ବନ ମହୋତ୍ସବରେ, ଚାରା ରୋପଣ କଲେ ବ୍ରହ୍ମପୁର ବନଖଣ୍ଡ ଅଧିକାରୀ

ଦିଗପହଣ୍ଡି,୭।୭(ଅଶେଷ ନାଥ ମିଶ୍ର):  ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଆନୁକୂଲ୍ୟରେ ୭୭ ତମ ବନ ମହୋତ୍ସବ ସପ୍ତାହ ପାଳନ ହୋଇଯାଇଛି । ସୋମବାର ଦିଗପହଣ୍ଡି ବ୍ଳକ କଇଠଖଣ୍ଡି – କଇଠଡା ପଞ୍ଚାୟତ ସଂଲଗ୍ନ  ଗାଇଡା ସଂରକ୍ଷିତ ଜଙ୍ଗଲ କମଳାପୁର ଠାରେ ବୃକ୍ଷ ଚାରା ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।

ଦିଗପହଣ୍ଡି ବନାଞ୍ଚଳ କାର୍ଯ୍ୟାଳୟ ଏବଂ କଇଠଖଣ୍ଡି , କଇଠଡା ପଞ୍ଚାୟତ କର୍ତ୍ତୃପକ୍ଷଙ୍କ ମିଳିତ ଉଦ୍ୟମରେ ଆୟୋଜିତ ବନ ମହୋତ୍ସବରେ  ବ୍ରହ୍ମପୁର ବନଖଣ୍ଡ ଅଧିକାରୀ ଶନି ଖୋକର ମୁଖ୍ୟ ଅତିଥି ଭାବେ ଯୋଗଦେଇ ବୃକ୍ଷ ଚାରା ରୋପଣର ମହତ୍ତ୍ଵ ଏବଂ ତାହାର ସୁରକ୍ଷା ଦିଗରେ ଉପସ୍ଥିତ ଗ୍ରାମବାସୀମାନଙ୍କୁ ସଚେତନତା କରାଇଥିଲେ । ଦିଗପହଣ୍ଡି ବନାଞ୍ଚଳ ଅଧିକାରୀ ଦିବ୍ୟରଞ୍ଜନ ସାହୁ , କଇଠଖଣ୍ଡି ସରପଞ୍ଚ ମନୋରଞ୍ଜନ ଗୈାଡ, କଇଠଡା ସରପଞ୍ଚ ଗୈାରୀ ଗୈାଡ, ସରପଞ୍ଚ ପ୍ରତିନିଧି ଦେବହରି ଗୈାଡ ପ୍ରମୁଖ ସମ୍ମାନିତ ଅତିଥି ଭାବେ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଏହି ଅବସରରେ ମୁଖ୍ୟଅତିଥିଙ୍କ ସମେତ ସମ୍ମାନିତ ଅତିଥି ବୃନ୍ଦ ଜଙ୍ଗଲ ପରିସରରେ ୨୦୦ ରୁ ଉର୍ଦ୍ଧ୍ବ ବିଭିନ୍ନ କିସମର ଔଷଧୀୟ ଚାରା ରୋପଣ କରିଥିଲେ । ଏପରିକି ଅଧିକରୁ ଅଧିକ ଚାରା ରୋପଣ କରି ସୁସ୍ଥ ଓ ସବୁଜ ପରିବେଶ ଗଠନ ପାଇଁ ସଭାରେ ଅତିଥି ବୃନ୍ଦ ମତ ପ୍ରକାଶ କରିଥିଲେ ।

ଏହି ଜଙ୍ଗଲରେ ଚଳିତ ବର୍ଷ ୧୦ ହଜାରରୁ ଉର୍ଦ୍ଧ୍ବ ଚାରା ରୋପଣ କରାଯିବାକୁ ଲକ୍ଷ୍ୟ ରହିଥିବା ବେଳେ ବୃକ୍ଷରୋପଣ ନିମନ୍ତେ ଉପଯୁକ୍ତ ସ୍ଥାନ ନିରୁପଣ  କରାଯାଇଛି । ବନପାଳ ସନ୍ତୋଷ କୁମାର ବିଷୋୟୀ ରତ୍ନ କାର୍ଯ୍ୟକ୍ରମକୁ ପରିଚାଳନା କରିଥିବା ବେଳେ ବନାଞ୍ଚଳର ସମସ୍ତ କ୍ଷେତ୍ର କର୍ମଚାରୀ , ସ୍କ୍ୱାର୍ଡ ବାହିନୀ , ସ୍ଥାନୀୟ ଅଞ୍ଚଳର ଅଧିବାସୀ ଏବଂ ମହିଳା ଗୋଷ୍ଠୀ ସଦସ୍ୟା ବୃନ୍ଦ ଉପସ୍ଥିତ ରହି ସମସ୍ତ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ  କରିଥିଲେ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

SCB ମେଡିକାଲ୍‌ କ୍ୟାମ୍ପସ୍‌ରେ ଯୁବକଙ୍କ ହାଇଡ୍ରାମା, ୫୦ ଫୁଟ ପାଣିଟାଙ୍କି ଉପରୁ ଡେଇଁ…

କଟକ,୬।୧୦(ପ୍ରଭୁକଲ୍ୟାଣ ପାଲ୍): କଟକ ବଡ ମେଡିକାଲରେ ଅଘଟଣ। ପାଣି ଟାଙ୍କି ଉପରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ। ଦୀର୍ଘ ସମୟଧରି ହାଇଡ୍ରାମା ପରେ ସେ ଟାଙ୍କି…

୫୩ ବର୍ଷ ପରେ ଏକାଠି ହେଲେ ୫ ଶିକ୍ଷକ ବନ୍ଧୁ: ମିଶିକି କଲେ ଏମିତି କାମ

ତାଳଚେର,୬ା୧୦(ମନୋଜ ନନ୍ଦ): ଶିକ୍ଷକତା ଜୀବନର ପ୍ରାରମ୍ଭରେ ପରସ୍ପର ସଂସ୍ପର୍ଶରେ ଆସିଥିଲେ। ତାଲିମ କେନ୍ଦ୍ରରେ ଚିହ୍ନା ପରିଚୟ ପରେ ସେମାନଙ୍କ ଭିତରେ ଗଢ଼ି ଉଠିଥିଲା ବନ୍ଧୁତା। ହେଲେ ସ୍କୁଲକୁ…

ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…

ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି

ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍‌ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍‌.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…

ଛାତ୍ର ସଂସଦ ନିର୍ବାଚନ ଘୋଷଣା: ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଉତ୍ସବର ମାହୋଲ

ଭବାନୀପାଟଣା, ୫।୧୦ (ଉତ୍ତମ କୁମାର ଦାଶ): ଦୀର୍ଘ ୮ ବର୍ଷର ଅପେକ୍ଷାର ଅନ୍ତ ଘଟାଇ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଆନୁଷ୍ଠାନିକ ଘୋଷଣା ହେବା ପରେ…

ମୋବାଇଲ୍‌ଠାରୁ ଦୂରେଇ ରହିବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଲେ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୫।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଡିଗ୍ରୀ କଲେଜ ପରିସରରେ ସେବା ସଂକଳ୍ପ ଅଭିଯାନ ଆନୁକୂଲ୍ୟରେ ଯୁକ୍ତ ୩ ଛାତ୍ରୀଛାତ୍ରଙ୍କୁ ନେଇ…

ଗାଁରେ ଚାଲିଥିଲା ଜୁଆ ଖେଳ: ମାଡ଼ିବସିଲା ପୋଲିସ, ଆଉ ତା’ପରେ…

ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍‌ ଚଢ଼ାଉ କରି…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ        

ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ଗ୍ରାମର ନବୀନ ମହାଙ୍କୁଡ଼ ଙ୍କୁ ଗ୍ରାମର ଗୋପୀନାଥ ଡାକୁଆ ରବିବାର ଅପରାହ୍ନ ପ୍ରାୟ ସାଢେ ୪ ଟାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?