Posted inଜାତୀୟ

ମନ୍ତ୍ରୀ ପରେ ଟିଏମ୍‌ସିର ସମସ୍ତ ପଦରୁ ନିଲମ୍ବିତ ହେଲେ ପାର୍ଥ ଚାଟାର୍ଜୀ

କୋଲକାତା,୨୮।୭: ଶିକ୍ଷକ ନୁଯୁକ୍ତି ଦୁର୍ନୀତିରେ ପାର୍ଥ ଚାଟାର୍ଜୀଙ୍କ ନାମ ଆସିବା ପରେ ତାଙ୍କ ବିରୋଧରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବଡ଼ ଆକ୍ସନ ନେଇଛନ୍ତି। ଗୁରୁବାର ଦ୍ୱିପ୍ରହରରେ ମନ୍ତ୍ରୀ ପଦରୁ ହଟାଯିବା ପରେ ପାର୍ଥ ଚାଟାର୍ଜୀଙ୍କୁ ଟିଏମ୍‌ସିରୁ ମଧ୍ୟ ନିଲମ୍ବିତ କରାଯାଇଛି। ପାର୍ଥ ଚାଟାର୍ଜୀଙ୍କୁ ମହାସଚିବ, ରାଷ୍ଟ୍ରୀୟ ଅଧ୍ୟକ୍ଷ ଓ ଅନ୍ୟ ୩ଟି ପଦବୀରୁ ହଟାଇ ଦିଆଯାଇଛି। ଶିକ୍ଷକ ନୁଯୁକ୍ତି ଦୁର୍ନୀତି ତଦନ୍ତ ନ ସରିବା ଯାଏ ତାଙ୍କୁ ନିଲମ୍ବିତ କରାଯାଇଛି। ତେବେ ଦୋଷୀ ପ୍ରମାଣିତ ନ ହେଲେ ସେ ପୁଣି ଦଳକୁ ଫେରିଆସିପାରନ୍ତି ବୋଲି ଟିଏମ୍‌ସି ନେତା ଅଭିଷେକ ବାନାର୍ଜୀ ସୂଚନା ଦେଇଛନ୍ତି। ତେବେ ପାର୍ଥଙ୍କ ନାମରେ କୌଣସି ଏଫ୍‌ଆଇଆର ହୋଇ ନ ଥିବା ବେଳେ ଏବେ ତାଙ୍କୁ ସମସ୍ତ ପଦବୀରୁ ହଟାଇ ଦିଆଯାଇଛି। ଅନ୍ୟପଟେ ଅଭିଷେକ ବାନାର୍ଜୀ କହିଛନ୍ତି, ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି। ମାମଲାର ତଦନ୍ତ ଚାଲିଛି। ଯଦି କେହି କିଛି ଭୁଲ କରନ୍ତି ତେବେ ଟିଏମ୍‌ସି ତାଙ୍କୁ ରକ୍ଷା କରିବ ନାହିଁ। ଦୁର୍ନୀତି ଉପରେ ଜିରୋ ଟଲେରେନ୍ସ ନୀତି ଆପଣାଯାଇଛି ଦଳ। ତେବେ ଅନୁସନ୍ଧାନକାରୀ ସଂସ୍ଥାକୁ ସମୟ ସୀମା ମଧ୍ୟରେ ଯାଞ୍ଚ କରିବା ନିର୍ଦ୍ଦେଶ ଦିଆଯାଇଛି। ଏତଦ୍‌ ବ୍ୟତୀତ ଟିଏମ୍‌ସି ହେଉଛି ଏକମାତ୍ର ଦଳ ଯିଏ ୭ଦିନ ମଧ୍ୟରେ ଏହି ପ୍ରସଙ୍ଗରେ ହସ୍ତକ୍ଷେପ କରିଛି ବୋଲି ଅଭିଷେକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇମ୍ରାନ୍ ଖାନଙ୍କ ପାଇଁ ଆଗକୁ ଆସିଲେ ଗାଭାସ୍କର-କପିଲ ଦେବ, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି

ଇସଲାମବାଦ,୨୩।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଆନ୍ତର୍ଜାତୀୟ କ୍ରିକେଟର ୨୨ ଜଣ ପୂର୍ବତନ ଅଧିନାୟକ। ଇମ୍ରାନ ଖାନଙ୍କୁ ଉନ୍ନତ ଚିକିତ୍ସା ସୁବିଧା…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri