Posted inଜାତୀୟ

ପ୍ରେମିକାର ନିର୍ବନ୍ଧ ଖବର ଶୁଣି ବଡିବିଲ୍ଡରଙ୍କ ଆତ୍ମହତ୍ୟା

ବେଙ୍ଗାଲୁରୁ,୮।୨: ପ୍ରେମିକାର ଅନ୍ୟତ୍ର ବିବାହ ଖବର ଶୁଣି ସହିପାରିଲେନି ବଡି ବିଲ୍ଡର ପ୍ରେମିକ। ମାତ୍ର ୨୬ ବର୍ଷ ବୟସରେ କରିଦେଲେ ଆତ୍ମହତ୍ୟା। ମୃତ ଯୁବକଙ୍କ ନାମ କିରଣ ଏବଂ ବୃତ୍ତିରେ ସେ ଜଣେ ଜିମ୍ ଟ୍ରେନର୍ ଥିଲେ।

ସୂଚନା ଅନୁଯାୟୀ, କିରଣ ଗତ ୩ ବର୍ଷ ଧରି ଜଣେ ଯୁବତୀଙ୍କ ସହ ପ୍ରେମ ସମ୍ପର୍କରେ ଥିଲେ। ଶନିବାର କିରଣ ତାଙ୍କ ପ୍ରେମିକାଙ୍କୁ ଭେଟିଥିବା ବେଳେ, ଯୁବତୀଜଣକ ତାଙ୍କର ଅନ୍ୟ ଜଣେ ପୁରୁଷଙ୍କ ସହ ନିର୍ବନ୍ଧ ସରିଥିବା କଥା ଜଣାଇଥିଲେ। ଏହି ଖବର ଶୁଣିବା ପରେ କିରଣ ଅତ୍ୟନ୍ତ ମର୍ମାହତ ହୋଇ ପଡ଼ିଥିଲେ।

ପ୍ରେମିକାଙ୍କ ପାଖରୁ ଫେରିବା ପରେ କିରଣ ବିଚଳିତ ହୋଇଯାଇଥିଲେ। ନିଜକୁ ଘରର ଏକ ରୁମ୍‌ରେ ବନ୍ଦ କରିଦେଇଥିଲେ। ବହୁ ସମୟ ପର୍ଯ୍ୟନ୍ତ ସେ ରୁମ୍‌ରୁ ବାହାରି ନଥିଲେ। ସନ୍ଦେହ ହେବାରୁ ପରିବାର ଲୋକେ କବାଟ ଭାଙ୍ଗି ଭିତରକୁ କବାଟ ଭାଙ୍ଗି ପଶିଥିଲେ। ସେଠାରେ କିରଣଙ୍କ ଝୁଲନ୍ତା ଶବ ଦେଖିବାକୁ ପାଇଥିଲେ।

ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇଛି। କିରଣଙ୍କ ରୁମ୍‌ରୁ ଏକ ସୁଇସାଇଡ୍ ନୋଟ୍ ମଧ୍ୟ ଜବତ କରାଯାଇଛି। ପୋଲିସ ଏହି ଆତ୍ମହତ୍ୟା ପଛର ବିଭିନ୍ନ ଦିଗକୁ ନେଇ ଅଧିକ ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

JSSC CGL ପରୀକ୍ଷା ବାତିଲ: ଶେଷରେ ଛାତ୍ରଙ୍କ ଆଗରେ ନଇଁଲେ ମୁଖ୍ୟମନ୍ତ୍ରୀ

ରାଞ୍ଚି,୧୭।୮: ରାଞ୍ଚିରେ ଛାତ୍ର ବିରୋଧ ମଧ୍ୟରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, କ୍ୟାବିନେଟ JSSC-CGL ପରୀକ୍ଷା ବାତିଲ କରିବାକୁ…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ

ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

ଇତିହାସ ରଚିଲେ ରବୀନ୍ଦ୍ର ଜାଡେଜା, ଏପରି କରିବାରେ ହେଲେ ଦ୍ୱିତୀୟ ଭାରତୀୟ

ନୂଆଦିଲ୍ଲୀ, ୧୭।୮: ଶ୍ରୀଲଙ୍କା ବିପକ୍ଷରେ ଗଲ୍‌ରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତୀୟ ସ୍ପିନ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜ ନାମରେ ଏକ ବଡ଼ ରେକର୍ଡ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri