ଓଡ଼ିଶାରେ ‘ବଙ୍ଗଳାଦେଶୀ’ ସନ୍ଦେହରେ ବଙ୍ଗୀୟ ଶ୍ରମିକଙ୍କୁ ପିଟିପିଟି ହତ୍ୟା, ୬ ଅଭିଯୁକ୍ତ ଗିରଫ

ସମ୍ବଲପୁର,୨୬।୧୨(ପ୍ରମୋଦ ବହିଦାର): ସମ୍ବଲପୁରର ଦାନିପାଲିଠାରେ ‘ବଙ୍ଗଳାଦେଶୀ’ ସନ୍ଦେହ କରି ପଶ୍ଚିମବଙ୍ଗର ଶ୍ରମିକ ଶେଖ୍ ଜୁଏଲ୍ (୨୨)ଙ୍କୁ ପିଟିପିଟି ହତ୍ୟା ଘଟଣାରେ ପୋଲିସ ଗୁରୁବାର ୬ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ସାମାନ୍ୟ ବିଡ଼ି ପାନରୁ ସୃଷ୍ଟି ବଚସା ଏବଂ ପରିଚୟପତ୍ର ଦେଖାଇବାକୁ କେନ୍ଦ୍ର କରି ଏହି ହତ୍ୟାକାଣ୍ଡ ଘଟିଥିଲା।

ଗିରଫ ୬ ଜଣ ଅଭିଯୁକ୍ତ ହେଲେ ଅଇଁଠାପାଲି ଥାନା ଅନ୍ତର୍ଗତ ବୁଢ଼ାରଜା ରାମଗଡ଼ପଡ଼ାର ନରହରି, ସଞ୍ଜୟ, ରାଜା, ମନୋଜ, ହୀରା ଏବଂ ଶାନ୍ତନଗର ମାତୃବିହାରର ବିକାଶ। ତଦନ୍ତ ସରିନଥିବାରୁ ପୋଲିସ ସେମାନଙ୍କ ସମ୍ପୂର୍ଣ୍ଣ ନାମ ପ୍ରକାଶ କରି ନାହିଁ।

ଠିକାଦାର ସଦାବ ହୁସେନଙ୍କ ଏତଲା କ୍ରମେ ଅଇଁଠାପାଲି ଥାନାରେ ଏକ ମାମଲା (ନଂ- ୪୨୯/୨୦୨୫) ରୁଜୁ ହୋଇଛି। ଗୁରୁବାର ସମସ୍ତ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି। ସଦର ଏସଡିପିଓ ତୋଫାନ ବାଗ କହିଛନ୍ତି ଯେ ସିସିଟିଭି ଫୁଟେଜ୍ ଓ ଅନ୍ୟାନ୍ୟ ବୈଷୟିକ ପଦ୍ଧତି ଅନୁସାରେ ରାତିସାରା ଚଢ଼ାଉ କରି ପୋଲିସ ଅଭିଯୁକ୍ତମାନଙ୍କୁ ଗିରଫ କରିଛି।

ମୃତକ ଶେଖ୍ ଜୁଏଲ୍ ଓ ଅନ୍ୟ ଦୁଇ ଶ୍ରମିକ ସନୱାର ହୁସେନ ଏବଂ ଅକିତ୍ତର ରହମାନ ଓରଫ ଆରିଫ୍ ଶେଖ୍ ବୁଧବାର ରାତି ପ୍ରାୟ ୯ଟା ୩୦ରେ ଦାନିପାଲିରେ ଏକ ନିର୍ମାଣାଧୀନ କୋଠା ନିକଟରେ ବିଡ଼ି ପିଉଥିଲେ। ଅଭିଯୁକ୍ତମାନେ ସେଠାରେ ପହଞ୍ଚି ବିଡ଼ି ମାଗିବା ପରେ ଶ୍ରମିକମାନଙ୍କୁ ଟଙ୍କା ମାଗିଥିଲେ। ଶ୍ରମିକମାନେ ମନା କରିବାରୁ ଗାଳିଗୁଲଜ କରିବା ସହ ସେମାନଙ୍କୁ ପରିଚୟ ଓ ଆଧାରକାର୍ଡ ଦେଖାଇବାକୁ କହିଥିଲେ।

ଶ୍ରମିକମାନେ ଆଧାରକାର୍ଡ ଦେଖାଇବାକୁ ମନା କରିବାରୁ ଉତ୍ୟକ୍ତ ଅଭିଯୁକ୍ତମାନେ ଲୁହାଛଡ଼ା, ବାଡ଼ି ଆଦିରେ ସେମାନଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ କରିଥିଲେ। ଫଳରେ ଜୁଏଲ୍ ଓ ସନୱାର ଗୁରୁତର ଆହତ ହୋଇଥିଲେ। ଗୁରୁତର ଆହତ ଶେଖ୍ ଜୁଏଲ୍‌ଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଅଣାଯାଇଥିବାବେଳେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଅନ୍ୟ ଆହତ ଶ୍ରମିକମାନଙ୍କ ଚିକିତ୍ସା ଚାଲିଛି।

ପଶ୍ଚିମବଙ୍ଗର ତୃଣମୂଳ କଂଗ୍ରେସ (TMC) ଏହି ହତ୍ୟାକାଣ୍ଡକୁ ‘ବଙ୍ଗାଳିଙ୍କ ବିରୁଦ୍ଧରେ ଚାଲିଥିବା ଅଭିଯାନ’ ବୋଲି ଦର୍ଶାଇ ଓଡ଼ିଶାରେ ଶାସନ କରୁଥିବା ଭାଜପାକୁ ଦାୟୀ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ମିଳିଲା ୱାର୍ଡରଙ୍କ ମୃତଦେହ, ଗାଡ଼ି ଆସିଲେ ମଧ୍ୟ ସେ ଡ୍ୟୁଟିକୁ ନ ଯିବାରୁ ବଢ଼ିଲା …

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାହାସପୁର ଗ୍ରାମ ନିକଟ ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ଶୁକ୍ରବାର ସନ୍ଧ୍ୟାରେ ଜଣେ ଜେଲ ୱାର୍ଡରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ…

ଚାମ୍ବରରେ ଧସେଇ ପଶି ଏମିତି କ’ଣ କହିଦେଲେ ଭାଜପା ନେତା, ଚେୟାରରେ ଚେତାଶୂନ୍ୟ ହୋଇ ପଡ଼ିଗଲେ ବିଡିଓ

ଡେରାବିଶ, ୧୪।୮ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର ଅପରାହ୍ନରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ବିଡିଓ ନମିତା ବାରିକ…

ଘୁମୁସର ସ୍ବର ଶୁଣିବେ ଶ୍ରୋତା, ‘ରେଡିଓ ଆଇନା’ର ଲୋକାର୍ପଣ କରି ବିଧାୟକ କହିଲେ…

ଭଞ୍ଜନଗର,୧୪ା୮(ବାବୁଲା ପ୍ରଧାନ): ରେଡିଓର ବିକାଶ ଓ ଏହାକୁ ଲୋକଙ୍କ ନିକଟତର କରିବା ଲକ୍ଷ୍ୟରେ ଭଞ୍ଜନଗର ମାଲସାହିଠାରେ ଶୁକ୍ରବାର ‘ରେଡିଓ ଆଇନା’ର ଲୋକାର୍ପଣ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

ବିଦ୍ୟୁତ୍‌ ଆଘାତରେ ନାବାଳିକାଙ୍କ ଜୀବନ ଗଲା, କ୍ଷତିପୂରଣ ଦାବିରେ…

କାଲିମେଳା,୧୪ା୮(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ କୁର୍ମାନୁର ପଞ୍ଚାୟତର ଗୁରାଲୁର ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ମୃତ୍ୟୁ ଘଟିଛି।…

ଗୁଣପୁରରେ ଅଖଣ୍ଡ ଭାରତ ଦିବସ: ତ୍ରିରଙ୍ଗା ଯାତ୍ରାରେ ବାହାରି ମହାପୁରୁଷଙ୍କ ବଳିଦାନକୁ ନେଇ…

ଗୁଣପୁର,୧୪ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୁରୁଣା ବସ୍‌ଷ୍ଟାଣ୍ଡଠାରେ ଶୁକ୍ରବାର ଅଖଣ୍ଡ ଭାରତ ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ଭାଜପା ଜିଲା ସଭାପତି ଗୋପୀ ଆନନ୍ଦ…

ସ୍ୱାଧୀନତା ଦିବସରେ ପାକିସ୍ତାନରେ ବଡ଼ ହଙ୍ଗାମା, ସରିଗଲା ସବୁ ପେଟ୍ରୋଲ…

ଇସଲାମାବାଦ୍‌,୧୪।୮: ପାକିସ୍ତାନୀ ସମ୍ବାଦପତ୍ର ‘ଡନ୍’ (DAWN) ର ରିପୋର୍ଟ ଅନୁଯାୟୀ, ପାକିସ୍ତାନ ସରକାର ପେଟ୍ରୋଲ ଏବଂ ହାଇ-ସ୍ପିଡ୍ ଡିଜେଲ (HSD) ର ଦର ବୃଦ୍ଧି କରିଛନ୍ତି। ଏହି…

ପାନୀୟ ଜଳ ପାଇଁ ଯିବାକୁ ପଡୁଛି ୨ କିମି, ଏସ୍‌ଡିପିଓ କହିଲେ ଯୁଦ୍ଧକାଳୀନ ଭିତ୍ତିରେ ଆଜି…

କେସିଙ୍ଗା,୧୪ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ମଖାପଳା ଗ୍ରାମରେ ଦୀର୍ଘଦିନରୁ ପାନୀୟଜଳ ସମସ୍ୟା ରହିଛି। ଏହି ଅଞ୍ଚଳରେ ନଳକୂପ ଖୋଳିଲେ ମଧ୍ୟ ପାଣି ବାହାରୁନାହିଁ। ଗ୍ରାମରୁ…

ତାଳଚେର-ପୁରୀ ମେମୁ ପାସେଞ୍ଜର ଲାଇନ୍‌ଚ୍ୟୁତ

ପୁରୀ,୧୪ା୮(ଅଜିତ କୁମାର ମହାନ୍ତି): ପୁରୀ ଷ୍ଟେଶନ ନିକଟରେ ତାଳଚେରରୁ ପୁରୀ ଆସୁଥିବା ମେମୁ ପାସେଞ୍ଜର ଟ୍ରେନ ପୁରୀ ଷ୍ଟେଶନରୁ ମାତ୍ର ୫୦୦ ମିଟର ଦୂରରେ ଲାଇନଚ୍ୟୁତ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri