Posted inଜାତୀୟ

ଆକାଉଣ୍ଟସକୁ ନେଇ ଯୁକ୍ତିତର୍କ ପରେ ପୁଅକୁ ଜାଳି ଦେଲେ

ବେଙ୍ଗାଲୁରୁ,୮।୪: ଆକାଉଣ୍ଟ ସେଟେଲମେଣ୍ଟକୁ ନେଇ ଯୁକ୍ତିତର୍କ ପରେ ପୁଅକୁ ଜାଳି ଦେଇଛନ୍ତି ଜଣେ ବ୍ୟବସାୟୀ। ଗୁରୁତର ଅବସ୍ଥାରେ ଯୁବକଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ହେଲେ ସେଠାରେ ତାଙ୍କର ମୃତ ଘଟିଛି। ଏଭଳି ଘଟଣା ୧ ତାରିଖରେ ସହରର ଭାଲମିକି ନଗର ଅଞ୍ଚଳରେ ଘଟିଥିଲା। ପୂରା ଘଟଣା କଏଦ ହୋଇଛି ସିସିଟିଭିରେ।

ଟୁଇଟରେ ଛାୟୀ ହୋଇଯାଇଥିବା ଫୁଟେଜରେ ପୀଡ଼ିତ ଅର୍ପିତ ଏକ ବିଲ୍ଡିଂରୁ ବାହାରକୁ ଆସୁଛନ୍ତି। ତା’ ପରେ ତାଙ୍କ ଉପରେ କିଛି ତରଳ ପଦାର୍ଥ ପକାଯାଇଥିଲା, ଯାହାକୁ ପରେ ପୋଲିସ ପେଣ୍ଟ ଥିନର ବୋଲି ସ୍ପଷ୍ଟ କରିଛି। ତାଙ୍କ ପଛରେ ବିଲ୍ଡିଂରୁ ବାହାରି ଥିଲେ ତାଙ୍କ ବାପା ସୁରେନ୍ଦ୍ର। ଯୁବକ ଜଣଙ୍କ ନେହୁରା ହେଉଥିଲେ ମଧ୍ୟ ସୁରେନ୍ଦ୍ର କିଛି ଶୁଣି ନ ଥିଲେ। ଶେଷରେ ମ୍ୟାଚ୍‌ଷ୍ଟିକ୍‌ ଲଗାଇ ତାଙ୍କ ଉପରକୁ ଫେପାଡ଼ିଥିଲେ। ଥରେ ବିଫଳ ହେବା ପରେ ସେ ଦ୍ୱିତୀୟ ମ୍ୟାଚ୍‌ଷ୍ଟିକ୍‌ ଲଗାଇଥିଲେ। ପୋଷାକ ଜଳୁଥିବା ବେଳେ ଅର୍ପିତ ଜୀବନ ବଞ୍ଚାଇବା ଲାଗି ଦୌଡ଼ୁଥିବା ଭିଡିଓରେ ଦେଖିବାକୁ ମିଳୁଛି।

ସ୍ଥାନୀୟ ଲୋକେ ଅର୍ପିତଙ୍କୁ ଉଦ୍ଧାର କରି ଭିକ୍ଟୋରିଆ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ତାଙ୍କ ଶରୀରର ୬୦ ପ୍ରତିଶତ ଜଳି ଯାଇଥିଲା। ଦୁଇ ଦିନ ଧରି ମୃତ୍ୟୁ ସହ ସଂଘର୍ଷ କରିବା ପରେ ସେ ହାରି ଯାଇଥିଲେ। ପଡ଼ୋଶୀଙ୍କ ବୟାନ ଅଧାରରେ ଅର୍ପିତଙ୍କ ହତ୍ୟା ପାଇଁ ତାଙ୍କ ବାପା ସୁରେନ୍ଦ୍ର ଗିରଫ କରାଯାଇଛି। ମିଳିଥିବା ସୂଚନା ମୁତାବକ, ସୁରେନ୍ଦ୍ର କପଡ଼ା ବ୍ୟବସାୟ କରନ୍ତି। ଦୋକାନ ପରିଚାଳନା କରୁଥିବା ଅର୍ପିତଙ୍କୁ ଆକାଉଣ୍ଟ ଡିଟେଲ୍ସ ମାଗିବାରୁ ୧.୫ କୋଟି ଟଙ୍କାର ହିସାବ ଦେଇ ପାରି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହଜାରେ କ୍ଷେପଣାସ୍ତ୍ର ଆକ୍ରମଣ କରିବାକୁ ଧମକ ଦେଇଥିଲେ ଡୋନାଲ୍ଡ ଟ୍ରମ୍ପ; ବର୍ତ୍ତମାନ ଇରାନରେ ବଡ଼ ବିସ୍ଫୋରଣ, ପ୍ରତିକ୍ରିୟା ରଖିଲା ତେହରାନ

ତେରାନ,୧୧।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ‘୧,୦୦୦ କ୍ଷେପଣାସ୍ତ୍ର’ ସମ୍ପର୍କରେ ଇରାନକୁ ଚେତାବନୀ ଦେବା ପରେ ଇରାନର ରାଜଧାନୀ ତେହରାନର ପୂର୍ବ ଭାଗରେ ବିସ୍ଫୋରଣର ଶବ୍ଦ ଶୁଣିବା…

ଗାଧୋଇବାକୁ ଯାଇ ଫେରିଲେନି ଯୁବକ, ପାଣିରୁ ମୃତଦେହ କାଢ଼ି…

ଖଲ୍ଲିକୋଟ,୧୧ା୭(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଭେଜିପୁଟ ଗ୍ରାମ ୧୬ ନଂ ଜାତୀୟ ରାଜପଥ କଡ଼ରେ ଥିବା ଦୋଳା ପୋଖରୀରେ ବୁଡ଼ି ଜଣେ…

ବିଦେଶୀ ମଦ ଦୋକାନ ଉପରେ ବୋମାମାଡ଼ କରି ଫେରାର ହୋଇଗଲେ ଦୁର୍ବୃତ୍ତ, ପୁରୁଣା କର୍ମଚାରୀଙ୍କ…

କୋଣାର୍କ,୧୧ା୭(ଜ୍ୟୋତିରାଜ ମହାନ୍ତି): କୋଣାର୍କ ବସ୍‌ଷ୍ଟାଣ୍ଡ ନିକଟରେ ନୂତନ କରି ଖୋଲିଥିବା ବିଦେଶୀ ମଦ ଦୋକାନକୁ ଜଣେ ଦୁର୍ବୃତ୍ତ ଶନିବାର ପୂର୍ବାହ୍ନରେ ତିନୋଟି ବୋମାମାଡ଼ କରି ଫେରାର ହୋଇଯାଇଥିବାବେଳେ…

ଗୋଟିଏ ମଫଲର ନେଇ ନ୍ୟୁଜିଲାଣ୍ଡ ଯାଇଛନ୍ତି ମୋଦି: ପଛରେ ରହିଛି ରୋଚକ କାହାଣୀ

ନୂଆଦିଲ୍ଲୀ,୧୧।୭: ପ୍ରଧାନମନ୍ତ୍ରୀ ମୋଦି ନ୍ୟୁଜିଲାଣ୍ଡରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରିଛନ୍ତି। ସେ କହିଛନ୍ତି, ଆଜି ୪୦ ବର୍ଷ ପରେ ଜଣେ ଭାରତୀୟ ପ୍ରଧାନମନ୍ତ୍ରୀ ନ୍ୟୁଜିଲାଣ୍ଡ ଗସ୍ତ କରିଛନ୍ତି।…

ପାଠ୍ୟପୁସ୍ତକ ତ୍ରୁଟି: କଡ଼ା ପଦକ୍ଷେପ ନେଲେ ମୁଖ୍ୟମନ୍ତ୍ରୀ, SCERT ନିର୍ଦ୍ଦେଶକଙ୍କୁ ଏଫ୍‌ଆଇଆର୍‌ ଦାୟର କରିବାକୁ କହି…

ଭୁବନେଶ୍ୱର,୧୧ା୭(ସୁନିତ୍‌ ମିଶ୍ର): ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠ୍ୟ ପୁସ୍ତକରେ ତ୍ରୁଟି ଘଟଣାକୁ ଗମ୍ଭୀରତାର ସହ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ଏ ସମ୍ପର୍କରେ…

E-20 ସହିତ ସାଧାରଣ ପେଟ୍ରୋଲ୍ ମଧ୍ୟ… ଏବେ ଗ୍ରାହକଙ୍କୁ ପେଟ୍ରୋଲ ପମ୍ପରେ ମିଳିବ ପେଟ୍ରୋଲର ବିକଳ୍ପ?

ନୂଆଦିଲ୍ଲୀ,୧୧ା୭: E-20 ଇନ୍ଧନ (ଫ୍ୟୁଏଲ୍‌)କୁ ନେଇ ଏବେ ସାରା ଦେଶରେ ହଙ୍ଗାମା ମାତିଛି। ଏଥାନଲ୍ ବ୍ଲେଣ୍ଡେଡ୍ ପେଟ୍ରୋଲ୍ (ଏଥାନଲ୍ ମିଶ୍ରିତ ପେଟ୍ରୋଲ୍‌)କୁ ନେଇ ଆଲୋଚନା ଓ ବିବାଦର…

ଅଷ୍ଟ୍ରେଲିଆରେ ଏକ ହୋଟେଲ ରୁମ୍‌ର ମୂଲ୍ୟ କେତେ? ଗୋଟିଏ ସପ୍ତାହ ରହିଲେ କେତେ ଖର୍ଚ୍ଚ ହୁଏ ଜାଣନ୍ତୁ…

ନୂଆଦିଲ୍ଲୀ/କାନ୍‌ବେରା,୧୧ା୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ତିନି-ରାଷ୍ଟ୍ରୀୟ ଗସ୍ତରେ ଅଷ୍ଟ୍ରେଲିଆରେ ପହଞ୍ଚିଥିଲେ। ଯାହା ଦେଶ ବିଷୟରେ ଅଧିକ ଜାଣିବା ପାଇଁ ଇଚ୍ଛାକୁ ବୃଦ୍ଧି କରିଥିଲା। ଅନେକ ଲୋକ…

କେଜିରୁ ପିଜି ନାମଲେଖା ଦ୍ୱନ୍ଦ୍ୱ ଦୂର ପାଇଁ ଆସିବ ଏସ୍‌ଓପି: ଉଚ୍ଚଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର, ୧୧।୭: ରାଜ୍ୟରେ କେଜିରୁ ପିଜି ପର୍ଯ୍ୟନ୍ତ ମାଗଣା ଶିକ୍ଷା ଯୋଜନା କାର୍ଯ୍ୟକାରୀ ହେବା ପରେ ନାମଲେଖା ପ୍ରକ୍ରିୟାକୁ ନେଇ ସୃଷ୍ଟି ହୋଇଥିବା ଦ୍ୱନ୍ଦ୍ୱ ଦୂର କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri