Posted inଖେଳ

ରାଜସ୍ଥାନ ଆଗରେ ୧୯୦ ରନ୍‌ର ବିଜୟ ଟାର୍ଗେଟ୍‌

ବେଙ୍ଗାଲୁରୁ,୨୩।୪: ବେଙ୍ଗାଲୁରୁସ୍ଥିତ ଏମ୍‌. ଚିନ୍ନାସ୍ବାମୀ ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଆଇପିଏଲ୍‌ର ୩୨ତମ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ(ଆର୍‌ଆର୍‌) ଅଧିନାୟକ ସଞ୍ଜୁ ସାମସନ ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଆମନ୍ତ୍ରଣ ପାଇ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି) ବ୍ୟାଟିଂ କରି ନିର୍ଦ୍ଧାରିତ ୨୦ ଓଭରରେ ୯ ଉଇକେଟ ହରାଇ ୧୮୯ ରନ୍‌ କରିଛି। ଫଳରେ ରାଜସ୍ଥାନ ଆଗରେ ୧୯୦ ରନ୍‌ର ବିଜୟ ଟାର୍ଗେଟ୍‌ ରଖିଛି ବାଙ୍ଗାଲୋର।

ବେଙ୍ଗାଲୋର ଅଧିନାୟକ ବିରାଟ କୋହଲି ଏବଂ ଫାଫ୍‌ ଡୁପ୍ଲେସିସ ଓପନିଂ କରିଥିଲେ। ହେଲେ ଦଳକୁ ଆରମ୍ଭିକ ଝଟ୍‌କା ଲାଗିଥିଲା। ଟ୍ରେଣ୍ଡ ବୋଲ୍ଡଙ୍କ ପ୍ରଥମ ଓଭରର ବିରାଟ କୋହଲି(୦) ଆଉଟ୍‌ ହୋଇଯାଇଥିଲେ। ଦଳୀୟ ସ୍କୋର ୧୨ ରନ୍‌ରେ ସହବାଜ ଅହମଦ ୨ ରନ୍‌ କରି ଆଉଟ ହୋଇଥିଲେ। ଫଳରେ ବେଙ୍ଗାଲୋର ସଂକଟରେ ପଡିଥିଲା। ଏଭଳିସ୍ଥିତିରେ ଡୁପ୍ଲେସିସି ଏବଂ ମେକ୍ସୱେଲ ଧର୍ଯ୍ୟର ସହ ଖେଳି ୧୨୭ ରନ୍‌ର ଗୁରୁତ୍ୱପୂର୍ଣ୍ଣ ପାର୍ଟନରସିପ୍‌ରେ କରିଥିଲେ। ଡୁପ୍ଲେସିସି ୪୪ବଲ୍‌ରେ (୬ ଚୌକା ଏବଂ ୪ ଛକା) ୭୭ ରନ୍‌ କରିଥିଲେ। ସେହିପରି ମେକ୍ସୱେଲ ୩୯ ବଲ୍‌ରେ (୮ ଚୌକା ଏବଂ ୨ ଛକା) ୬୨ ରନ୍‌ର ବିସ୍ଫୋରକ ଇନିଂସ ଖେଳିଥିଲେ। ଦିନେଶ କାର୍ତ୍ତିକ ୧୩ବଲ୍‌ରେ(୨ଚୌକା) ୧୬ ରନ୍‌ କରିଥିଲେ। ଫଳରେ ବେଙ୍ଗାଲୋର ୧୮୯ ରନ୍‌ କରିବାରେ ସକ୍ଷମ ହୋଇଥିଲା। ରାଜସ୍ଥାନର ଟ୍ରେଣ୍ଟ ବୋଲ୍ଟ ଏବଂ ସନ୍ଦୀପ ଶର୍ମା ୨ଟି ଲେଖାଏ ଉଇକେଟ ନେଇଥିବା ବେଳେ ରବିଚନ୍ଦ୍ରନ ଅଶ୍ବିନ ଓ ୟୁଜବେନ୍ଦ୍ର ଚହଲ ଗୋଟିଏ ଲେଖାଏ ଉଇକେଟ ନେବାରେ ସକ୍ଷମ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଶାଖାପାଟଣାମ୍‌-ଗୋପାଳପୁର ମଧ୍ୟରେ ଅତିକ୍ରମ କରିବ ଗଭୀର ଅବପାତ: କାଲିଠୁ ରାଜ୍ୟରେ ପବନ ସହ ଭୀଷଣ ବର୍ଷା, ୪ ଜିଲାକୁ…

ଭୁବନେଶ୍ୱର, ୨୨ା୯(ବନ୍ଦନା ସେଠୀ) – କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଥିବା ଅବପାତ ମଙ୍ଗଳବାର ଅପରାହ୍ନ ୫ଟା ୩୦ରେ ଗଭୀର ଅବପାତରେ ପରିଣତ ହୋଇଛି। ସନ୍ଧ୍ୟା ସୁଦ୍ଧା ଏହା…

୨ କିଲୋମିଟର ଘୋଷାଡ଼ି ନେଲା ପିକଅପ୍: ଅତାବିରାରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ଜଳଖିଆ ବ୍ୟବସାୟୀଙ୍କ ଜୀବନ

ଅତାବିରା, ୨୨।୯(ଯୁଧିଷ୍ଠିର ମହାପାତ୍ର): ସମ୍ବଲପୁର-ବରଗଡ଼ ୫୩ ନମ୍ବର ଜାତୀୟ ରାଜପଥର ଅତାବିରାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ…

ସୁବଳୟା ମହାନଦୀରୁ ଦୁଇ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଗଞ୍ଜେଇ ମାଫିଆ ହୋଇଥିବା ସନ୍ଦେହ, ପରିଚୟ ଖୋଜୁଛି…

ଅମରପାଲି, ୨୨।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଅପରାହ୍ନରେ ଦୁଇଜଣ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

କଳାହାଣ୍ଡିରେ ଲଗାଣ ବର୍ଷାର ତାଣ୍ଡବ: କାଲି ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି, ୨୫ ଯାଏ ସରକାରୀ କର୍ମଚାରୀଙ୍କ…

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ମଙ୍ଗଳବାର ସକାଳୁ ଘଡ଼ଘଡ଼ି ଓ ବିଜୁଳି…

ଦିଗପହଣ୍ଡିରେ ଲଗାଣ ବର୍ଷା: ଘୋଡ଼ାହାଡ଼ ନଦୀକୂଳିଆ ଗ୍ରାମବାସୀଙ୍କୁ ଆଲର୍ଟ, ଯେକୌଣସି ମୁହୂର୍ତ୍ତରେ ଖୋଲିପାରେ ଡ୍ୟାମ୍ ଗେଟ୍

ଦିଗପହଣ୍ଡି,୨୨।୯(ଅଶେଷ ନାଥ ମିଶ୍ର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ଘୂର୍ଣ୍ଣିବଳୟରେ ପରିଣତ ହେବା ଫଳରେ ଦିଗପହଣ୍ଡି ଅଞ୍ଚଳରେ ମଙ୍ଗଳବାର ସକାଳୁ ଅବିଶ୍ରାନ୍ତ ବର୍ଷା…

ରାଜ୍ୟ IPS ସ୍ତରରେ ବଡ଼ ଧରଣର ଅଦଳବଦଳ: ସର୍ବଣା ବିବେକ ହେଲେ ଭୁବନେଶ୍ୱର ଡିସିପି, ଅଭିନବ ସୋନକର ବ୍ରହ୍ମପୁର ଏସ୍‌ପି

ଭୁବନେଶ୍ୱର, ୨୨।୯: ରାଜ୍ୟ ପୋଲିସ ପ୍ରଶାସନକୁ ଅଧିକ କ୍ରିୟାଶୀଳ ଓ ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ଆଇପିଏସ୍ (IPS) ସ୍ତରରେ ଏକ ବଡ଼ ଧରଣର ଅଦଳବଦଳ…

ନୂଆପଡ଼ାରେ ଲଜ୍ଜା, ନାବାଳିକାଙ୍କୁ ଟେକି ନେଇ ବଳାତ୍କାର

ନୂଆପଡ଼ା,୨୨ା୯(ମକାରୁ ବେମାଲ): ନୂଆପଡ଼ା ଜିଲା ବେଲଟୁକୁରି ଥାନା ଅଞ୍ଚଳରେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ମଙ୍ଗଳବାର ସମ୍ପୃକ୍ତ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ଭାଲେଶ୍ୱର ପଞ୍ଚାୟତ…

IMD ଡିଜିଙ୍କ ବଡ଼ ସୂଚନା, ୨୩ ରାତିରେ ଉପକୂଳ ଅତିକ୍ରମ କରିବ ବାତ୍ୟା

ଭୁବନେଶ୍ୱର,୨୨।୯: ବଙ୍ଗୋପସାଗରରେ ଧୀରେ ଧୀରେ ତୀବ୍ର ହେଉଛି ଅବପାତ। ମଙ୍ଗଳବାର ସାରୁ ରାତି ଭିତରେ ଅବପାତ ଗଭୀର ଅବପାତର ରୂପ ନେବ। ଏହା ପଶ୍ଚିମ ଉତ୍ତରପଶ୍ଚିମ ଦିଗକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?