Posted inଜାତୀୟ

ଓମିକ୍ରନ ଆକ୍ରାନ୍ତ ଡାକ୍ତରଙ୍କ ସଂସ୍ପର୍ଶରେ ଆସି ୫ ପଜିଟିଭ

ବେଙ୍ଗାଲୁରୁ,୨।୧୨: କର୍ନାଟକରେ ଚିହ୍ନଟ ହୋଇଥିବା ଦୁଇ ଓମିକ୍ରନ ଆକ୍ରାନ୍ତ ମଧ୍ୟରୁ ଜଣେ ହେଉଛନ୍ତି ଡାକ୍ତର। ତାଙ୍କ ସଂସ୍ପର୍ଶରେ ଆସିଥିବା ୫ ଜଣ କୋଭିଡ୍‌-୧୯ ରିପୋର୍ଟ ପଜିଟିଭ ଆସିଛି। ଦେଶରେ ପ୍ରଥମ ଥର ପାଇଁ ଓମିକ୍ରନ ଭାରିଆଣ୍ଟ ଆକ୍ରାନ୍ତ ଚିହ୍ନଟ ହୋଇଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ଘୋଷଣା ପରେ କର୍ନାଟକ ସରକାର ଏହି ଘୋଷଣା କରିଛନ୍ତି।

ଡାକ୍ତରଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କୁ ଆଇସୋଲେଟଡ୍‌ ରଖାଯାଇଛି। ସେମାନଙ୍କ ନମୁନାକୁ ଜିନୋମ ସିକ୍ୱେସିଂ ପାଇଁ ପଠା ଯାଇଥିବା ସରକାରଙ୍କ ପକ୍ଷରୁ କୁହାଯାଇଛି।

ଦୁଇ ଓମିକ୍ରମ ଆକ୍ରାନ୍ତଙ୍କ ମଧ୍ୟରେ ସମ୍ପୂର୍ଣ୍ଣ ଭାକ୍ସିନ ନେଇଥିବା ବାଙ୍ଗାଲୁରୁ ଜଣେ ୪୬ ବର୍ଷୀୟ ଡାକ୍ତର ରହିଛନ୍ତି। ତାଙ୍କର ଟ୍ରାଭଲ ହିଷ୍ଟ୍ରୀ ନାହିଁ। ୨୧ ତାରିଖରେ ତାଙ୍କଠାରେ ଜ୍ୱର ଓ ଶରୀର ପୀଡ଼ା ଭଳି ଲକ୍ଷଣ ଦେଖାଦେଇଥିଲା।

ରପୋର୍ଟ ପଜିଟିଭ ଆସିବା ପରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତାଙ୍କ ନମୁନାର ଦ୍ୱିତୀୟ ଥର ଯାଞ୍ଚ ପରେ ଓମିକ୍ରନରେ ଭାରିଆଣ୍ଟାରେ ସଂକ୍ରମିତ ଥିବା ଜଣାପଡ଼ିଥିଲା। ୩ ଦିନ ପରେ ସେ ହସ୍ପିଟାଲରୁ ଡିସଚାର୍ଜ ହୋଇଥିଲେ। ତାଙ୍କର କଣ୍ଟାକ୍ଟ ଟ୍ରେସିଂରୁ ୧୩ ଜଣ ସିଧାସଳଖ ଓ ୨୫୦ ସେକେଣ୍ଡାରୀ କଣ୍ଟାକ୍ଟଙ୍କ କୋଭିଡ୍‌-୧୯ ପରୀକ୍ଷା କରାଯାଇଛି ବୋଲି ରାଜ୍ୟ ସରକାର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ମାଣ ହୋଇ ୭ବର୍ଷ ବିତିଗଲାଣି, କାର୍ଯ୍ୟକ୍ଷମ ହୋଇପାରୁନି ଆଦିବାସୀ ହଷ୍ଟେଲ

କେସିଙ୍ଗା,୧୩।୧୦(ତୁମେଶ୍ୱର ସାହୁ): ଗରିବ ଆଦିବାସୀ ହରିଜନ ଛାତ୍ରୀଛାତ୍ରଙ୍କୁ ରହିବା ଖାଇବା ଠାରୁ ମାଗଣାରେ ପାଠ ପଢିବା ପାଇଁ ପୂର୍ବର ବିଜେଡି ସରକାର କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର…

ଜନ୍ମ ହେଲା ୮ ଗୋଡ଼ ଥିବା ମଇଁଷି: ଦେଖିବାକୁ ଲୋକଙ୍କ ଭିଡ଼

ଭୋପାଳ,୧୨।୧୦: ମଧ୍ୟପ୍ରଦେଶର ଡିଣ୍ଡୋରୀ ଜିଲାରୁ ଏକ ବିରଳ ଘଟଣା ସାମ୍ନାକୁ ଆସିଛି। ଏଠାରେ ଏକ ମଇଁଷି ଆଠଟି ଗୋଡ଼ ଥିବା ଛୁଆକୁ ଜନ୍ମ ଦେଇଛି। ଏହି ଖବର…

ସମସ୍ୟା ଘେରରେ ଡୁମେରମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ଗେଟ ଆଗରେ ବସିଲେ ଛାତ୍ରୀଛାତ୍ର

ଲାଞ୍ଜିଗଡ଼, ୧୨।୧୦ (ରମେଶ ଚନ୍ଦ୍ର ନାୟକ): ବିଦ୍ୟାଳୟରେ ନାହିଁ ପିଇବା ପାଣିର ସୁବିଧା, ବିଜୁଳି ସଂଯୋଗ ଓ ସୁରକ୍ଷା ପାଚେରୀ। ଶୌଚାଳୟ ଓ ଜଳର ସୁବ୍ୟବସ୍ଥା ନଥିବାରୁ…

ଜଙ୍ଗଲକୁ କାଠ ପାଇଁ ଯାଉଥିଲେ ସୁଲୋଚନା, ନଦୀ ପାର୍‌ ହେବା ସମୟରେ ଘଟିଲା…

ମୋହନା.,୧୨।୧୦(ମନ୍ମଥ ମିଶ୍ର): ନଦୀ ପାର ହେବା ସମୟରେ ଭାସି ଯାଇ ମହିଳାଙ୍କ ମୃତ୍ୟୁ ଘଟିଛି l ଏଭଳି ଏକ ଦୁଃଖଦ ଘଟଣା ଘଟିଛି ଗଜପତି ଜିଲା ରା…

ମାଣିକେଶ୍ୱରୀ ଛକ ନିକଟରୁ ମିଳିଲା ଅଜଣା ବୃଦ୍ଧାଙ୍କ ମୃତଦେହ: ବଢୁଛି ସନ୍ଦେହ

ଭବାନୀପାଟଣା,୧୨।୧୦(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ସହର ମାଣିକେଶ୍ୱରୀ ଛକ ଯାତ୍ରୀ ପ୍ରେକ୍ଷାଳୟରୁ ସୋମବାର ଅପରାହ୍ନରେ ଜଣେ ଅଜଣା ବୃଦ୍ଧାଙ୍କ ମୃତଦେହ ଉଦ୍ଧାର ହୋଇଛି। ଖବର ପାଇ…

ଥୁଆମୂଳ ରାମପୁରରେ ୧୭ ଦିନ ହେଲା ପାନୀୟ ଜଳ ସଙ୍କଟ: ‘ପାଣ୍ଠି ଅଭାବ’ ସଫେଇକୁ ନେଇ ଅସନ୍ତୋଷ

ଥୁଆମୂଳ ରାମପୁର, ୧୨।୧୦ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସଙ୍କଟ ଗୁରୁତର ରୂପ ନେଇଛି। ‘ବସୁଧା’ ଯୋଜନାରେ ଜଳ…

୩୬ ଦିନ ଜେଲରୁ ରହିବା ପରେ ଦମ୍‌ଦାର ପ୍ରତ୍ୟାବର୍ତ୍ତନ କଲେ ଏହି ଖେଳାଳି, ପ୍ରଥମ ମ୍ୟାଚରେ ଶତକ ମାରି କାନ୍ଦି ପକାଇଲେ…

ନୂଆଦିଲ୍ଲୀ,୧୨।୧୦: ରଣଜୀ ଟ୍ରଫିର ନୂଆ ସିଜନ ଅକ୍ଟୋବର ୧୧ରୁ ଆରମ୍ଭ ହୋଇଛି। ବଙ୍ଗଳା ଓ ଦିଲ୍ଲୀ ମଧ୍ୟରେ ଖେଳାଯାଉଥିବା ମ୍ୟାଚରେ ବଙ୍ଗଳା ଦଳ ଦିଲ୍ଲୀ ଉପରେ ଚାପ…

୧୩ରୁ ୨୨ ଯାଏ ୧୦ ଟ୍ରେନ୍‌ ବାତିଲ, କେଉଁ କେଉଁ ଟ୍ରେନ୍‌ ହେଲା ବାତିଲ୍‌ ଜାଣନ୍ତୁ…

ଜୟପୁର,୧୨ା୧୦(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ମାଳିଗୁଡ଼ା ଓ ଛତ୍ରୀପୁଟ ରେଳ ଷ୍ଟେଶନ ମଧ୍ୟରେ ଭୂସ୍ଖଳନ ଯୋଗୁ ଚାଲିଥିବା ପୁନରୁଦ୍ଧାର କାର୍ଯ୍ୟ ପାଇଁ ପୂର୍ବତଟ ରେଲଓ୍ବେ ରାୟଗଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?