Posted inଜାତୀୟ

ବାପା, ମା’, ଭଉଣୀଙ୍କୁ ହତ୍ୟା କରି ପୋତି ଦେଇଥିଲେ ଘରେ

କୋଲକାତା,୧୯।୬: ବାପା, ମା’, ଭଉଣୀ ଓ ଜେଜେମା’ଙ୍କ ହତ୍ୟା ମାମଲାରେ ପୋଲିସ ଜଣେ ୧୯ ବର୍ଷୀୟ ଯୁବକଙ୍କୁ ଗିରଫ କରିଛି। ଅଭିଯୁକ୍ତ(ଅସିଫ)ର ସାନ ଭାଇ ଅରିଫ ମହମ୍ମଦ ଶୁକ୍ରବାର ଅଭିଯୋଗ କରିବା ପରେ ଘଟଣାଟି ସାମ୍ନାକୁ ଆସିଛି।

ଫେବୃୟାରୀ ୨୮ରେ ବାପା ମା’, ଭଉଣୀ ଓ ଜେଜେମା’ଙ୍କୁ ପାଣିରେ ବୁଢ଼ାଇ ହତ୍ୟା କରିଥିଲେ ବଡ଼ ଭାଇ। ସେମାନଙ୍କୁ ଗୋଡାଉନରେ ପୋତି ଦେଇଥିଲେ। ମୋତେ ମଧ୍ୟ ମାରିବାକୁ ଉଦ୍ୟମ କରିଥିଲେ, ହେଲେ ମୁଁ ଖସି ପଳାଇବାରେ ସଫଳ ହୋଇଥିଲି। ଭୟରେ ଏତେ ଦିନ ଚୁପ ବସିଥିଲି ବୋଲି ୨୧ ବର୍ଷୀୟ ଅରିଫ ଅଭିଯୋଗରେ ଦର୍ଶାଇଛନ୍ତି। ପୋଲିସ ଏବେ ଦୁଇ ଭାଇଙ୍କୁ ପଚରାଉଚୁରା କରୁଛି। ପଡ଼ୋଶୀମାନେ ମଧ୍ୟ ଅସିଫଙ୍କ ବାପା ମା’ଙ୍କୁ ଗତ ୩ରୁ ୪ ମାସ ହେଲା ଦେଖି ନ ଥିବା କହିଛନ୍ତି।

ଏହି ଗଣ ହତ୍ୟାକାଣ୍ଡର ଖବର ପ୍ରଚାରିତ ହେବା ପରେ ଅଭିଯୁକ୍ତଙ୍କ ଘର ପାଖରେ ଲୋକଙ୍କ ଭିଡ଼ ଜମିଛି। ରାଜ୍ୟର ଜଣେ ମନ୍ତ୍ରୀ ମଧ୍ୟ ଘଟଣା ସ୍ଥଳରେ ପହଞ୍ଚିଥିଲେ। ଘଟଣା ସ୍ଥଳରେ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ ମୃତଦେହକୁ ଉଦ୍ଧାର କରାଯିବ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱରେ ଚାଇନାର ପ୍ରାଧାନ୍ୟ, ପ୍ରଭାବଶାଳୀ ନେତାଙ୍କ ମଧ୍ୟରେ ଡୋନାଲ୍ଡ ଟ୍ରମ୍ପଙ୍କୁ ପଛରେ ପକାଇଲେ ଜିନପିଙ୍ଗ

ବେଜିଂ,୧୬।୭: ଏକ ସର୍ଭେରେ ଚାଇନା ଆମେରିକା ତୁଳନାରେ ଭଲ ସ୍ଥିତିରେ ଥିବା ଦର୍ଶାଯାଇଛି। ସମ୍ପ୍ରତି, ପିଉ ରିସର୍ଚ୍ଚ ସେଣ୍ଟର 2026 ଆରମ୍ଭରେ ୩୬ଟି ଦେଶରେ ଏକ ସର୍ଭେ…

ଡୋନାଲ୍ଡ ଟ୍ରମ୍ପ ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ଜାହାଜ ଉପରେ ଟିକସ ଲଗାଇପାରିବେ କି? ଜାଣନ୍ତୁ କ’ଣ କହୁଛି ଅନ୍ତର୍ଜାତୀୟ ଆଇନ

ତେହରାନ,୧୬।୭: ବିଶ୍ୱ ରାଜନୈତିକ ଏବଂ ରଣନୈତିକ ମୋର୍ଚ୍ଚାରେ ଆମେରିକା ଏବଂ ଇରାନ ମଧ୍ୟରେ ହର୍ମୁଜ ପ୍ରଣାଳୀ ପୁଣିଥରେ ସଂଘର୍ଷର ଏକ ପ୍ରମୁଖ କେନ୍ଦ୍ର ପାଲଟିଛି। ଏହି ଗୁରୁତ୍ୱପୂର୍ଣ୍ଣ…

ମାତ୍ର ୧ ଟଙ୍କାରେ ୧ ଲକ୍ଷ କୋଟି ଟଙ୍କା ବିବାଦର ସମାଧାନ କରିବେ ସୁପ୍ରିମକୋର୍ଟ: ଜାଣନ୍ତୁ ଚର୍ଚ୍ଚିତ ମାମଲା ବିଷୟରେ

ନୂଆଦିଲ୍ଲୀ,୧୬।୭: ଦେଶର ପ୍ରମୁଖ ଶିଳ୍ପ ସଂସ୍ଥାଗୁଡ଼ିକ ମଧ୍ୟରୁ ଅନ୍ୟତମ କଲ୍ୟାଣୀ ପରିବାର ସହିତ ଜଡିତ ପାରିବାରିକ ବିବାଦ ଏକ ଗୁରୁତ୍ୱପୂର୍ଣ୍ଣ ଆଇନଗତ ମୋଡ଼ରେ ପହଞ୍ଚିଛି। ପ୍ରାୟ ୧…

ମୋଦିଙ୍କୁ ଚିଠି ଲେଖିଲେ ଖାର୍ଗେ, କହିଲେ ପୁଣି ସେମିତି କରିବାକୁ ଯାଉଛନ୍ତି ସରକାର…

ନୂଆଦିଲ୍ଲୀ,୧୬।୭: ସଂସଦର ମୌସୁମୀ ଅଧିବେଶନ ଜୁଲାଇ ୨୦ରେ ଆରମ୍ଭ ହେବାକୁ ଯାଉଛି। ଏହି ଅଧିବେଶନ ସମୟରେ, କେନ୍ଦ୍ରର ମୋଦି ସରକାର ପୁଣି ଥରେ ସୀମା ନିର୍ଦ୍ଧାରଣ ବିଲ…

ଡାକ୍ତର ସ୍ବାମୀଙ୍କୁ ହତ୍ୟା, ପୁଅକୁ ଛୁରାମାଡ଼; ପାଖରେ ବସି ଫୋନ୍‌ ଦେଖୁଥିଲେ ସ୍ତ୍ରୀ

ବେଙ୍ଗାଲୁରୁ,୧୬ା୭: କର୍ନାଟକର ହୁବାଲିରୁ ଏକ ଆଶ୍ଚର୍ଯ୍ୟଜନକ ତଥା ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଯେଉଁଠାରେ ଜଣେ ଡାକ୍ତରଙ୍କ ମୃତଦେହ ତାଙ୍କ ଆପାର୍ଟମେଣ୍ଟ ଭିତରୁ ମିଳିଛି। ତାଙ୍କ ଆଠ…

ଜୁଲାଇ ୧୯ରୁ ଏହି ୪ ରାଶିଙ୍କ ପାଇଁ ଆରମ୍ଭ ହେବ ସୁବର୍ଣ୍ଣ ସମୟ: ଶନି-ମଙ୍ଗଳ ଆଣିବେ ବମ୍ପର ରୋଜଗାର

ଜୁଲାଇ ମାସର ଅବଶିଷ୍ଟ ଦିନଗୁଡ଼ିକ ଗ୍ରହ ପରିବର୍ତ୍ତନ ଦୃଷ୍ଟିରୁ ବିଶେଷ ଗୁରୁତ୍ୱପୂର୍ଣ୍ଣ ହେବାକୁ ଯାଉଛି। ୧୯ ଜୁଲାଇରେ ଏକ ଶୁଭ ଯୋଗ ସୃଷ୍ଟି ହେଉଛି। ପ୍ରାୟ ରାତି…

ଶ୍ରୀକ୍ଷେତ୍ରରେ ବଡ଼ ଅଘଟଣ, ଅଣନିଶ୍ବାସୀ ହୋଇ ଚାଲିଗଲା ଭକ୍ତଙ୍କ ପ୍ରାଣ!

ପୁରୀ,୧୬।୭: ଶ୍ରୀକ୍ଷେତ୍ର ପୁରୀରେ ବଡ଼ ଅଘଟଣ ଘଟିଯାଇଛି । ଅଣନିଃଶ୍ବାସୀ ହୋଇ ଜଣେ ଭକ୍ତଙ୍କର ମୃତ୍ୟୁ ଘଟିଛି । ପୁରୀ ମେଡିକାଲରେ ଡାକ୍ତର ମୃତ ଘୋଷଣା କରିଛନ୍ତି…

ସି ଜିନପିଙ୍ଗଙ୍କ ଶୟନ କକ୍ଷକୁ କରାଗଲା ଟାର୍ଗେଟ, ୮୦ ବର୍ଷ ପର୍ଯ୍ୟନ୍ତ ଅନୁତାପ କଲା ଜାପାନ, ଏବେ ସେହି କାମ କରିବାକୁ ଯାଉଛି…

ନୂଆଦିଲ୍ଲୀ/ବେଜିଂ,୧୬।୭: ଦ୍ୱିତୀୟ ବିଶ୍ୱଯୁଦ୍ଧ ପରେ, ଜାପାନ ଏକ ନିଷ୍ପତ୍ତି ନେଇଥିଲା: ଏହା ବିଶ୍ୱର ଏକ ପ୍ରମୁଖ ସାମରିକ ଶକ୍ତି ହେବ ନାହିଁ, ଆକ୍ରମଣାତ୍ମକ ଗୁପ୍ତଚର କାର୍ଯ୍ୟ କରିବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri