ଭୁବନେଶ୍ୱର,୯।୧୦(ବ୍ୟୁରୋ):କ୍ଷତ ବିକ୍ଷତ ଅବସ୍ଥାରେ ରାସ୍ତା କଡ଼ରେ ପଡ଼ିଥିବା ଜଣେ ସ୍ବିଗି ବୟଙ୍କୁ ଓଡ଼ିଶା ମୋ ପରିବାର ପକ୍ଷରୁ ଉଦ୍ଧାର କରାଯାଇଛି। ସେ ହେଲେ ଜଗତ୍ସିଂହପୁର ଜିଲା ପାଟେଣି ଗାଁର ୨୪ ବର୍ଷୀୟ ବୈକୁଣ୍ଠ କୁମାର ସାହୁ। ସେ ବେଙ୍ଗାଲୁରୁରେ ରହି ସ୍ବିଗି କମ୍ପାନୀରେ ଡେଲିଭରି ବୟ ଭାବେ କାମ କରୁଥିଲେ। ସେପ୍ଟେମ୍ବର ୨୧ ତାରିଖରେ ଖାଦ୍ୟ ନେଇ ଯାଉଥିବାବେଳେ ଏକ କାର୍ ତାଙ୍କୁ ଧକ୍କା ଦେଇଥିଲା। ପରିବାର ଲୋକେ ଖବର ପାଇବା ପରେ ଓଡ଼ିଶା ମୋ ପରିବାରର (ପ୍ରବାସୀ ଓଡ଼ିଆ)ର ଉପଦେଷ୍ଟା ସୁରେନ୍ଦ୍ର ନାଥ ମହାପାତ୍ରଙ୍କ ସହାୟତା ଲୋଡ଼ିଥିଲେ। ଏହାପରେ ଓଡ଼ିଶା ମୋ ପରିବାରର ଆବାହକଙ୍କ ନିର୍ଦ୍ଦେଶକ୍ରମେ ସଙ୍ଗଠନର ବେଙ୍ଗାଲୁରୁ ନୋଡାଲ ଅଫିସର ପ୍ରଣବ ପାଣି ଗୁରୁତର ଅବସ୍ଥାରେ ବୈକୁଣ୍ଠଙ୍କୁ ଉଦ୍ଧାର କରି ନିକଟସ୍ଥ ସେଣ୍ଟ ଜୋନ୍ସ ହସ୍ପିଟାଲରେ ଭର୍ତ୍ତି କରାଇଥିଲେ। ପରେ ତାଙ୍କୁ ଭୁବନେଶ୍ୱର ଅଣାଯାଇ କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସା କରାଯାଇଥିଲା। ଓଡ଼ିଶା ମୋ ପରିବାରର ଯୁଗ୍ମ ସମ୍ପାଦକ ରୁଦ୍ର ନାରାୟଣ ସାମନ୍ତରାୟଙ୍କ ସହ ପ୍ରବାସୀ ଓଡ଼ିଆ ମହାପାତ୍ର ଓ ମୋ ପରିବାର ଟିମ୍ ଏଥିରେ ସହାୟତା କରିଥିଲେ। ଏଥିପାଇଁ ବୈକୁଣ୍ଠ ମୁଖ୍ୟମନ୍ତ୍ରୀ ଓ ମୋ ପରିବାରକୁ କୃତଜ୍ଞତା ଜଣାଇଛନ୍ତି।
ମଦ ଦୋକାନକୁ ପଶି ଢକ ଢକ କରି ମଦ ପିଇଲା ମାଙ୍କଡ଼, ତାପରେ ନିଶାରେ…
ରାଞ୍ଚି,୨୭।୯: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରୁ ଏକ ଅଜବ ଘଟଣା ସାମ୍ନାକୁ ଆସିଛି । ଓରମାଞ୍ଜି ବ୍ଲକ୍ ଛକସ୍ଥିତ ଏକ ମଦ ଦୋକାନରେ ହଠାତ୍ ଏକ ମାଙ୍କଡ ପଶି…
ପିଡିଏସ୍ ଚାଉଳ ବଣ୍ଟନରେ ଅନିୟମିତତା ଅଭିଯୋଗ: ହିତାଧିକାରୀଙ୍କୁ ମିଳିନି ପ୍ରାପ୍ୟ ଚାଉଳ, ରେକର୍ଡରେ ବଣ୍ଟନ ଦର୍ଶାଯାଇଥିବା…
ତୁମୁଡ଼ିବନ୍ଧ, ୨୭/୯ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ ଅନ୍ତର୍ଗତ ଲଙ୍କାଗଡ଼ ପଞ୍ଚାୟତରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍) ଅଧୀନରେ ଚାଉଳ ବଣ୍ଟନକୁ ନେଇ…
ମା ବିରଜାଙ୍କ ପୀଠରେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡଦାନ: ରାଜ୍ୟ ବାହାରୁ ଆସୁଛନ୍ତି ଶ୍ରଦ୍ଧାଳୁ
କଳିଙ୍ଗନଗର, ୨୭।୯ (ଶୁଭାଶିଷ ରାଉତ): ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା ବିରଜାଙ୍କ ପୀଠରେ ରବିବାରଠାରୁ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡଦାନ ଆରମ୍ଭ ହୋଇଛି। ପ୍ରତିପଦାଠାରୁ ମହାଳୟା ପର୍ଯ୍ୟନ୍ତ ଦୀର୍ଘ…
ବୈଠକ ପୂର୍ବରୁ CJP ନେତାଙ୍କୁ ଉଠାଇନେଲା ପୋଲିସ; ସରକାରଙ୍କ ଉପରେ ବର୍ଷିଲେ ଅଭିଜିତ୍ ଦୀପକେ, କହିଲେ…
ଗୁଆହାଟୀ,୨୭।୯: କକ୍ରୋଚ୍ ଜନତା ପାର୍ଟି (CJP)ର କୋ-ଫାଉଣ୍ଡର ଆଶୁତୋଷ ରାଙ୍କା ଏବଂ ତାଙ୍କ ଟିମ୍କୁ ଆସାମ ପୋଲିସ ଅଟକ ରଖିଥିବା ନେଇ ଆଶୁତୋଷ ନିଜେ ସୂଚନା ଦେଇଛନ୍ତି…
ଖବର ବାଜିଲା, ପ୍ରଶାସନ ହଲିଲା : ଜିଲାପାଳ, ବିଧାୟକଙ୍କ ହସ୍ତକ୍ଷେପ ପରେ ଜଳ ନିଷ୍କାସନ କାର୍ଯ୍ୟ ଆରମ୍ଭ
ଛତ୍ରପୁର, ୨୭/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଲଗାଣ ବର୍ଷାରେ ଜଳବନ୍ଦୀ ହୋଇପଡ଼ିଥିବା ଛତ୍ରପୁର ପୌରପରିଷଦ ଅଞ୍ଚଳରେ ଏବେ ପ୍ରଶାସନିକ ତତ୍ପରତା ଦେଖିବାକୁ ମିଳିଛି। ଗଭୀର ଅବପାତ ପ୍ରଭାବରେ…
ପରିବେଶକୁ ସ୍ବଚ୍ଛ ରଖିବା ପାଇଁ ଆଗେଇ ଆସିଲେ ଯୁବବର୍ଗ, ଅଳିଆ ଆବର୍ଜନା ସଂଗ୍ରହ କରି…
କର୍ଲାମୁଣ୍ଡା,୨୭ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବରାରେ ଥିବା ରାଧାମାଧବ ଯୁବକ ସଂଘ, ଯୋରାଡବରା ତଥା ମେରା ଯୁବା ଭାରତ କଳାହାଣ୍ଡି ପକ୍ଷରୁ ‘ସେବା…
ସଚିନ ତେନ୍ଦୁଲକରଙ୍କ ୧୯ ବର୍ଷ ପୁରୁଣା ରେକର୍ଡ ଭାଙ୍ଗିବାକୁ ପ୍ରସ୍ତୁତ ବିରାଟ, ଅପେକ୍ଷାରେ ଦର୍ଶକେ
ନୂଆଦିଲ୍ଲୀ,୨୭।୯: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ପ୍ରଥମ ଦିନିକିଆ ମ୍ୟାଚ ରବିବାର ତିରୁଭାନନ୍ତପୁରମରେ ଖେଳାଯିବ। ଗ୍ରୀନଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମରେ ଅପରାହ୍ନ ୨ଟାରେ ଏହି ମ୍ୟାଚ ଆରମ୍ଭ ହେବାର…
ଶୌଚ ହେବାକୁ ଯାଇ ନଦୀରେ ଖସିଗଲା କ୍ରିଷ୍ଣାରାଣୀଙ୍କ ଗୋଡ଼, ଭାଇ ଥାନାରେ ଅଭିଯୋଗ କରି…
ଧାମନଗର,୨୭ା୯(ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଅନ୍ତର୍ଗତ ଦଳାଙ୍ଗ ପଞ୍ଚାୟତର ଜାହାଙ୍ଗୀର ଗ୍ରାମ (ଭୋଇ ସାହି)ର ପ୍ରଦୀପ ଜେନାଙ୍କ ଝିଅ କ୍ରିଷ୍ଣା ଜେନା (୨୧) ରବିବାର ସକାଳେ…

