Posted inଜାତୀୟ

ବେଙ୍ଗାଲୁରୁରେ ଦ୍ୱିତୀୟ ବନ୍ୟା: ବୁଡ଼ିଲା ଆପାର୍ଟମେଣ୍ଟ, ଉଦ୍ଧାର କାର୍ଯ୍ୟ ଜାରି

ବେଙ୍ଗାଲୁରୁ,୫।୯: ରବିବାର ରାତିସାରା ପ୍ରବଳ ବର୍ଷା ଫଳରେ ବେଙ୍ଗାଲୁରୁର ଅନେକ ଅଞ୍ଚଳ ଜଳବନ୍ଦୀ ହୋଇ ରହିଛି। ରାସ୍ତା ଜଳମଗ୍ନ ହୋଇ ସହରର ଗୁରୁତ୍ୱପୂର୍ଣ୍ଣ ସ୍ଥାନରେ ଟ୍ରାଫିକ ସମସ୍ୟା ଦେଖାଦେଇଛି। ସପ୍ତାହରେ ଏହା କର୍ନାଟକରେ ଦ୍ୱିତୀୟ ଥର ଭୟଙ୍କର ବନ୍ୟା ପରିସ୍ଥିତି ଦେଖାଦେଇଛି।
ରବିବାର ରାତିରେ ବର୍ଷା ପରେ ବିଭିନ୍ନ ଆପାର୍ଟମେଣ୍ଟର ତଳ ମହଲା ବୁଡ଼ି ରହିଥିବା ବେଳେ ଅନେକ ରାସ୍ତା ଜଳମଗ୍ନ ହୋଇ ଯିବାରୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଯାଇଛି। ଏନେଇ ଜରୁରୀ ନ ପଡ଼ିଲେ ଘରୁ ବାହାରକୁ ନ ଯିବାକୁ ଏବଂ ପିଲାମାନଙ୍କୁ ସ୍କୁଲକୁ ନ ପଠାଇବାକୁ ଅନୁରୋଧ କରାଯାଇଛି।

ଇକୋସ୍ପେସ, ବେଲାଣ୍ଡୁର, କେୟାର ମାର୍କେଟ, ରେଶମ ବୋର୍ଡ ଜଙ୍କସନ ଏବଂ ଭର୍ଥୁର ନିକଟରେ ଥିବା ରିଙ୍ଗ ରୋଡ ଆଦି ଅଞ୍ଚଳ ପ୍ରଭାବିତ ହୋଇଛି। ପୁରୁଣା ବିମାନବନ୍ଦର ରୋଡରେ ବନ୍ୟା ଜଳ ଯୋଗୁ ଏକ ବସ ଅଟକି ରହିଛି। ଗତ ସପ୍ତାହ ବର୍ଷାରେ ମଧ୍ୟ ରାସ୍ତା ଜଳମଗ୍ନ ହୋଇଯାଇଥିଲା। ମୁଖ୍ୟମନ୍ତ୍ରୀ ବାସବରାଜ ବମ୍ମାଇ ମଧ୍ୟ ବିଭିନ୍ନ ଅଞ୍ଚଳ ପରିଦର୍ଶନ କରିଥିଲେ। ଇତିମଧ୍ୟରେ ଉଦ୍ଧାରକାରୀ ଦଳ ଡଙ୍ଗା ସାହାଯ୍ୟରେ ଲୋକଙ୍କୁ ଉଦ୍ଧାର କରି ଅନ୍ୟତ୍ର ସ୍ଥାନାନ୍ତର କରୁଛନ୍ତି। ମହାଦେବପୁରରେ ୩୦ରୁ ଅଧିକ ଆପାର୍ଟମେଣ୍ଟର ତଳ ମହଲାରେ ପାଣି ଜମି ରହିଛି। ଏପରିକି ସହରର ବିଭିନ୍ନ ମୁଖ୍ୟ ରାସ୍ତାରେ ପାଣି ଭର୍ତ୍ତି ରହିଥିବାରୁ ଯାତାୟାତ ପ୍ରଭାବିତ ହୋଇଛି।

ଅନ୍ୟପକ୍ଷେ ବନ୍ୟା ଦ୍ୱାରା ବହୁ କୋଟି ଟଙ୍କାର କ୍ଷତି ଘଟିଛି ବୋଲି ଆଇଟି ଏବଂ ବିଭିନ୍ନ ବ୍ୟାଙ୍କିଙ୍ଗ୍‌ ସଂସ୍ଥା ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି କରାଯାଇଛି। ଏନେଇ ମୁଖ୍ୟମନ୍ତ୍ରୀ ବମ୍ମାଇ ସରକାରଙ୍କ ପକ୍ଷରୁ ଆଇଟି କମ୍ପାନୀଗୁଡିକୁ ଡାକି ସମସ୍ୟାର ସମାଧାନ କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଧାରଣା: ପ୍ରଶାସନର ଏଭଳି ପ୍ରତିଶ୍ରୁତି ପରେ ହଟିଲା…

ଦେବଗଡ଼, ୩୦।୩ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଅଙ୍ଗନୱାଡି କର୍ମୀ ବ୍ଲକ ସମ୍ମୁଖରେ ଦେଉଥିବା ଧାରଣାସ୍ଥଳରେ ସୋମବାର…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ହଠାତ୍‌ ଭାରସାମ୍ୟ ହରାଇ ଷ୍ଟ୍ରିଟଲାଇଟ ଖୁଣ୍ଟକୁ ଧକ୍କା ଦେଲା କାର୍‌: ଘଟଣାସ୍ଥଳରେ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ସୋମବାର ଅପରାହ୍ନରେ ଦେବଗଡ ପୌରାଞ୍ଚଳ ମୋହିନୀପୁର ଛକ ନିକଟସ୍ଥ ୫୩ ନମ୍ବର ଜାତୀୟ ରାଜପଥରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି ।…

ଅପସାରିତ ପୌରାଧ୍ୟକ୍ଷାଙ୍କୁ ପୁନଃ ଅବସ୍ଥାପିତ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ, ତୁରନ୍ତ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ୨୦୨୫ ଜାନୁଆରୀ ୨୮ ତାରିଖରେ ରାଜ୍ୟ ସରକାରଙ୍କ ଦ୍ୱାରା ଗାଦିଚ୍ୟୁତ ହୋଇଥିବା ଦେବଗଡ ପୌର ପରିଷଦ ଅଧ୍ୟକ୍ଷା ଶାନ୍ତି ମଞ୍ଜରୀ ଦେଈଙ୍କୁ ଏହି…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ଅନ୍ତର୍ଜାତୀୟ ବଡ଼ି ଲିଫ୍ଟ ପ୍ରତିଯୋଗିତାରେ ଦିଗପହଣ୍ଡିର ଶଙ୍କର ପୁରସ୍କୃତ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୩ ନଂ ୱାର୍ଡ ନୂଆସାହିରେ ରହୁଥିବା ନନ୍ଦୁ ଓରଫ ଶଙ୍କର ବେହେରା ଅନ୍ତର୍ଜାତୀୟ ବଡି ଲିଫ୍ଟ ପ୍ରତିଯୋଗିତାରେ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri