Posted inଜାତୀୟ

ବାପାଙ୍କୁ ହତ୍ୟା ପାଇଁ ୧ କୋଟିର ସୁପାରି

ବେଙ୍ଗାଲୁରୁ, ୧।୩: ବାପାଙ୍କ ହତ୍ୟା ଅଭିଯୋଗରେ ବେଙ୍ଗାଲୁରୁର ୩୨ ବର୍ଷୀୟ ଏମ୍‌. ମଣିକାନ୍ତଙ୍କୁ ପୋଲିସ ଗିରଫ କରିଛି। ଦୁଇ ଯୁବକଙ୍କୁ ୧ କୋଟିର ସୁପାରି ଦେଇ ମଣିକାନ୍ତ ସମ୍ପତ୍ତି ପାଇଁ ବାପା ନାରାୟଣ ସ୍ବାମୀଙ୍କୁ ହତ୍ୟା କରିଥିବା ତଦନ୍ତରୁ ଜଣାପଡ଼ିଛି। ଘଟଣାରେ ସମ୍ପୃକ୍ତ ସୁପାରି କିଲର ଆଦର୍ଶ ଓ ଶିବ କୁମାରଙ୍କୁ ମଧ୍ୟ ପୋଲିିସ ଗିରଫ କରିନେଇଛି। ମାରାଥାହାଲ୍ଲିିର କାଭେରାପ୍ପାରେ ନାରାୟଣ ସ୍ବାମୀଙ୍କ ଘର। ଫେବୃୟାରୀ ୧୩ରେ ଦୁଇଜଣ ଯୁବକ ବାଇକ୍‌ରେ ଆସି ରାସ୍ତାରେ ଯାଉଥିବା ନାରାୟଣ ସ୍ବାମୀଙ୍କୁ ଛୁରିରେ ଆକ୍ରମଣ କରିଥିଲେ। ନାରାୟଣ ସ୍ବାମୀଙ୍କ ହତ୍ୟାର ପ୍ରତ୍ୟକ୍ଷଦର୍ଶୀ ଥିଲେ ଅଭିଯୁକ୍ତ ପୁଅ ମଣିକାନ୍ତ। ବାପାଙ୍କ ହତ୍ୟା ନେଇ ସେ ମାରାଥାହାଲ୍ଲି ଥାନାରେ ଅଭିଯୋଗ କରିଥିଲେ। ଅର୍ଚ୍ଚନା ମଣିକାନ୍ତଙ୍କର ଦ୍ୱିତୀୟ ସ୍ତ୍ରୀ ଥିଲେ। ମଣିକାନ୍ତ ଅର୍ଚ୍ଚନାଙ୍କୁ ମରଣାନ୍ତକ ଆକ୍ରମଣ ଅଭିଯୋଗରେ ବେଙ୍ଗାଲୁରୁ ସେଣ୍ଟ୍ରାଲ୍‌ ଜେଲରେ ସଜା କାଟିଥିଲେ। ଜାମିନ୍‌ରେ ଫେରିବା ପରେ ଅର୍ଚ୍ଚନା ଝିଅ ସହ ଅଲଗା ରହିଥିଲେ। ନାରାୟଣ ବୋହୂ ଅର୍ଚ୍ଚନାଙ୍କୁ ଏକ ଫ୍ଲାଟ୍‌ ଉପହାର ସ୍ବରୂପ ଦେବାକୁ ଚାହୁଁଥିଲେ। ଅନ୍ୟପଟେ ବେକାର ମଣିକାନ୍ତଙ୍କୁ ନାରାୟଣ ଟଙ୍କା ଦେବା ବନ୍ଦ କରିଦେଇଥିଲେ, ଯାହାକୁ ସେ ସହଜରେ ଗ୍ରହଣ କରିପାରୁ ନ ଥିଲେ। ଏହାପରେ ମଣିକାନ୍ତ ଅନ୍ୟ ଦୁଇ ଅଭିଯୁକ୍ତଙ୍କ ସହ ମିଶି ବାପା ନାରାୟଣ ସ୍ବାମୀଙ୍କ ହତ୍ୟା ଯୋଜନା କରିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ବାଇକ୍‌ଆରୋହୀଙ୍କୁ ଧକ୍କାଦେଲା ଅଜଣା ଗାଡ଼ି, ଚାଲିଗଲା ଜୀବନ, କ୍ଷତିପୂରଣ ଦାବି କରି…

ହେମଗିର,୧୨ା୧୦(ଚୈତନ୍ୟ ପୁଟେଲ): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅନ୍ତର୍ଗତ ଡୁରୁବଗା ବାଇପାସ ରାସ୍ତାରେ ଅଜଣା ଗାଡ଼ି ଧକ୍କାରେ ଦୁଇ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ହୋଇଛି। ମୃତ ଯୁବକ…

ବଦଳିଲା କ୍ରିକେଟ ମ୍ୟାଚର ସ୍ଥାନ, ଏଥିପାଇଁ ଦାୟୀ ରହିବ କି ପାକିସ୍ତାନ ରାଜନୀତି? ଜାଣନ୍ତୁ…

ଇସଲାମାବାଦ,୧୨।୧୦: ପାକିସ୍ତାନର ରାଜନୈତିକ ସଙ୍କଟର ପ୍ରଭାବ ବର୍ତ୍ତମାନ କ୍ରିକେଟ ଉପରେ ମଧ୍ୟ ପଡ଼ିବା ଆରମ୍ଭ ହୋଇଛି। ଖୈବର ପଖତୁନଖୱା ଅଞ୍ଚଳରେ ପାକିସ୍ତାନ ସରକାରଙ୍କ ଦ୍ୱାରା ନିକଟରେ ଜରୁରୀକାଳୀନ…

‘ମୋ ବାପା ସବୁକିଛି ସମ୍ଭାଳି ନେବେ’: ଧନୀ ଯୁବକଙ୍କ ଅହଂକାରୀ ଆଚରଣ; ମା’ ଜନ୍ମଦିନରେ ଉପହାର ଦେଇଥିବା କାର ଚଢାଇ ୩ ଛାତ୍ର ମୃତ

କୋଚି,୧୨।୧୦: କେରଳର ନେଦୁମ୍ବାସେରୀରେ ତିନିଜଣ ଛାତ୍ରୀଛାତ୍ରଙ୍କ ଜୀବନ ନେଇଥିବା ଏକ ଭୟଙ୍କର ସଡ଼କ ଦୁର୍ଘଟଣା ପରେ ଅହଂକାର ଓ ଅବହେଳାର ଏକ ଚାଞ୍ଚଲ୍ୟକର ଚିତ୍ର ସାମ୍ନାକୁ ଆସିଛି।…

ମହାକାଳପଡ଼ାରେ ବିଜେଡି-ଭାଜପା ଛାତ୍ର ଗୋଷ୍ଠୀ ମୁହାଁମୁହିଁ, ପୋଲିସ ପହଞ୍ଚି…

ମହାକାଳପଡ଼ା,୧୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ାସ୍ଥିତ ପ୍ରମୁଖ ଶିକ୍ଷାନୁଷ୍ଠାନ ବାୟାବାବା କଲେଜରେ ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ରକରି ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ହୋଇପଡ଼ିଛି। ସୋମବାର ମଧ୍ୟାହ୍ନରେ କଲେଜ…

ଭାରତ ବିପକ୍ଷ ସିରିଜ୍‌ ପାଇ ନ୍ୟୁଜିଲାଣ୍ଡ ଦଳ ଘୋଷିତ, ଦଳକୁ ଫେରିଲେ ଏହି ଖେଳାଳି ଜାଣନ୍ତୁ…

ଓ୍ବେଲିଂଟନ,୧୨ା୧୦: ଆସନ୍ତା ୨୨ ତାରିଖରୁ ଭାରତ ବିପକ୍ଷରେ ଆରମ୍ଭ ହେବାକୁ ଥିବା ଦିନିକିଆ କ୍ରିକେଟ ସିରିଜ୍‌ ପାଇ ନ୍ୟୁଜିଲାଣ୍ଡ ଦଳ ଘୋଷଣା କରାଯାଇଛି। ଫିନ ଆଲେନ, ଲୋକି…

ଗୃହ ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି; ଜନ୍ତରମନ୍ତରରେ ହେବନି ବିକ୍ଷୋଭ ପ୍ରଦର୍ଶନ, ଏହି ୩ ନୂଆ ସ୍ଥାନ….

ନୂଆଦିଲ୍ଲୀ,୧୨।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଆନ୍ଦୋଳନ ଜାରି ରହିଥିବା ବେଳେ ଦିଲ୍ଲୀରେ ଧାରଣା ଓ ବିରୋଧ ପ୍ରଦର୍ଶନ ପାଇଁ ନିର୍ଦ୍ଧାରିତ ସ୍ଥାନକୁ…

ଧର୍ମଶାଳା ABEOଙ୍କ ସମ୍ପତ୍ତି ଦେଖି ତାଜୁବ୍! ୧୯ଟି ପ୍ଲଟ୍‌, ୩ଟି ବହୁତଳ କୋଠା ଠାବ

ଭୁବନେଶ୍ୱର,ଧର୍ମଶାଳା୧୨।୧୦(ଶିବପ୍ରସାଦ ମହାନ୍ତି): ଧର୍ମଶାଳାର ସହକାରୀ ବ୍ଲକ୍ ଶିକ୍ଷା ଅଧିକାରୀ (ABEO) ଜୟଦେବ ଜେନାଙ୍କ ସମ୍ପତ୍ତି ଯାଞ୍ଚ ବେଳେ ୧୯ଟି ପ୍ଲଟ୍‌ ଠାବ ହୋଇଥିବା ସୂଚନା ମିଳିଛି। ଏହା…

ଯୁବପିଢ଼ିଙ୍କୁ ସଶକ୍ତ କରିବ ପ୍ରଯୁକ୍ତିବିଦ୍ୟା: ରାଜ୍ୟପାଳ

ଅତାବିରା,୧୨।୧୦(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ବ୍ଲକ ନୂଆଁ ଖଇରପାଲି କୋଶଲ ସ୍କୁଲକୁ ରବିବାର ଓଡ଼ିଶାର ରାଜ୍ୟପାଳ ଡାକ୍ତର ହରିବାବୁ କମ୍ଭମପତି ଗସ୍ତ କରିଥିଲେ। ଏହି ଅବସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?