Posted inଜାତୀୟ

ଖଣି ଓ ଭୂତତ୍ତ୍ୱ ବିଭାଗ ଉପନିର୍ଦ୍ଦେଶିକାଙ୍କୁ ଛୁରି ଭୁସି ହତ୍ୟା ମାମଲା: ଧରାପଡ଼ିଲେ ଅଭିଯୁକ୍ତ

ବେଙ୍ଗାଲୁରୁ,୬।୧୧: କର୍ନାଟକ ସରକାରଙ୍କ ଅଧୀନରେ କାର୍ଯ୍ୟରତ ଖଣି ଓ ଭୂତତ୍ତ୍ୱ ବିଭାଗର ୩୭ ବର୍ଷିୟା ଉପନିର୍ଦ୍ଦେଶିକା ପ୍ରତିଭାଙ୍କୁ କେତେକ ଦୁର୍ବୃତ୍ତ ଘରେ ପଶି ଛୁରି ଭୁସି ହତ୍ୟା କରିଥିଲେ। ବେଙ୍ଗାଲୁରୁ ପୋଲିସ ଘଟଣାର ତଦନ୍ତ କରି ହତ୍ୟାକାଣ୍ଡରେ ସମ୍ପୃକ୍ତ ଥିବା ସନ୍ଦେହରେ ସୋମବାର ଜଣେ ଡ୍ରାଇଭରଙ୍କୁ ଗିରଫ କରିଛି। ଗିରଫ ଡ୍ରାଇଭରଙ୍କ ନାଁ କିରଣ ବୋଲି ଜଣାପଡିଛି।

ବେଙ୍ଗାଲୁରୁ ପୋଲିସ କମିସନର୍‌ କହିଛନ୍ତି, ଗିରଫ ଅଭିଯୁକ୍ତ ଜଣକ ଡ୍ରାଇଭର୍‌ ଭାବେ ଚାକିରି କରୁଥିଲେ। ହେଲେ ସେ ୧୦ ଦିନ ତଳେ ଚାକିରିରୁ ବହିଷ୍କୃତ ହୋଇଥିଲେ। ଏନେଇ ପୋଲିସ ଘଟଣାର ଅଧିକ ତଦନ୍ତ ଚଳାଇଛି।

ଅନ୍ୟପକ୍ଷେ ଗତ ୫ ବର୍ଷ ହେବ ଠିକାରେ ସରକାରୀ ଚାକିରି କରୁଥିବା ଜଣେ କର୍ମଚାରୀ କହିଛନ୍ତି, ମହିଳା ଅଧିକାରୀ ଜଣକ ଡ୍ରାଇଭରଙ୍କୁ ଚାକିରିରୁ ବାହାର କରିଦେଇଥିଲେ। ଏଥିରେ ପ୍ରତିଶୋଧ ପରାୟଣ ହୋଇ ଡ୍ରାଇଭର୍‌ ଜଣକ ମହିଳା ଅଧିକାରୀଙ୍କୁ ହତ୍ୟା କରିଥାଇ ପାରନ୍ତି ବୋଲି ସେ କହିଛନ୍ତି। ଅଧିକାରୀ ପ୍ରତିମାଙ୍କୁ ହତ୍ୟା କରିବା ପରେ ଡ୍ରାଇଭର କିରଣ ବେଙ୍ଗାଲୁରୁଠାରୁ ପ୍ରାୟ ୨୦୦ କିଲୋମିଟର୍‌ ଦୂର ଚାମରାଜନଗରକୁ ଚାଲିଯାଇଥିଲେ। ପୋଲିସ ସେଠାରୁ ତାଙ୍କୁ ଗିରଫ କରିଥିବା ଜଣାପଡିଛି।

ସୂଚନା ଯୋଗ୍ୟ, ମହିଳା ଅଧକାରୀ ଜଣକ ସୁବ୍ରମନ୍ୟପୋରାସ୍ଥିତ ବାସଭବନରେ ରବିବାର ଏକାକୀ ଥିଲେ। ରାତିରେ କେତେକ ଦୁର୍ବୃତ୍ତ ଘରେ ପଶି ତାଙ୍କୁ ଛୁରି ଭୁସି ହତ୍ୟା କରିଥିଲେ। ପ୍ରତିଭାଙ୍କ ଭାଇ ଶନିବାର ରାତି ଏବଂ ରବିବାର ସକାଳେ ବାରମ୍ବାର ଫୋନ୍‌ କରିଥିଲେ ମଧ୍ୟ ସେ କୌଣସି ଉତ୍ତର ଦେଇ ନ ଥିଲେ। ଏନେଇ ସେ ଭଉଣୀ ଘରେ ପହଞ୍ଚି ମୃତଦେହ ପଡ଼ିଥିବା ଦେଖିବାକୁ ପାଇଥିଲେ। ଭାଇଙ୍କ ଅଭିଯୋଗକୁ ଭିତ୍ତି କରି ପୋଲିସ ଏକ ହାତ୍ୟା ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି।

ପ୍ରତିମାଙ୍କ ସ୍ବାମୀ ବେଙ୍ଗାଲୁରୁଠାରୁ ପ୍ରାୟ ୩୦୦ କିଲୋମିଟର୍‌ ଦୂର ପୈତୃକ ଗାଁ ତୀର୍ଥହାଲ୍ଲିକୁ ଯାଇଥିଲେ। ଏପରିକି ପୁଅ ଏକ ଆବାସିକ ବିଦ୍ୟାଳୟରେ ରହି ପଢୁଛନ୍ତି। ତେଣୁ ଆକ୍ରମଣ ହେବା ସମୟରେ ପ୍ରତିମା କରେ ଏକାକୀ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri