ଶତକ ହାସଲ ପରେ ମନ୍ତ୍ରୀଙ୍କ ରୋମାଣ୍ଟିକ୍‌ ଚିଠି ଭାଇରାଲ୍‌

କୋଲକତା,୧୬।୬: ରଣଜୀ ଟ୍ରଫିରେ ପଶ୍ଚିମବଙ୍ଗ କ୍ରୀଡ଼ା ମନ୍ତ୍ରୀ ମନୋଜ ତିୱାରୀ ଚମତ୍କାର ପ୍ରଦର୍ଶନ କରୁଛନ୍ତି। ଆଲୁର (କର୍ନାଟକ)ରେ ମଧ୍ୟପ୍ରଦେଶ ବିପକ୍ଷ ସେମିଫାଇନାଲ ମ୍ୟାଚରେ ମନୋଜ ତିୱାରୀ ୧୦୨ ରନର ଏକ ଚମତ୍କାର ଇନିଂସ ଖେଳିଥିଲେ। ଏଥିରେ ୧୨ଟି ଚୌକା ସାମିଲ ଥିଲା। ଏହା ମନୋଜ ତିୱାରୀଙ୍କ ପ୍ରଥମ ଶ୍ରେଣୀ କ୍ୟାରିୟରର ୨୯ ତମ ଶତକ ଥିଲା। ତାଙ୍କ ଇନିଂସ ଯୋଗୁ ପଶ୍ଚିମବଙ୍ଗ ଦଳ ୨୭୩ ରନ ସଂଗ୍ରହ କରିବାରେ ସକ୍ଷମ ହୋଇଥିଲା।
ମନୋଜ ତିୱାରୀ ଏକ ଶତକ ସ୍କୋର କରିବା ପରେ ଏକ ଚିଠି ଦେଖାଇଥିଲେ। ଏହି ଚିଠି ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେହି ଚିଠିରେ ତିୱାରୀ ହାର୍ଟ ଫଟୋ ଆଙ୍କି ଥିଲେ। ଏହି ଚିଠି ସେ ତାଙ୍କ ସ୍ତ୍ରୀ ସୁସ୍ମିତା ଏବଂ ପିଲାମାନଙ୍କର ନାମରେ ଲେଖିଥିଲେ। ଚାଲିଥିବା ରଣଜୀ ଟ୍ରଫି ସିଜିନ୍‌ରେ ଏହା ମନୋଜ ତିୱାରୀଙ୍କ କ୍ରମାଗତ ଦ୍ୱିତୀୟ ଶତକ। ସେ କ୍ୱାର୍ଟରଫାଇନାଲ୍‌ରେ ଝାଡଖଣ୍ଡ ବିପକ୍ଷରେ ୧୩୬ ରନ୍‌ କରିଥିଲେ।
ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବା ପରେ ମନୋଜ ତିୱାରୀ ରାଜନୈତିକ ପିଚ୍‌ ନିଜର ନୂତନ ଇନିଂସ ଆରମ୍ଭ କରିଛନ୍ତି। ସେ ଗତ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ତୃଣମୂଳ କଂଗ୍ରେସର ଟିକେଟ୍‌ରେ ଲଢି ବିଜୟ ଲାଭ କରିଥିଲେ। ଏହା ପରେ ସେ ମମତା ବାନାର୍ଜୀ ସରକାରରେ କ୍ରୀଡ଼ା ଓ ଯୁବ ମନ୍ତ୍ରୀ ଭାବେ ଏକ ବଡ଼ ଦାୟିତ୍ୱ ପାଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି! ଶସ୍ତା ହେବ ମୋବାଇଲ୍-ଲାପ୍‌ଟପ୍‌, ସରକାର ନେଲେ ଏହି ପଦକ୍ଷେପ

ନୂଆଦିଲ୍ଲୀ,୯।୭: କେନ୍ଦ୍ର ସରକାର ସ୍ମାର୍ଟଫୋନ୍, ୱାୟାରଲେସ୍ ଚାର୍ଜର୍, କମ୍ପ୍ୟୁଟର, ଲାପଟପ୍, ସ୍ମାର୍ଟ ଟିଭି, ସ୍ମାର୍ଟୱାଚ୍ ଏବଂ ଫିଟନେସ୍ ବ୍ୟାଣ୍ଡ ଭଳି ଇଲେକ୍ଟ୍ରୋନିକ୍ ଜିନିଷରେ ବ୍ୟବହୃତ ଉପାଦାନଗୁଡ଼ିକ ଉପରେ…

ଦୃଷ୍ଟି ଦେଉନି ଜାତୀୟ ରାଜପଥ ବିଭାଗ: ଖାଲଖମାରେ ଫସିରହୁଛି ଗାଡି, ଯାତାୟାତ ବାଧାପ୍ରାପ୍ତ

ପଟ୍ଟାଙ୍ଗି,୯।୭(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ଠାରୁ ଅଳ୍ପ କିଛି ଦୂରରେ ଜାତୀୟ ରାଜପଥ ବିଭାଗ ପକ୍ଷରୁ ନୂତନ କରି ନିର୍ମାଣ…

ପାଠ ପଢ଼ିବାକୁ ଭୁବନେଶ୍ବର ଆସିଥିଲେ ଝିଆରୀ; ବଳାତ୍କାର କରୁଥିଲେ ମଉସା, ସହଯୋଗ କରୁଥିଲେ ମାଉସୀ

ଭୁବନେଶ୍ୱର,୯।୭(ପ୍ରସନଜିତ୍‌ ସାହୁ): ରାଜଧାନୀ ଭୁବନେଶ୍ୱରରେ ଏକ ବଳାତ୍କାର ଘଟଣା ସାମ୍ନାକୁ ଆସିଛି। ନୟାପଲ୍ଲୀ ଥାନା ଅନ୍ତର୍ଗତ ନୂଆସାହିସ୍ଥିତ ଏକ ଆପାର୍ଟମେଣ୍ଟରେ ଜଣେ ନାବାଳିକା ଝିଆରୀଙ୍କୁ ତାଙ୍କ ମଉସା…

ପିଏମ ମୋଦିଙ୍କ ସ୍ବାଗତ ପୂର୍ବରୁ ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ରୀଙ୍କ ବଡ଼ ଘୋଷଣା: ସାରା ବିଶ୍ୱରେ ପଡିଗଲା ଚହଳ

ୱେଲିଂଟନ,୯।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜର ୩ଟି ଦେଶ ଗସ୍ତର ଦ୍ୱିତୀୟ ପର୍ଯ୍ୟାୟରେ ଏବେ ଅଷ୍ଟ୍ରେଲିଆରେ ପହଞ୍ଚିଛନ୍ତି। ଅଷ୍ଟ୍ରେଲିଆ ଗସ୍ତ ଶେଷ କରି ସେ ସେଠାରୁ ସିଧାସଳଖ…

ଜନ୍ମଦିନରେ ଘରକୁ ଫେରିଲା ଖେଳାଳିଙ୍କ ପାର୍ଥିବ ଶରୀର, କାନ୍ଦୁଛି ପୂରା ପରିବାର; ଆଖି ଭିଜାଇ ଦେବ ଏହି ଦୃଶ୍ୟ

କାବୁଲ: ଯେଉଁ ଦିନ ଜନ୍ମଦିନର ଖୁସି ମନାଯାଇଥାନ୍ତା, ସେହି ଦିନ ଘରକୁ ଫେରିଲା ପାର୍ଥିବ ଶରୀର। ଆଫଗାନିସ୍ତାନର ପୂର୍ବତନ ଦ୍ରୁତ ବୋଲର ଶାପୁର ଜାଦ୍ରନଙ୍କ ଦେହାନ୍ତ ପରେ…

ଇଟାର ଜବାବ ପଥରରେ ଦେବୁ: ଆମେରିକାକୁ ଚେତାବନୀ ଦେଲା ଇରାନ

ଓ୍ବାଶିଂଟନ୍‌,୯।୭: ଆମେରିକା ପୁଣିଥରେ ଇରାନର ଅନେକ ସ୍ଥାନକୁ ଟାର୍ଗେଟ କରିଛି। ଇରାନ ଜୋରଦାର ପ୍ରତିକ୍ରିୟା ଦେଇ ବାହାରିନ ଏବଂ କୁଏତରେ ଥିବା ସ୍ଥାନଗୁଡ଼ିକୁ ଆକ୍ରମଣ କରିଛି। ଏହା…

ପତ୍ନୀ ଗୌରୀଙ୍କୁ ଏଭଳି ଉପହାର ଦେଲେ ଆମିର, ଯାହାକୁ ୧୩୧ ଜଣ କାରିଗର ମିଶି ୨୫୬ ଘଣ୍ଟାରେ କରିଛନ୍ତି ପ୍ରସ୍ତୁତ

ମୁମ୍ବାଇ: ବଲିଉଡର ସୁପରଷ୍ଟାର ଆମିର ଖାନ ଏବଂ ଗୌରୀ ସ୍ପ୍ରାଟ୍‌ ପରସ୍ପର ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ନିକଟରେ ବାନ୍ଦ୍ରାସ୍ଥିତ ନିଜ ବାସଭବନରେ ପରିବାର ଏବଂ କିଛି…

ଲୋୟର ସୁକ୍‌ତେଲ ଜଳଭଣ୍ଡାର: ବଢୁଛି ଜଳସ୍ତର, ଲୋକେ ଅଟଳ

ବଲାଙ୍ଗୀର,୯ା୭(ବୀରେନ୍ଦ୍ର କୁମାର ଝାଙ୍କର):ଗତ କିଛି ଦିନର ଲଗାଣ ବର୍ଷା ଫଳରେ ବଲାଙ୍ଗୀର ଜିଲାର ଲୋୟର ସୁକ୍‌ତେଲ ଡ୍ୟାମ୍‌ରେ କ୍ଷୀପ୍ର ଗତିରେ ଜଳସ୍ତର ବଢ଼ିବାରେ ଲାଗିଛି। ଜଳସ୍ତର ବଢ଼ିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri