Posted inଖେଳ

ହିଜାବରେ ପ୍ରଥମ ଖେଳାଳି ବେନ୍‌ଜିନା

ଆଡିଲେଡ୍‌, ୩୧ା୭ (ଏପି): ସିନିୟର ମହିଳା ଫୁଟ୍‌ବଲ ବିଶ୍ୱକପ୍‌ରେ ହିଜାବ ପରିଧାନ କରି ଖେଳିବାରେ ମରକ୍କୋ ଡିଫେଣ୍ଡର ନୌହେଲା ବେନ୍‌ଜିନା ପ୍ରଥମ ଖେଳାଳି। ରବିବାର ଦକ୍ଷିଣ ଆଫ୍ରିକା ବିପକ୍ଷ ମ୍ୟାଚରେ ଖେଳି ସେ ଇତିହାସ ସୃଷ୍ଟି କରିଛନ୍ତି। ସୂଚନାଯୋଗ୍ୟ, ସ୍ବାସ୍ଥ୍ୟ ଓ ସୁରକ୍ଷା ଜିନିତ କାରଣରୁ ବିଶ୍ୱ ଫୁଟ୍‌ବଲ ପରିଚାଳନା ସଂସ୍ଥା ଫିଫା ହିଜାବ ପରିଧାନକୁ ବାରଣ କରିଥିଲା।

ମାତ୍ର ସ୍ବେଚ୍ଛାକର୍ମୀ, ଆଥଲେଟ ଏବଂ ସରକାର ଓ ଫୁଟ୍‌ବଲ ଅଫିସିଆଲଙ୍କ ଓକିଲାତି ପରେ ୨୦୧୪ରେ ଏହି କଟକଣାକୁ ଉଠାଇ ଦିଆଯାଇଥିଲା। ଏହି ପରିପ୍ରେକ୍ଷୀରେ ମୁସ୍‌ଲିମ ଓମେନ ସ୍ପୋଟର୍‌ସ ନେଟଓ୍ବର୍କର ସହ ପ୍ରତିଷ୍ଠାତା ଆସ୍‌ମାହ ହିଲାଲ୍‌ କହିଛନ୍ତି, ବେନ୍‌ଜିନାଙ୍କୁ ଦେଖି କେବଳ ଖେଳାଳି ନୁହଁନ୍ତି ଅଧିକରୁ ଅଧିକ ମୁସ୍‌ଲିମ୍‌ ବାଳିକା ଓ ମହିଳା ହିଜାବ ବ୍ୟବହାର କରିବା ଲାଗି ଉତ୍ସାହିତ ହେବେ।

ବେନଜିନା ମରକ୍କୋର ଟପ୍‌ ମହିଳା ଲିଗ୍‌ ୮ଥର ଚାମ୍ପିୟନ ପ୍ରଫେସନାଲ କ୍ଲବ ଆସୋସିଏଶନ୍ସ ସ୍ପୋଟର୍‌ସ ଅଫ୍‌ ଫୋର୍ସେସ ଆର୍ମଡ ରୟାଲ ତରଫରୁ ଖେଳିଥାନ୍ତି। ସେ ମେଲବୋର୍ନଠାରେ ଖେଳାଯାଇଥିବା ମରକ୍କୋର ଓପନିଂ ଗେମ୍‌ ଖେଳି ନ ଥିଲେ। ଏଥିରେ ତାଙ୍କ ଦଳ ଗ୍ରୁପ୍‌ ଏଚ୍‌’ରେ ଜର୍ମାନୀ ନିକଟରୁ ୬-୦ ଗୋଲ୍‌ରେ ପରାଜିତ ହୋଇଥିଲା। ମହିଳା ବିଶ୍ୱକପ୍‌ ପାଇଁ ଯୋଗ୍ୟତା ଅର୍ଜନ କରିବାରେ ମରକ୍କୋ ହେଉଛି ପ୍ରଥମ ଆରବ ଓ ଉତ୍ତର ଆଫ୍ରିକୀୟ ରାଷ୍ଟ୍ର।


Enter your email to get our daily news in your inbox.

All Right Reserved By Dharitri.Com

ଖେଳାଳିଙ୍କ ଗସ୍ତ ଉପରେ କଟକଣା ଲଗାଇଲା ଇରାନ

ତେହେରାନ,୨୭ା୩: ଇରାନ ଶତ୍ରୁରାଷ୍ଟ୍ର ଭାବେ ବିବେଚନା ଦେଶଗୁଡ଼ିକୁ ଖେଳାଳିଙ୍କ ଗସ୍ତ ଉପରେ କଟକଣା ଜାରି କରିଛି। ସାଉଦି ଆରବରେ ଟ୍ରାକ୍ଟର ଏଫ୍‌ସି ବିପକ୍ଷ ଗେମ୍‌ ପୂର୍ବରୁ ଇରାନ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ

ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି…

ଯୁଦ୍ଧ ଭିତରେ ମିସାଇଲ କିଣିଲା ଭାରତ, ଥରିଲା ପାକିସ୍ତାନ!

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ରୁଷିଆଠାରୁ ‘ଟୁଙ୍ଗୁସ୍କା’ ଆଣ୍ଟି-ଏୟାରକ୍ରାଫ୍ଟ ଏବଂ ମିସାଇଲ ସିଷ୍ଟମ ହାସଲ କରିବାକୁ ଯୋଜନା କରିଛି। ଏଥିପାଇଁ, ଭାରତ ରୁଷିଆର ରୋସୋବୋରୋନେକ୍ସପୋର୍ଟ…

ନୂଆ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି, କହିଲେ ଗୁରୁତ୍ୱପୂର୍ଣ୍ଣ କଥା

ନୂଆଦିଲ୍ଲୀ/କାଠମାଣ୍ଡୁ,୨୭।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ନେପାଳର ନୂଆ ପ୍ରଧାନମନ୍ତ୍ରୀ ବଲେନ୍ଦ୍ର ‘ବାଲେନ’ ଶାହଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି ଯେ ଉଭୟ ଦେଶର ପାରସ୍ପରିକ ଲାଭକୁ…

ଯୁଦ୍ଧ ମଧ୍ୟରେ ଏମିତି ପଦକ୍ଷେପ ନେବାକୁ ଯାଉଛି ଭାରତ: ଚାହଁ ରହିଯିବେ ଚାଇନା-ପାକିସ୍ତାନ

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ ହେବା ବିଶ୍ୱ ଶକ୍ତି ବଜାରରେ ଅସ୍ଥିରତା ସୃଷ୍ଟି କରିଛି। ବିଶ୍ୱର ପ୍ରାୟ ୨୦% ତୈଳ ଏହି…

ଜଣେ ବିବାହିତ ପୁରୁଷ ଲିଭ-ଇନରେ ରହିପାରିବେ କି? ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

ଆଲ୍ଲାହାବାଦ,୨୭।୩: ଜଣେ ବିବାହିତ ପୁରୁଷ ଲିଭ-ଇନ ସମ୍ପର୍କରେ ରହିପାରିବେ କି ନାହିଁ ଏହାକୁ ନେଇ ଆଲ୍ଲାହାବାଦ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଶୁକ୍ରବାର କୋର୍ଟ ଏକ…

ରାମ ନବମୀରେ ପ୍ରଶଂସକଙ୍କୁ ଚମତ୍କାର ଉପହାର ଦେଲେ ରାମ ଚରଣ

ସୁପରଷ୍ଟାର ରାମ ଚରଣ ପ୍ରଶଂସକଙ୍କୁ ଏକ ଚମତ୍କାର ଉପହାର ଦେଇଛନ୍ତି। ରାମ ନବମୀରେ ଫିଲ୍ମ ‘ପେଡ୍ଡି ପେହେଲୱାନ’ର ପ୍ରଥମ ଝଲକ ରିଲିଜ ହୋଇଛି। ଏହା ସୋସିଆଲ ମିଡିଆରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri