Posted inଜାତୀୟ

କୋଲକାତା ପରେ ବେଙ୍ଗାଲୁରୁରେ କଲେଜ ଛାତ୍ରୀଙ୍କୁ ବଳାତ୍କାର

ବେଙ୍ଗାଲୁରୁ,୧୮।୮: ପଶ୍ଚିମବଙ୍ଗ କୋଲକାତା ଆର୍‌.ଜି କର ମେଡିକାଲ କଲେଜରେ ଟ୍ରେନିଂ ମହିଳା ଡାକ୍ତରଙ୍କୁ ବଳାତ୍କାର ପରେ ହତ୍ୟା ଘଟଣାକୁ ନେଇ ସାରା ଦେଶରେ ଡାକ୍ତରମାନେ ଆନ୍ଦୋଳନ କରି ପ୍ରତିବାଦ କରୁଥିବା ବେଳେ ବେଙ୍ଗାଲୁରୁ ପୁଣି ଏକ ଲଜ୍ଜାକର ଘଟଣା ସାମ୍‌ନାକୁ ଆସିଛି। ଜଣେ ୨୧ ବର୍ଷିୟା କଲେଜ ଛାତ୍ରୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି।

ଅତିରିକ୍ତ ପୋଲିସ କମିଶନର(ଇଷ୍ଟ ଜୋନ୍‌) ରମଣ ଗୁପ୍ତାଙ୍କ କହିବା ଅନୁସାରେ ଏକ ସିଟି କଲେଜର ଛାତ୍ରୀ ଜଣକ ଏକ ପାର୍ଟିରେ ଯୋଗଦେଇ ଘରକୁ ଫେରୁଥିଲେ। ସେତିକିବେଳେ ଛାତ୍ରୀ ଜଣକ ଏକ ଅପରିଚିତ ବ୍ୟକ୍ତିଙ୍କୁ ଲିଫ୍ଟ ମାଗିଥିଲେ। ବ୍ୟକ୍ତି ଜଣକ ତାଙ୍କୁ ଲିପ୍ଟ ଦେଇ ନିର୍ଦ୍ଧାରିତ ସ୍ଥାନକୁ ନେବା ପରିବର୍ତ୍ତେ ଏକ ଅଜଣା ସ୍ଥାନକୁ ନେଇଯାଇଥିଲେ। ସେଠାରେ ସମ୍ପୃକ୍ତ ବ୍ୟକ୍ତି ଜଣକ ଛାତ୍ରୀଙ୍କୁ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଉଦ୍ଧାର ପରେ ଛାତ୍ରୀ ଜଣକ ଏକ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଚିକିତ୍ସା ପରେ ତାଙ୍କ ସ୍ବାସ୍ଥ୍ୟ ଅବସ୍ଥା ସ୍ଥିର ରହିଛି। ଛାତ୍ରୀଙ୍କ ଡାକ୍ତରୀ ପରୀକ୍ଷା ପରେ ଅଧିକ ବିବରଣୀ ଉପଲବ୍ଧ ହେବ ବୋଲି ପୋଲିସ କହିଛି। ପୋଲିସ ଭାରତ ନ୍ୟାୟ ସଂହିତାର ଧାରା ୬୪ରେ ଏକ ବଳାତ୍କାର ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଦୋଳନ, ଇସ୍ତଫା ଦାବି ଉପରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରଥମ ବଡ଼ ବୟାନ, କହିଲେ ଏମିତି… ରାଜନୀତି ହଲଚଲ

ନୂଆଦିଲ୍ଲୀ,୨୨।୭: କଂଗ୍ରେସ ସାଂସଦ ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ପ୍ରଧାନମନ୍ତ୍ରୀ ବାସଭବନ ବାହାରେ ଧାରଣା ପ୍ରଦର୍ଶନକୁ ନେଇ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ…

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ରାହୁଲଙ୍କ ନାକରୁ ବାହାରିଲା ରକ୍ତ: ଅଟକରୁ ମୁକ୍ତ ହେବା ପରେ ପିଏମ ମୋଦିଙ୍କୁ ଏମିତି ମେସେଜ୍‌ ଦେଲେ ରାହୁଲ

ନୂଆଦିଲ୍ଲୀ,୨୨।୭: ପ୍ରଧାନମନ୍ତ୍ରୀ ବାସବଭନ ବାହାରେ ଛାତ୍ରୀଛାତ୍ରଙ୍କ ବିଭିନ୍ନ ପ୍ରସଙ୍ଗକୁ ନେଇ ହୋଇଥିବା ପ୍ରତିବାଦ ପ୍ରଦର୍ଶନ ପରେ ହାଜତକୁ ନିଆଯାଇଥିବା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ…

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri