ଜେଲରେ ବିଇଓ, ଶିକ୍ଷକଙ୍କୁ ମିଳିପାରୁନି ଦରମା

ଛତ୍ରପୁର,୨୭ା୯(ସନ୍ତୋଷ ପାଢୀ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଛତ୍ରପୁର ବ୍ଲକ ଶିକ୍ଷା ଅଧିକାରୀ(ବିଇଓ) ସୀତାରାମ ପାତ୍ରଙ୍କ ଘରେ ଅଗଷ୍ଟ ୩୧ ତାରିଖରେ ଭିଜିଲାନ୍ସ ଟିମ୍‌ ଚଢାଉ କରିଥିଲା। ଗତ ୧ ତାରିଖରେ ତାଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରାଯାଇଥିଲା। ପରେ ସୀତାରାମଙ୍କୁ ଜେଲକୁ ପଠାଇ ଦିଆଯାଇଛି। ସେବେଠାରୁ ଆଉ କାହାକୁ ବିଇଓ ଦାୟିତ୍ୱ ଦିଆଯାଇ ନ ଥିବାରୁ ଛତ୍ରପୁରର ୬୧୫ ଶିକ୍ଷକ ଅଗଷ୍ଟ ମାସର ଦରମା ପାଇପାରି ନାହାଁନ୍ତି ।

ଅନ୍ୟପଟେ ୨୭ଦିନ ପରେ ଛତ୍ରପୁର ସରକାରୀ ବାଳିକା ହାଇସ୍କୁଲର ପ୍ରଧାନଶିକ୍ଷକ ଦ୍ୱାରିକାନାଥ ବେହେରାଙ୍କୁ ବ୍ଲକ ଶିକ୍ଷା ଅଧିକାରୀ କାର୍ଯ୍ୟାଳୟର ମୁଖ୍ୟ ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି । ତାଙ୍କୁ ଏଥିପାଇଁ କୌଣସି ଭତ୍ତା ମିଳିବ ନାହିଁ। ପ୍ରଧାନଶିକ୍ଷକ ବେହେରାଙ୍କୁ ଆର୍ଥତ୍କ କ୍ଷମତା ମଧ୍ୟ ଦିଆଯାଇଛି। ତେଣୁ ସେ ଶିକ୍ଷକମାନଙ୍କ ଦରମା କରିପାରିବେ।

ଏହି ସମ୍ପର୍କରେ ଓଡ଼ିଶା ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶାଳୟର ନିର୍ଦ୍ଦେଶକଙ୍କଠାରୁ ଶୁକ୍ରବାର ଚିଠି(ନଂ.୨୦୧୮୫) ଗଞ୍ଜାମ ଜିଲା ଶିକ୍ଷା ଅଧିକାରୀଙ୍କୁ ଏବଂ ଆଉ ଏକ ଚିଠି (ନଂ.୨୦୧୮୬) ଜିଲା ଟ୍ରେଜେରୀ ଅଫିସରଙ୍କ ନିକଟକୁ ଆସିଛି।

ଗତ ୨୪ ତାରିଖରେ ଜିଲା ଶିକ୍ଷା ଅଧିକାରୀଙ୍କ ପକ୍ଷରୁ ଏହି ସମ୍ପର୍କରେ ଓଡ଼ିଶା ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶାଳୟର ନିର୍ଦ୍ଦେଶକଙ୍କୁ ପ୍ରସ୍ତାବ ପଠାଯାଇଥିଲା। ସୂଚନାଯୋଗ୍ୟ, ପ୍ରତ୍ୟେକ ମାସରେ ଶିକ୍ଷକଙ୍କ ଉପସ୍ଥାପନ ରିପୋର୍ଟ ବିଇଓଙ୍କ କାର୍ଯ୍ୟାଳୟକୁ ଆସିଥାଏ। ବିଇଓ ଅଫିସରେ ବିଲ୍‌ ପ୍ରସ୍ତୁତ ହେବା ପରେ ଟ୍ରେଜେରୀକୁ ପଠାଯାଇଥାଏ। ଟ୍ରେଜେରୀରୁ ଟଙ୍କା ଶିକ୍ଷକଙ୍କ ଆକାଉଣ୍ଟକୁ ଦରମା ଆସିଥାଏ। ସେପଟେ ଜେଲ ଯାଇଥିବା ବିଇଓ ପାତ୍ରଙ୍କ ବିରୋଧରେ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ନେବାରେ ମଧ୍ୟ ବିଳମ୍ବ ହୋଇଛି। ଜଣେ ସରକାରୀ ଅଧିକାରୀ ୪୮ ଘଣ୍ଟା ବିନା ସୂଚନାରେ ଅନୁପସ୍ଥିତ ରହିଲେ ନିଲମ୍ବନ ହେବା ନିୟମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ଆରମ୍ଭ ୬ ହଜାରରୁ ହେଲେ ଏବେ ୧୩ ପ୍ଲଟ୍‌, ଲକ୍‌ରରେ କୋଟି କୋଟି ଟଙ୍କା ; ଆଇଟିଡିଏ ନିର୍ବାହୀ ଯନ୍ତ୍ରୀଙ୍କ ସମ୍ପତ୍ତି ଦେଖି…

ଭୁବନେଶ୍ୱର/ବାଲିଗୁଡ଼ା,୬।୬(ତ୍ରିନାଥ ମହାନ୍ତି/ ସଞ୍ଜୟ କୁମାର ପାଣିଗ୍ରାହୀ): ଚାକିିରି ଆରମ୍ଭ କରିଥିଲେ ୬ ହଜାର ଟଙ୍କାରେ। ହେଲେ ସେ କିଛି ଦିନ ପରେ ଆୟଠାରୁ ଢେର ପରିମାଣର ଅଧିକ…

ଗାଡ଼ି ଉପରେ ଏୟାର ଷ୍ଟ୍ରାଇକ୍‌, ଲେବାନନ୍‌ ସେନା ଅଫିସରଙ୍କ ସମେତ ଚାଲିଗଲା ୯ ଜୀବନ

ବେରୁଟ୍‌ ,୬ା୬: ଇସ୍ରାଏଲ ଏବଂ ଲେବାନନ୍‌ ମଧ୍ୟରେ ନୂଆ ଅସ୍ତ୍ରବିରତି ଚୁକ୍ତିନାମା ସତ୍ତ୍ୱେ ଇସ୍ରାଏଲୀ ସେନା ଆକ୍ରମଣ ଜାରି ରଖିଛି। ଇସ୍ରାଏଲୀ ସେନା ଶନିବାର ଦକ୍ଷିଣ ଲେବାନନ୍‌ରେ…

ମେଗା ପ୍ରକଳ୍ପର ମେନ୍ ପାଇପ୍ ଫାଟିଲା, ପ୍ରବଳ ଗ୍ରୀଷ୍ମ ପ୍ରବାହ ମଧ୍ୟରେ ୫ରୁ ଊର୍ଦ୍ଧ୍ୱ ଗ୍ରାମକୁ ପାନୀୟ ଜଳ ଯୋଗାଣ ଠପ୍

ଭେଡ଼େନ, ୬ ଜୁନ୍ (ହୃଷିକେଶ ଖମାରୀ): ସମଗ୍ର ଅଞ୍ଚଳରେ ତାପମାତ୍ରା ଥମିବାର ନାଁ ନେଉ ନଥିବା ବେଳେ ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏଭଳି…

ସାଇବର ଜାଲିଆତି ସିଣ୍ଡିକେଟ୍‌ର ବଡ଼ ପର୍ଦ୍ଦାଫାଶ

ନୂଆଦିଲ୍ଲୀ,୬ା୬: କେନ୍ଦ୍ରୀୟ ଦିଲ୍ଲୀ ପୋଲିସ ମାସେବ୍ୟାପୀ ଚଢ଼ାଉ କରି ୭ଟି ଆନ୍ତଃରାଜ୍ୟ ସାଇବର ଜାଲିଆତି ସିଣଣ୍ଡିକେଟ୍‌ର ପର୍ଦ୍ଦାଫାଶ କରିବା ସହ ୧୪ ଜଣଙ୍କୁ ଗିରଫ କରିଛି। ଜଣେ…

କୂଅ ସଫା କରିବା ବେଳେ ବ୍ଲିଚିଂ ଗ୍ୟାସରେ ଶ୍ରମିକ ଅଣନିଶ୍ୱାସୀ, ଅଗ୍ନିଶମ ବାହିନୀ ଦ୍ୱାରା…

ଭଞ୍ଜନଗର, ୬ ଜୁନ୍ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଏକ ସାହିରେ କୂଅ ସଫା କରିବା ସମୟରେ ଜଣେ ଶ୍ରମିକ ବିଷାକ୍ତ ଗ୍ୟାସ ସଂସ୍ପର୍ଶରେ…

ହିଟ୍‌ ଓ୍ବେଭ୍‌ ସହ କାଳବୈଶାଖୀ, ୧୦ ଯାଏ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୬ା୬ (ବନ୍ଦନା ସେଠୀ) – ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ସହ ଗୁଳୁଗୁଳି ଜାରି ରହିଥିବାବେଳେ ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚୁଛି। ଆସନ୍ତା ୧୦ ତାରିଖ…

ଶୁଳିଆ ପାହାଡ଼ରେ ରୋପଣ ହେଲା ୪ ହଜାର ବାଉଁଶ ଚାରା: ଜଙ୍ଗଲ ଓ ବନ୍ୟପ୍ରାଣୀ ସୁରକ୍ଷା ପାଇଁ…

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ପୋଡ଼ାମାରି ଗ୍ରାମ ସ୍ଥିତ ଚନ୍ଦ୍ରଗିରି ବନାଞ୍ଚଳ କାର୍ଯ୍ୟାଳୟ ପକ୍ଷରୁ ରେଞ୍ଜର ରୂପକ ପ୍ରଧାନ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ…

ଆମେରିକା ପ୍ରବେଶ ପାଇଁ ଇରାନ ଫୁଟବଲ ଦଳକୁ ମିଳିଲା ଭିଜା

ଓ୍ବାଶିଂଟନ,୫।୬: ଯୁକ୍ତରାଷ୍ଟ୍ର ଆମେରିକା(ୟୁଏସ୍‌) ଇରାନ ବିଶ୍ୱକପ୍‌ ପୁଟ୍‌ବଲ ଦଳର ସଦସ୍ୟମାନଙ୍କୁ ଭିଜା ପ୍ରଦାନ କରିଛି। ଫଳରେ ଇରାନ ଦଳ ଆମେରିକାରେ ପ୍ରବେଶ କରିପାରିବ। ମେକ୍ସିକୋର ଟିଜୁଆନାରେ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri