଥିବା ରଣଜୀ ଟ୍ରଫି ସିଜିନ୍‌ରେ ଏହା ମନୋଜ ତିୱାରୀଙ୍କ କ୍ରମାଗତ ଦ୍ୱିତୀୟ ଶତକ। ସେ କ୍ୱାର୍ଟରଫାଇନାଲ୍‌ରେ ଝାଡଖଣ୍ଡ ବିପକ୍ଷରେ ୧୩୬ ରନ୍‌ କରିଥିଲେ।
ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବା ପରେ ମନୋଜ ତିୱାରୀ ରାଜନୈତିକ ପିଚ୍‌ ନିଜର ନୂତନ ଇନିଂସ ଆରମ୍ଭ କରିଛନ୍ତି। ସେ ଗତ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ତୃଣମୂଳ କଂଗ୍ରେସର ଟିକେଟ୍‌ରେ ଲଢି ବିଜୟ ଲାଭ କରିଥିଲେ। ଏହା ପରେ ସେ ମମତା ବାନାର୍ଜୀ ସରକାରରେ କ୍ରୀଡ଼ା ଓ ଯୁବ ମନ୍ତ୍ରୀ ଭାବେ ଏକ ବଡ଼ ଦାୟିତ୍ୱ ପାଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଭିକ୍ଟୋରିଆ ଯୁଗର ଜୋତା ମିଳିଲା

ଲଣ୍ଡନ: ସମ୍ପ୍ରତି ୱେଲ୍ସ କାଉଣ୍ଟିର ଏକ ଅଜବ ଏବଂ ରହସ୍ୟମୟ ଘଟଣା ସ୍ଥାନୀୟ ଲୋକଙ୍କୁ ବିସ୍ମିତ କରିଦେଇଛି। ଦକ୍ଷିଣ ୱେଲ୍ସର ଗ୍ଲାମୋର୍ଗାନ ଉପତ୍ୟକାର ଓଗମୋର୍‌-ବାଇ-ସି ବିଚ୍‌ରେ...

ଜାଲ୍‌ ଲାଇସେନ୍ସରେ ବନ୍ଧୁକ ବେପାର, ୩ ଗିରଫ

ରାଉରକେଲା,୩୧।୧୨(ସଙ୍ଗୀତା ଜେନା): ରାଉରକେଲା ଜିଲା ପୋଲିସ ସୋମବାର ରାଉରକେଲାର ବିଭିନ୍ନ ସ୍ଥାନରେ ଚଢ଼ାଉ କରି ଆନ୍ତଃ ରାଜ୍ୟ ଅସ୍ତ୍ରଶସ୍ତ୍ର ଚୋରାଚାଲାଣ ଗ୍ୟାଙ୍ଗ୍‌ର ପର୍ଦ୍ଦାଫାଶ କରିଛି। ଜାଲ୍‌...

ରଙ୍ଗ ବଦଳୁଛି

ନିଶ୍ଚିତ ଭାବେ କୁହାଯାଇପାରେ, ପରିବେଶ ଓ ପରିସଂସ୍ଥାନ ବିଗିଡ଼ିଗଲେ ତାହାର ପ୍ରଭାବ ପ୍ରାଣୀ ଓ ଉଦ୍ଭିଦଜଗତ ଉପରେ ପଡ଼ିବ। ନିଜର ସ୍ବାର୍ଥ ସାଧନ ପାଇଁ ପ୍ରକୃତିର...

ବାଂଲାଦେଶରେ ଆଉ ଜଣେ ହିନ୍ଦୁଙ୍କୁ ହତ୍ୟା

ନୂଆଦିଲ୍ଲୀ,୩୧ା୧୨: ବାଂଲାଦେଶର ମିମେନସିଂ ଜିଲା ଅନ୍ତର୍ଗତ ଏକ ପୋଷାକ କାରଖାନା ଭିତରେ ସହକର୍ମୀଙ୍କ ଗୁଳିମାଡ଼ରେ ଜଣେ ହିନ୍ଦୁ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଉକ୍ତ ବ୍ୟକ୍ତି ଜଣକ...

ଚାଇନାକୁ ଜୋରଦାର ଝଟ୍‌କା ଦେଲା ଭାରତ: ୩ ବର୍ଷ ଯାଏ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ଚାଇନାରୁ ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨ ପ୍ରତିଶତ...

ବିରାଟ-ରୋହିତଙ୍କୁ ଟେଷ୍ଟରୁ ଅବସର ନେବାକୁ କରାଯାଇଥିଲା ବାଧ୍ୟ! ଏହି ଖେଳାଳିଙ୍କ ବୟାନ ପରେ କ୍ରିକେଟ ଜଗତରେ ଝଡ

ନୂଆଦିଲ୍ଲୀ,୩୧।୧୨: କ୍ରିକେଟର ଦୁଇ ବଡ ନାମ ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ହଠାତ୍‌ ଟେଷ୍ଟ କ୍ରିକେଟରୁ ଅବସରକୁ ନେଇ ଚର୍ଚ୍ଚା ପୁଣି ଥରେ ତୀବ୍ର...

ସମୟସୀମା ମଧ୍ୟରେ ଯୁକ୍ତି ରଖିବେ ଆଇନଜୀବୀ

ନୂଆଦିଲ୍ଲୀ,୩୧ା୧୨: ସୁପ୍ରିମକୋର୍ଟ ନୂଆ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଓର (ଏସ୍‌ଓପି) ଜାରି କରିଛନ୍ତି, ଯେଉଁଥିରେ ଆଇନଜୀବୀମାନେ ଅଦାଲତରେ ସମସ୍ତ ନୋଟିସ୍‌ ପରବର୍ତ୍ତୀ ଏବଂ ନିୟମିତ ଶୁଣାଣିରେ ଯୁକ୍ତି...

ବରଗଡ଼କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ୧୩ କୋଟି ଟଙ୍କା ବ୍ୟୟ ଅଟକଳରେ ହେବ ଧନୁଯାତ୍ରା ମହୋତ୍ସବର ସ୍ଥାୟୀ ରାଜମହଲ

ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। କେବଳ ବରଗଡ଼, ପଶ୍ଚିମ ଓଡ଼ିଶା, ଓଡ଼ିଶା କିମ୍ବା ଭାରତ ନୁହେଁ, ଦେଶ ବାହାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri