ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ । ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନା (MKUY) ର ସମନ୍ୱିତ କୃଷି ପ୍ରଣାଳୀ ଅଧୀନରେ ଫାଇଲ୍ ପ୍ରକ୍ରିୟାକରଣ କରିବା ଏବଂ ସବ୍‌ସିଡ୍ ରିଲିଜ କରାଇବା ପାଇଁ ସେ ଏହି ଲାଞ୍ଚ ନେଉଥିଲେ ।

ଉକ୍ତ ଯୋଜନାର ମାର୍ଗଦର୍ଶିକା ଅନୁଯାୟୀ, ଜଣେ ହିତାଧିକାରୀ କୃଷି ଏବଂ ଭିତ୍ତିଭୂମିରେ ବିନିଯୋଗ କରିଥିବା ଅର୍ଥର ୫୦ ପ୍ରତିଶତ ସବ୍‌ସିଡ୍ ପାଇବାକୁ ଯୋଗ୍ୟ ଅଟନ୍ତି । ହିତାଧିକାରୀଜଣକ ତାଙ୍କ ଫାଇଲ୍ କାମ କରିବା ପାଇଁ ଗତ ଦୁଇ ମାସ ହେବ ଅଭିଯୁକ୍ତ ବ୍ୟୋମକେଶ ମିଶ୍ରଙ୍କୁ ଅନୁରୋଧ କରୁଥିଲେ। କିନ୍ତୁ ବାରମ୍ବାର ଅନୁରୋଧ ସତ୍ତ୍ୱେ CDAO ଫାଇଲ୍ ଆଗକୁ ବଢ଼ାଉ ନଥିଲେ। ଏହା ପରିବର୍ତ୍ତେ ସେ ଉକ୍ତ କାମ ପାଇଁ ବର୍ତ୍ତମାନ ୧୫,୦୦୦ ଟଙ୍କା ଲାଞ୍ଚ ମାଗିଥିଲେ ଏବଂ ସବ୍‌ସିଡ୍ ଟଙ୍କା ମିଳିବା ପରେ ଏକ ନିର୍ଦ୍ଦିଷ୍ଟ ପ୍ରତିଶତ ମଧ୍ୟ ଦାବି କରିଥିଲେ।

ଲାଞ୍ଚ ମାଗିବା ଅଭିଯୋଗରେ ଅତିଷ୍ଠ ହୋଇ ହିତାଧିକାରୀଜଣକ ଭିଜିଲାନ୍ସ କର୍ତ୍ତୃପକ୍ଷଙ୍କ ନିକଟରେ ଅଭିଯୋଗ କରିଥିଲେ। ଏହାପରେ ଆଜି ଓଡ଼ିଶା ଭିଜିଲାନ୍ସର ଏକ ଟିମ୍ ଜାଲ ବିଛାଇ CDAOଙ୍କୁ ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ସମୟରେ ଧରିଥିଲେ । ଅଭିଯୁକ୍ତଙ୍କ ନିକଟରୁ ସମସ୍ତ ଲାଞ୍ଚ ଟଙ୍କା ଜବତ କରାଯାଇଛି । ଏହି ଘଟଣା ପରେ ବ୍ୟୋମକେଶ ମିଶ୍ରଙ୍କ ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରହିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପାଟଣାରେ ଭାଜପା ପକ୍ଷରୁ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା, ସାମିଲ ହେଲେ ବିଧାୟକଙ୍କ ସହ…

ପାଟଣା,୧୨।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମଣ୍ଡଳ ଭାଜପା ପକ୍ଷରୁ ବୁଧବାର ଏକ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ମୁଖ୍ୟାଳୟ ପ୍ରାଚୀନ ଆନନ୍ଦେଶ୍ୱର…

ରାଜପଥରେ ଆମ୍ବୁଲାନ୍ସ ବିଳମ୍ବ ହେଲେ ଦେବାକୁ ହେବ ଜୋରିମାନା, NHAI ଧାର୍ଯ୍ୟ କଲା ପ୍ରତି ମିନିଟ୍‌ର ଦାମ୍

ନୂଆଦିଲ୍ଲୀ,୧୨ା୮: ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (NHAI) ସଡ଼କ ଦୁର୍ଘଟଣା ପରେ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଏବଂ ରାଜପଥରେ ଜରୁରୀକାଳୀନ ସେବାଗୁଡ଼ିକୁ ଅଧିକ…

ବରଗଡ଼ ଓକିଲ ସଂଘ ସଭାପତିଙ୍କୁ ଆକ୍ରମଣ ଘଟଣା: ଜିଲାପାଳ ଓ ଏସପିଙ୍କୁ ଭେଟିଲା ଅଲ୍ ଓଡିଶା ଲୟର୍ସ ଆସୋସିଏସନ୍

ବରଗଡ଼,୧୨।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଓକିଲ ସଂଘ ସଭାପତି ଭୀଷ୍ମଦେବ ସରାଫଙ୍କ ପ୍ରତି ଗତ ୬ ତାରିଖରେ ହୋଇଥିବା ଆକ୍ରମଣ ଘଟଣାର ତ୍ୱରିତ ତଦନ୍ତ ଏବଂ ଆଇନଜୀବୀମାନଙ୍କୁ…

ପୁରୀ ବେଳାଭୂମି ହେବ ଆଧ୍ୟାତ୍ମିକ ବେଳାଭୂମି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧୨ା୮: ପୁରୀ ଗୋବର୍ଦ୍ଧନ ପୀଠର ସର୍ବାଙ୍ଗୀନ ବିକାଶ, ସୁରକ୍ଷା ଏବଂ ଶ୍ରୀଜଗନ୍ନାଥ ସଂସ୍କୃତିର ପ୍ରସାର ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ଲୋକ ସେବା…

ରୋଷେଇ କରୁଥିବା ବେଳେ ଗ୍ୟାସ ଲିକ୍ ହୋଇ ଘର ଜଳିଗଲା, ଅଳ୍ପକେ ବର୍ତ୍ତିଲେ…

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ନୂଆଗୁଡା ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗ୍ରାମର ହୀରା ବିଶି ନାମକ ଜଣେ ବିଧବା ମହିଳା…

ରାହୁଲ ଗାନ୍ଧୀଙ୍କୁ ନେଇ ବିବାଦୀୟ ମନ୍ତବ୍ୟ ଦେଲେ କଙ୍ଗନା, ଇଟାଲୀୟ ମା’ ହିଁ…..

ନୂଆଦିଲ୍ଲୀ,୧୨ା୮: ଛାତ୍ରମାନଙ୍କୁ ଲାଠିଚାର୍ଜ ଏବଂ କାର୍ଯ୍ୟାନୁଷ୍ଠାନକୁ ନେଇ ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ବିବୃତ୍ତି ଦାବି ପ୍ରସଙ୍ଗରେ ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ କ୍ରମାଗତ ଭାବରେ ସରକାରଙ୍କୁ…

ସାନଖେମୁଣ୍ଡିରେ ବନ ବିଭାଗ ପ୍ରକଳ୍ପରୁ ସାମଗ୍ରୀ ଚୋରି: ପାଣି ମୋଟର-ସୋଲାର ପ୍ୟାନେଲ ଜବତ, ଜେଲ୍‌ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୨|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଦ୍ମପୁର ପଞ୍ଚାୟତ ଅନ୍ତର୍ଗତ ସଅଁଢେପ ଗ୍ରାମର ଏକ ବନ ବିଭାଗ ଜଳାଶୟ ପ୍ରକଳ୍ପରୁ ବିଭିନ୍ନ ସାମଗ୍ରୀ ଚୋରି…

ଭଞ୍ଜନଗରରେ ଖରିଫ୍ ଧାନକିଣା: ଅଗଷ୍ଟ ୩୧ ପର୍ଯ୍ୟନ୍ତ ଚାଲିବ ପଞ୍ଜୀକରଣ, ତାଲିମ୍ ଶିବିରରେ…

ଭଞ୍ଜନଗର,୧୨।୮(ବାବୁଲା ପ୍ରଧାନ)- ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ସ୍ଥାନୀୟ ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ କକ୍ଷରେ ଖରିଫ୍ ଧାନକିଣା ପାଇଁ ଚାଷୀ ପଞ୍ଜୀକରଣ ଉପରେ ଏକ ଉପଖଣ୍ଡସ୍ତରୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri