ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ ବେଞ୍ଜାମିନ୍‌ ନେତ୍‌ନ୍ୟାହୁ

ଜେରୁଜେଲମ,୨୯।୧୨: ଦକ୍ଷିଣପନ୍ଥୀ ନେତା ବେଞ୍ଜାମିନ୍‌ ନେତ୍‌ନ୍ୟାହୁ ପୁଣି ଥରେ ଇସ୍ରାଏଲର ପ୍ରଧାନମନ୍ତ୍ରୀ ହୋଇଛନ୍ତି। ଗୁରୁବାର ସେ ପ୍ରଧାନମନ୍ତ୍ରୀ ପଦ ପାଇଁ ଗୋପନୀୟତାର ଶପଥ ପାଠ କରିଥିଲେ। ଷଷ୍ଠ ଥର ପାଇଁ ସେ ଇସ୍ରାଏଲରେ ସରକାର ଗଠନ କରିଛନ୍ତି। ପୁନର୍ବାର କ୍ଷମତାକୁ ଫେରିବା ତାଙ୍କ ଶକ୍ତିକୁ ଦର୍ଶାଉଛି। ଶପଥ ଗ୍ରହଣ କରିବା ପୂର୍ବରୁ ସେ କହିଥିଲେ, ଆରବ-ଇସ୍ରାଏଲ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ସମାପ୍ତ କରିବାକୁ ସମ୍ପୂର୍ଣ୍ଣ ଗୁରୁତ୍ୱ ଦିଆଯିବ। ଏଥିସହ ଇରାନର ଆଣବିକ କାର୍ଯ୍ୟକ୍ରମ ବନ୍ଦ କରିବା ତାଙ୍କର ଅନ୍ୟତମ ମୁଖ୍ୟ କାର୍ଯ୍ୟ। ଏତଦ୍‌ବ୍ୟତୀତ ସେ ଇସ୍ରାଏଲର ସାମରିକ କ୍ଷମତା ମଧ୍ୟ ର୍ନିମାଣ କରିବାକୁ ଚାହୁଁଛନ୍ତି ବୋଲି ନେତ୍‌ନ୍ୟାହୁ କହିଛନ୍ତି। ତାଙ୍କ ସରକାର ଇସ୍ରାଏଲ ଇତିହାସରେ ସବୁଠାରୁ ଦକ୍ଷିଣପନ୍ଥୀ ଏବଂ ଧାର୍ମିକ ବୋଲି ବିବେଚନା କରାଯାଏ। ସୂଚନା ମୁତାବକ, ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହିତ ତାଙ୍କର ଭଲ ବନ୍ଧୁତା ରହିଛି। ନେତ୍‌ନ୍ୟାହୁଙ୍କ ପ୍ରଧାନମନ୍ତ୍ରୀ ଥିବା ବେଳେ ପ୍ରଧାନମନ୍ତ୍ରୀ ମୋଦି ଇସ୍ରାଏଲ ଗସ୍ତ କରିଥିଲେ। ପ୍ରୋଟୋକଲ ଅତିକ୍ରମ କରି ସେ ବିମାନବନ୍ଦରରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସ୍ବାଗତ କରିଥିଲେ। ସେହି ଦିନକୁ ସେ ଐତିହାସିକ ଦିନ ବୋଲି କହିଥିଲେ। ୧୯୯୬ରେ ୭୩ବର୍ଷୀୟ ନେତ୍‌ନ୍ୟାହୁ ପ୍ରଥମ ଥର ପାଇଁ ପ୍ରଧାନମନ୍ତ୍ରୀ ହୋଇଥିଲେ। ୨୦୦୯ରୁ ୨୦୨୧ପର୍ଯ୍ୟନ୍ତ ବେଞ୍ଜାମିନ୍‌ ନେତ୍‌ନ୍ୟାହୁ ପ୍ରଧାନମନ୍ତ୍ରୀ ରହିସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀ କାହିଁକି ତାଙ୍କ ଜନ୍ମଦିନର କେକ କାଟିଲେ ନାହିଁ? CSK ହାରିବା ପରେ କହିଲେ ପ୍ରକୃତ କାରଣ

ନୂଆଦିଲ୍ଲୀ,୩୧।୩: ୨୦୨୬ ଆଇପିଏଲ ସିଜିନରେ, ରାଜସ୍ଥାନ ରୟାଲ୍ସ CSK ବିପକ୍ଷରେ ସେମାନଙ୍କର ପ୍ରଥମ ମ୍ୟାଚ ୮ ୱିକେଟରେ ଜିତିଥିଲା। ଏହି ଖେଳରେ, RR ର ଯୁବ ସେନସେସନ,…

ବାଇକରେ ଘରକୁ ଫେରିବା ବେଳେ ଧକ୍କା ଦେଲା ପଥର ବୋଝେଇ ଟ୍ରାକ୍ଟର, ଅକାଳରେ ୨ଯୁବକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଘୋଡ଼ାହାଡ଼ ଡ଼୍ୟାମ ମୁଖ୍ୟରାସ୍ତାର ଭୁଶୁଣ୍ଡା ଗ୍ରାମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ମଙ୍ଗଳବାର ମଧ୍ୟାହ୍ନ ପ୍ରାୟ…

ଭାଜପାରେ ଯୋଗଦେଲେ ଲିଆଣ୍ଡର ପେସ: ଟିଏମସିକୁ ବଡ଼ ଝଟ୍‌କା

କୋଲକାତା,୩୧।୩:ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନକୁ ନେଇ ରାଜନୀତି ସରଗରମ ରହିଛି। ଏହି ସମୟରେ ଟିଏମସିକୁ ଏକ ଝଟ୍‌କା ଲାଗିଛି। ପୂର୍ବତନ ଟେନିସ ତାରକା ତଥା ଟିଏମ୍‌ସି ନେତା ଲିଆଣ୍ଡର…

ପାଇଖାନା ସେଣ୍ଟ୍ରିଂ ଖୋଲିବା ହେଲା କାଳ, ଶ୍ୱାସରୁଦ୍ଧ ହୋଇ ଚାଲିଗଲା ୨ ଜୀବନ

କୁଚିଣ୍ଡା,୩୧।୩(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ଵ୍ଲକ ମହୁଲପାଲି ଥାନା ଅନ୍ତର୍ଗତ କେଶାଇବାହାଲରେ ଅଭାବନୀୟ ଘଟଣା । ପାଇଖାନା ଟାଙ୍କି ସେଣ୍ଟ୍ରିଙ୍ଗ ଖୋଲିବା ସମୟରେ ଶ୍ୱାସରୁଦ୍ଧ ହୋଇ…

ଡାହାଣୀ ସନ୍ଦେହରେ ଯୁବକଙ୍କୁ ସଂଘବଦ୍ଧ ହତ୍ୟା, ୪ଜଣ…….

ସୁନ୍ଦରଗଡ,୩୧।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ଥାନା ଅନ୍ତର୍ଗତ ସାନ ପତ୍ରା ପାଲି କେନ୍ଦାମାଲରେ ଅଭାବନୀୟ ଘଟଣା । ମଙ୍ଗଳବାର ଦିନ ଡାହାଣୀ ସନ୍ଦେହରେ ଜଣଙ୍କୁ ସଙ୍ଘବଦ୍ଧ…

ଲକ୍ଷପତି ଦିଦି, ମହିଳାଙ୍କୁ ୩ ହଜାର ଟଙ୍କା ସହ ମିଳିବ ୨ ଲକ୍ଷ ଚାକିରି, ବଡ଼ ଘୋଷଣା କଲା ଭାଜପା

ଗୁଆହାଟୀ,୩୧।୩: ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା) 2026 ଆସାମ ବିଧାନସଭା ନିର୍ବାଚନ ପାଇଁ ଏହାର ଇସ୍ତାହାର ପ୍ରକାଶ କରିଛି, ଯେଉଁଥିରେ ସମାନ ନାଗରିକ ସଂହିତା (UCC)…

ଧାର ଟଙ୍କା ନଦେବାରୁ ତାତିଗଲେ ଭିଣୋଇ, ଶୋଇଥିବା ବେଳେ ପେଟ୍ରୋଲ ଢାଳି ଜାଳିଦେଲେ….

ପାଟଣା,୩୧।୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା କିଆପଡା ଗାଁରେ ଅଭାବନୀୟ ଘଟଣା । ଧାର ଟଙ୍କାକୁ କେନ୍ଦ୍ର କରି ଏପରି ହିଂସାତ୍ମକ ଘଟଣା ଏବେ…

ହାଇକୋର୍ଟ ଗେଟ୍ ଆଗରେ ଗାଡ଼ିରେ ଲାଗିଲା ନିଆଁ, ହୁତୁହୁତୁ ହୋଇ ଜଳିଗଲା….

କଟକ,୩୧।୩(ପ୍ରଭୁକଲ୍ୟାଣ ପାଲ୍/କାର୍ତ୍ତିକ ସାହୁ): ହାଇକୋର୍ଟ ଲାଲବାଗ ଗେଟ ପାର୍ଶ୍ଵରେ ଅଗ୍ନିକାଣ୍ଡ । ଲାଲବାଗ ଗେଟ କାଳିଗଳି ସମୁଖରେ ଏହି ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡରେ ଅନେକ ଗାଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri