ଦୁଇ ବହିଷ୍କୃତ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ନାମରେ ଏତଲା ଦେଲେ ବିଇଓ

ଫୁଲବାଣୀ ଅଫିସ,୩।୫: କନ୍ଧମାଳ ଜିଲା କ.ନୂଆଗାଁ ବ୍ଲକରେ ଦୁଇ ଶିକ୍ଷକ ଶିକ୍ଷୟିତ୍ରୀ ନକଲି ବିଇଡି ପ୍ରମାଣପତ୍ର ଦାଖଲ କରି ଚାକିରି ହରାଇଛନ୍ତି। ମିଳିଥିବା ସୂଚନା ଅନୁସାରେ ଯାଞ୍ଚ ବେଳେ ବିଇଡି ନକଲି ପ୍ରମାଣପତ୍ର ଦେଇ କନିଷ୍ଠ ଶିକ୍ଷକ ଭାବେ କଟକ ଜିଲା ଗୌଡ଼ ଗୋପ ନିକଟ ଅଛୁତପୁର ଗ୍ରାମର ଅଜୟ କୁମାର ସ୍ବାଇଁଙ୍କ ଝିଅ ପ୍ରଦୟେନୀ ସାଇଁ ୨୦୧୮ ଏପ୍ରିଲ ଠାରୁ କ.ନୂଆଗାଁ ବ୍ଲକ ଅନ୍ତର୍ଗତ ସିର୍ତ୍ତିଗୁଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କାର୍ଯ୍ୟରତ ଥିଲେ। ସେହିପରି ଗଞ୍ଜାମ ଜିଲା ଆସ୍କା ଜଗମୋହନ ନିକଟ ତୋଳତ୍ତମା ଦେଇ ପୁର ଗ୍ରାମର ଶଙ୍କର୍ଷଣ ଶତପଥୀଙ୍କ ପୁଅ କୃଷ୍ଣ ଚନ୍ଦ୍ର ଶତପଥୀ ଡିମିସିଙ୍ଗିଆ ବିଦ୍ୟାଳୟରେ ଚାକିରି କରୁଥିଲେ। ମାତ୍ର ପ୍ରମାଣପତ୍ର ଯାଞ୍ଚ ପରେ ନକଲି ଜାଣି କାର୍ଯାନୁଷ୍ଠାନ ଭୟରେ ଉଭୟ ଫେରାର ହୋଇଯାଇଥିଲେ । ହେଲେ ଯାଲ ବିଇଡି ପ୍ରମାଣପତ୍ର ଦାଖଲ କରିଥିବାରୁ ଉଭୟଙ୍କୁ ଜିଲା ପ୍ରଶାସନ ଗତ ୧୦/୨/୨୨ ଠାରୁ ବହିଷ୍କୃତ କରିଛନ୍ତି। ହେଲେ କୌଣସି ଆଇନ ଗତ କାର୍ଯାନୁଷ୍ଠାନ ହୋଇ ନଥିବାରୁ ପୁଣି ଗତକାଲି ଜିଲା ପ୍ରଶାସନ ନିର୍ଦ୍ଦେଶରେ କ.ନୂଆଗାଁ ଥାନାରେ ଉଭୟଙ୍କ ନାମରେ ପୃଥକ ଭାବେ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରମୋଦ କୁମାର ମଲ୍ଲିକ ଏତଲା ଦେଇଛନ୍ତି। ଏହାକୁ ନେଇ ଥାନା ଅଧିକାରୀ କୁମର ମୁଦୁଲି ଓ ସବ ଇନ୍ସପେକ୍ଟର ପ୍ରମୋଦ କୁମାର ବେହେରା ତଦନ୍ତ ଭାର ଗ୍ରହଣ କରି ଉଭୟ ଶିକ୍ଷକଙ୍କ ନାମରେ ଥାନାରେ କେସ ନଂ ୫୮/୨୩ ଅନୁସାରେ ମାମଲା ଋଜୁ କରାଯାଇ ଅଧିକ ତଦନ୍ତ କରାଯାଉଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

କୂଳ ଲଂଘୁଛି ସମୁଦ୍ର ଜୁଆର, ଜିଲାପାଳ ଅଫିସ ଘେରାଉ କରିବାକୁ ଅଞ୍ଚଳବାସୀ ସଜବାଜ

ଗଞ୍ଜାମ,୨ା୭(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୂଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ମାସ ହେଲା ବେଳାଭୂମି ଦ୍ରୁତଗତିରେ ଅବକ୍ଷୟ…

ସ୍କୁଟି ଚାଳକଙ୍କୁ ଚାପିଦେଲା ମୋରମ ବୋଝେଇ ହାଇଓ୍ବା, ଲୋକେ ଚକାତଳୁ ମୃତଦେହ କାଢ଼ି…

ପୁରୁଷୋତ୍ତମପୁର,୧ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ଭାଟକୁମରଡ଼ା କଲେଜ ନିକଟରେ ଏକ ହାଇଓ୍ବା ଦ୍ରୁତଗତିରେ ଆସି ସ୍କୁଟିକୁ ଧକ୍କାଦେଇଥିଲା। ଫଳରେ…

ଭାରତ-ଜାପାନ ମଧ୍ୟରେ ବଡ଼ ଡିଲ୍, ପ୍ରତିରକ୍ଷା ଓ AI କ୍ଷେତ୍ରକୁ ନେଇ ଏହି ଘୋଷଣା….

ନୂଆଦିଲ୍ଲୀ,୨।୭: ପ୍ରତିରକ୍ଷା, ଶକ୍ତି ଏବଂ କୃତ୍ରିମ ବୁଦ୍ଧିମତ୍ତା (AI) ସମେତ ପ୍ରମୁଖ କ୍ଷେତ୍ରଗୁଡ଼ିକରେ ସହଯୋଗକୁ ଆହୁରି ମଜବୁତ କରିବା ପାଇଁ ଭାରତ ଏବଂ ଜାପାନ ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର…

କଂଗ୍ରେସ ସହ ବିଲୟ ହେବ କି NCP-SP: ଶରଦ ପାଓ୍ବାର ଦେଲେ ବଡ଼ ବୟାନ

ପୁଣେ,୨।୭: ମହାରାଷ୍ଟ୍ର ରାଜନୀତି ସମ୍ପର୍କରେ ଏକ ବଡ଼ ଖବର ଆସିଛି। ଶରଦ ପାୱାର କଂଗ୍ରେସ ସହିତ NCP-SP ର ମିଶ୍ରଣ ସମ୍ପର୍କରେ ଚାଲିଥିବା କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି।…

ମା-ମାମୁ ମୋବାଇଲ ଛଡ଼ାଇ ନେବାରୁ ବିଷ ପିଇଦେଲେ ନାବାଳିକା

ଉଦଳା,୧ା୭(ସନ୍ତୋଷ କୁମାର ବାଛିନି): ମୋବାଇଲ ଛଡ଼ାଇ ନେଇ ଭାଙ୍ଗି ଦେଲେ ବୋଲି ବିଷ ପିଇଦେଇଛନ୍ତି ଜଣେ ନାବାଳିକା। ଏଭଳି ଘଟଣା ଘଟିଛି ରାଜ ବରହମପୁର ଥାନା ଗଗପାଳ…

ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ନିର୍ମାଣରେ ଅନିୟମିତତା ଅଭିଯୋଗ, ବିଧାୟକଙ୍କ ଅନୁରୋଧ ପରେ ଭିଜିଲାନ୍ସ ତଦନ୍ତ ଆରମ୍ଭ

କଟକ ସଦର,୨।୭(ସୁଶାନ୍ତ କୁମାର ଜେନା): ୪୨ ମୌଜା ଅନ୍ତର୍ଗତ ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଷ୍ଟାଫ କ୍ୱାର୍ଟର ନିର୍ମାଣରେ ବ୍ୟାପକ ଅନିୟମିତା ନେଇ ଅଭିଯୋଗ ହୋଇ ଆସୁଥିଲା ।…

ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା, ଏସବୁ ସ୍ଥାନରେ ଅଧିକ

ଭୁବନେଶ୍ୱର,୨ା୭: ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ବିଶେଷକରି ୫ଟି ସ୍ଥାନରେ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୧୦୦ ମି.ମି ବର୍ଷା ରେକର୍ଡ କରାଯାଇଥିବା ଭୁବନେଶ୍ୱରସ୍ଥିତ…

କଲେଜ ଯାଇଥିଲେ ଡାକ୍ତରୀ ଛାତ୍ରୀ, ଛାତରୁ ଡେଇଁ ଆତ୍ମହତ୍ୟା କଲେ ମା’! କାରଣ ଜାଣିଲେ…

ବଲାଙ୍ଗୀର,୨।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତୁଳସୀ ନଗର ପଡାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଏକ ଭଡା ଘରେ ରହୁଥିବା ଜଣେ ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri