Posted inଜାତୀୟ

ବାଣ ଫୁଟାନ୍ତୁ ନାହିଁ ବରଂ ବାଣ ଖାଆନ୍ତୁ!

ବେଙ୍ଗାଲୁରୁ,୧୨ ।୧୧: ଗୋଟିଏ ପଟେ କରୋନା ମହାମାରୀ ସାରା ବିଶ୍ୱକୁ କବଳିତ କରି ରଖିଥିବା ବେଳେ ଅନ୍ୟପଟେ ପାଖେଇ ଆସୁଛି ଆଲୋକର ପର୍ବ ଦୀପାବଳୀ । ଭାରତରେ ଏହାର ଖୁବ୍ ଚାହିଦା ଥିବା ବେଳେ ଏଥର କିନ୍ତୁ ଏହା ଫିକା ପଡିଯିବ ବୋଲି ସମସ୍ତେ ଜାଣନ୍ତି । କାରଣ ଦୀପାବଳୀରେ ଅଧିକାଂଶ ରାଜ୍ୟ ସରକାର ବାଣ ବିକ୍ରି ଓ ଫୁଟାଇବା ଉପରେ ନିଷେଧାଜ୍ଞା ଜାରି କରିଛନ୍ତି । ବାଣ ଫୁଟିଲେ ଯେଉଁ ପ୍ରଦୂଷଣ ହେବ ତାକୁ ଦୃଷ୍ଟିରେ ରଖି ଏଭଳି ପଦକ୍ଷେପ ନିଆଯାଇଛି । ପ୍ରଥମେ ଲୋକଙ୍କ ସ୍ୱାସ୍ଥ୍ୟକୁ ଗୁରୁତ୍ୱ ଦିଆଯାଇଥିବାରୁ ବିଭିନ୍ନ ରାଜ୍ୟ ସରକାର ଏଭଳି ନିଷ୍ପତ୍ତି ନେବାକୁ ବାଧ୍ୟ ହୋଇଛନ୍ତି । ଗୋଟିଏ ପଟେ ଶୀତଋତୁ ଆରମ୍ଭ ହୋଇ ଯାଇଥିବା ବେଳେ ଏହି ସମୟରେ କରୋନା ସଂକ୍ରମଣର ପ୍ରଭାବ ଅଧିକ ରହିବ ବୋଲି ବିଶେଷଜ୍ଞମାନେ ପୂର୍ବରୁ ସତର୍କ କରାଇ ଦେଇଛନ୍ତି । ତେବେ ଦୀପାବଳିରେ ମନ ଉଣା ନ କରି ଏଥର ବାଣ ନ ଫୁଟାଇ ବାଣ ଖାଇବାକୁ କହିଛନ୍ତି କର୍ନାଟକ ବେଙ୍ଗାଲୁରୁର ଜଣେ ଚକୋଲେଟ୍ ବ୍ୟବସାୟୀ । ଦୀପାବଳୀକୁ ନଜରରେ ରଖି ମହିଳା ଚକୋଲେଟ ବ୍ୟବସାୟୀ ଜଣକ ଚକୋଲେଟର ନାମ ବାଣର ନାମ ଭଳି ରଖିଛନ୍ତି ଓ ଏହାର ଆକାର ବି ବାଣ ଭଳି କରାଯାଇଛି । ଯେମିତିକି ରକେଟ୍ସ, ସୁତୁଳି ବମ୍‌, ଲକ୍ଷ୍ମୀ ପଟାଖା, ଫ୍ଲାୱାର୍ ପଟ୍ସ ବା ଫୁଲଦାନୀ ଇତ୍ୟାଦି । ତେବେ ଚକୋଲେଟ ଗୁଡିକ ବାଣ ଭଳି ଦେଖିବାକୁ ହୋଇଥିବାରୁ ଏହା ଛୋଟ ଛୋଟ ପିଲାମାନଙ୍କର ବେଶ ପସନ୍ଦ ଆସିବ ବୋଲି ସେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

୯ ପୋଲିସ ଅଧିକାରୀଙ୍କୁ ଫାଶି ଦଣ୍ଡ ଶୁଣାଇଲେ କୋର୍ଟ, ଏହି ମାମଲାର ଶୁଣାଣି କରି…

ନୂଆଦିଲ୍ଲୀ,୬।୪: ତାମିଲନାଡୁର ମଦୁରାଇ ଜିଲା କୋର୍ଟ ପୋଲିସ ହେପାଜତରେ ଜଣେ ପିତା ଏବଂ ପୁଅଙ୍କ ମୃତ୍ୟୁ ମାମଲାରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ସୋମବାର (୬ ଏପ୍ରିଲ,…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

ଧର୍ମଗଡ଼ ଉପଖଣ୍ଡରେ କୁଆପଥର ବର୍ଷା: ଯାତାୟାତ ବାଧାପ୍ରାପ୍ତ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡରେ ସୋମବାର ମଧ୍ୟାହ୍ନରେ ପ୍ରବଳ ଝଡ଼ ତୋଫାନ ସହ କୁଆପଥର ବର୍ଷା ହୋଇଛି। ବିଶେଷ କରି ଉପଖଣ୍ଡର ଧର୍ମଗଡ଼…

ପୋଲିସକୁ ଭୁଆଁ ବୁଲାଇ ନୂଆ ତରିକାରେ ହେଉଥିଲା ଗଞ୍ଜେଇ ଚାଲାଣ, ଖବରପାଇ ପହଞ୍ଚିଗଲା ପୋଲିସ

ମୋହନା,୬।୪( ମନ୍ମଥ ମିଶ୍ର ): ଗଜପତି ଜିଲାର ଭୂସ୍ବର୍ଗ ପାଲଟିଥିବା ଅଡବା ଥାନା ଅଞ୍ଚଳରେ ପୋଲିସର ଘନଘନ ଚଢ଼ାଉ ଜାରି ରହିଛି। ଗତ କିଛି ଦିନ ଭିତରେ…

କଣ୍ଟେନରରେ ଆନ୍ଦ୍ରପ୍ରଦେଶକୁ ହେଉଥିଲା ଗୋ ଚାଲାଣ, ହଠାତ୍‌ ପହଞ୍ଚିଗଲା ପୋଲିସ, ତା’ପରେ…

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ରିଷଗାଁ ବାଇପାସ ରାସ୍ତାରେ ସୋମବାର ବେଆଇନ ଭାବେ ଏକ କଣ୍ଟେନରରେ ଗୋରୁ ଚାଲାଣ ହେଉଥିବା…

ଅପହଞ୍ଚ ଅଞ୍ଚଳରେ ଆଇଏଏସ୍‌ ଅଧିକାରୀ: ପାହାଡ଼ ଚଢ଼ି ଆଦିବାସୀଙ୍କ ବୁଝିଲେ ଦୁଃଖ, ପ୍ରସ୍ତୁତ ହେଲା ବିକାଶର ବ୍ଲୁ-ପ୍ରିଣ୍ଟ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଅତି ଦୁର୍ଗମ ଥୁଆମୂଳ ରାମପୁର ବ୍ଲକର କନ୍ଦାଗୁଡ଼ା, କେନ୍ଦୁଗୁଡ଼ା ଓ ଦେର୍ଲାଠି ଭଳି ଅପହଞ୍ଚ ଗ୍ରାମଗୁଡ଼ିକରେ ପ୍ରଥମକରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri