ଭଞ୍ଜନଗରରେ ବନ୍ୟା ରିଲିଫ୍-ପୁନରୁଦ୍ଧାର କାର୍ଯ୍ୟ ସମୀକ୍ଷା କଲେ ଆରଡିସି ବିଜୟ ଅମୃତା କୁଲାଙ୍ଗେ; ସହାୟତା କାର୍ଯ୍ୟ ତ୍ୱରାନ୍ୱିତ କରିବାକୁ…

ଭଞ୍ଜନଗର୧୨।୧୧ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ଗତ ୨୮ ଓ ୨୯ ତାରିଖରେ ହୋଇଥିବା ପ୍ରଳୟଙ୍କରୀ ବନ୍ୟା ପରେ ଚାଲିଥିବା ରିଲିଫ୍ ଓ ପୁନରୁଦ୍ଧାର କାର୍ଯ୍ୟର ସମୀକ୍ଷା କରିଛନ୍ତି ବ୍ରହ୍ମପୁର ରାଜସ୍ୱ ଡିଭିଜନାଲ କମିଶନର (ଆରଡିସି) ବିଜୟ ଅମୃତା କୁଲାଙ୍ଗେ। ଗୁରୁବାର ସେ ଭଞ୍ଜନଗର ଗସ୍ତ କରି କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କରିବା ସହ ବିଭିନ୍ନ ବିଭାଗର ଅଧିକାରୀଙ୍କ ସହ ସମୀକ୍ଷା ବୈଠକ କରିଛନ୍ତି। ବିପର୍ଯ୍ୟୟ ପରବର୍ତ୍ତୀ ସହାୟତା ଓ ପୁନରୁଦ୍ଧାର କାର୍ଯ୍ୟକୁ ତ୍ୱରାନ୍ୱିତ କରି ପ୍ରଭାବିତ ଲୋକଙ୍କୁ ତୁରନ୍ତ ଆବଶ୍ୟକ ସହାୟତା ଯୋଗାଇଦେବାକୁ ଆରଡିସି ନିର୍ଦ୍ଦେଶ ଦେଇଛନ୍ତି। ଏହି ବୈଠକରେ ଉପଜିଲ୍ଲାପାଳ ଉମା ଶଙ୍କର ବେହେରା, ବିଡିଓ ଭାରତୀ ଦେବୀ ଓ ତହସିଲଦାର ଅଭିପ୍ସା ପଟ୍ଟନାୟକଙ୍କ ସମେତ ଅନ୍ୟାନ୍ୟ ପଦାଧିକାରୀ ଉପସ୍ଥିତ ଥିଲେ।

ଅନ୍ୟପକ୍ଷରେ, ଭଞ୍ଜନଗର ସମ୍ମିଳିତ ବନ ପରିବାର ପକ୍ଷରୁ ଏକ ମହତ ମାନବିକ ପଦକ୍ଷେପ ଗ୍ରହଣ କରାଯାଇଛି। ପ୍ରତିବର୍ଷ ଧୁମଧାମରେ କାଳୀପୂଜା ପାଳନ କରୁଥିବା ବନ ପରିବାର ଚଳିତ ବର୍ଷ ବନ୍ୟା ବିପତ୍ତି ଯୋଗୁଁ ନିରାଡମ୍ବର ଭାବେ ପୂଜା ପାଳନ କରି ବଳକା ଅର୍ଥରେ ବିପନ୍ନଙ୍କୁ ସହାୟତା କରିଛନ୍ତି। ଗୁରୁବାର ଡିଏଫ୍‌ଓ ହିମାଂଶୁ ଶେଖର ମହାନ୍ତିଙ୍କ ଉପସ୍ଥିତିରେ ବ୍ଲକର ସର୍ବାଧିକ କ୍ଷତିଗ୍ରସ୍ତ ବାଉଁଶଲୁଣ୍ଡି ଓ ଗମ୍ଭାରୀଗୋଛା ଗ୍ରାମର ଶତାଧିକ ପରିବାରକୁ ବାସନକୁସନ ଓ କମ୍ବଳ ସମେତ ଅତ୍ୟାବଶ୍ୟକୀୟ ସାମଗ୍ରୀ ବଣ୍ଟନ କରାଯାଇଛି। ବନ ବିଭାଗର ଏହି ପ୍ରୟାସକୁ ସ୍ଥାନୀୟ ଅଞ୍ଚଳରେ ଉଚ୍ଚ ପ୍ରଶଂସା କରାଯାଇଛି।

ସେହିପରି ବନ୍ୟାରେ ସର୍ବାଧିକ କ୍ଷତିଗ୍ରସ୍ତ ହୋଇଥିବା ବାଉଁଶଲୁଣ୍ଡି ମଶାଣି ସାହିବାସୀଙ୍କୁ ପୂର୍ବରୁ ଭଞ୍ଜନଗର ପୋଲିସ ପକ୍ଷରୁ ପରିବାର ପିଛା ୧୦ ହଜାର ଟଙ୍କା, ମ୍ୟୁନିସିପାଲିଟି ପକ୍ଷରୁ ୨ ହଜାର ଟଙ୍କା ସହ ରନ୍ଧାଖାଦ୍ୟ ଏବଂ ବିଭିନ୍ନ ଦାତବ୍ୟ ଅନୁଷ୍ଠାନ ପକ୍ଷରୁ ସହାୟତା ଯୋଗାଇ ଦିଆଯାଇଛି। ତେବେ ସରକାରଙ୍କ ଘୋଷଣା ମୁତାବକ ପ୍ରତି ବିପନ୍ନ ପରିବାରକୁ ମିଳିବାକୁ ଥିବା ଏକ ବସ୍ତା ଚାଉଳ ଓ ୨୫୦୦ ଟଙ୍କା ଆଜି ପର୍ଯ୍ୟନ୍ତ ମଶାଣି ସାହିରେ ପହଞ୍ଚି ପାରିନଥିବାରୁ ସ୍ଥାନୀୟ ଲୋକଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଛି।

ଏ ସମ୍ପର୍କରେ ଭଞ୍ଜନଗର ବିଡିଓ ଭାରତୀ ଦେବୀ ସ୍ପଷ୍ଟୀକରଣ ଦେଇ କହିଛନ୍ତି ଯେ, ବନ୍ୟା ଯୋଗୁ ବାଉଁଶଲୁଣ୍ଡି ପଞ୍ଚାୟତ ଗୋଦାମ ଗୃହ କ୍ଷତିଗ୍ରସ୍ତ ହେବା ସହ ସେଠାରେ ମହଜୁଦ୍ ଥିବା ଚାଉଳ ନଷ୍ଟ ହୋଇଯାଇଥିଲା। ଗୁରୁବାର ନଷ୍ଟ ଚାଉଳକୁ ଗୋଦାମରୁ ବାହାର କରାଯାଇଛି ଏବଂ ଆସନ୍ତା ଦିନେ ଦୁଇଦିନ ମଧ୍ୟରେ ନୂଆ ଚାଉଳ ପହଞ୍ଚିବା ପରେ ମଶାଣି ସାହିରେ ବଣ୍ଟନ କରାଯିବ। ପଞ୍ଚାୟତର ଅନ୍ୟ ଗ୍ରାମଗୁଡ଼ିକରେ ଗତ ୩ ଦିନ ହେବ ଚାଉଳ ବଣ୍ଟନ ଜାରି ରହିଛି ବୋଲି ସେ ସୂଚନା ଦେଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଘୋଷଣା କରି ଚମକାଇଦେଲେ ବିଧାୟକ ସାରଦା, ରାଉରକେଲା ରାଜନୀତିରେ ଚର୍ଚ୍ଚା

ଭୁବନେଶ୍ବର,୧୨।୧୧: ବଡ଼ ଘୋଷଣା କଲେ ରାଉରକେଲା ବିଧାୟକ ସାରଦା ନାୟକ । ୨୦୨୯ ନିର୍ବାଚନ ଲଢ଼ିବେ ନାହିଁ ବୋଲି ସେ ଘୋଷଣା କରିଛନ୍ତି । ସ୍ୱାସ୍ଥ୍ୟଗତ ସମସ୍ୟା…

ସେୟାର ବଜାରରେ ଏଣ୍ଟ୍ରି ମାରିବ ହଳଦୀରାମ! ୧୦,୦୦୦ କୋଟି ଟଙ୍କାର IPO ଆଣିବାକୁ ପ୍ରସ୍ତୁତି ଆରମ୍ଭ

ନୂଆଦିଲ୍ଲୀ,୧୨।୧୧: ପାରମ୍ପରିକ ଭାରତୀୟ ମିଠା ଏବଂ ନମକିନ୍ ପ୍ରସ୍ତୁତକାରୀ ପ୍ରମୁଖ କମ୍ପାନୀ ‘ହଳଦୀରାମ ସ୍ନାକ୍ସ ଫୁଡ୍’ ଏହାର ଇନିସିଆଲ୍ ପବ୍ଲିକ୍ ଅଫରିଂ (IPO) ପ୍ରକ୍ରିୟାକୁ ଆନୁଷ୍ଠାନିକ ଭାବେ…

ନ୍ୟୁଜିଲାଣ୍ଡ ବିପକ୍ଷ ଦିନିକିଆରେ ଭାରତର ଅଧିନାୟକ ହେବେ ଏହି ଖେଳାଳି, ରଚିବେ ଇତିହାସ

ନୂଆଦିଲ୍ଲୀ,୧୨।୧୧: ନ୍ୟୁଜିଲାଣ୍ଡ ବିପକ୍ଷ ଆଗାମୀ ୪ର୍ଥ ଓ ୫ମ ଦିନିକିଆ ମ୍ୟାଚ୍‌ରେ ଭାରତୀୟ ଦଳର ନେତୃତ୍ୱ ନେବେ ଶ୍ରେୟସ ଆୟର । ପ୍ରଥମ ୩ଟି ମ୍ୟାଚ୍‌ରେ ନିୟମିତ…

ବରଗଡ଼ରେ ମଧୁବାବୁ ପେନ୍‌ସନ୍‌ ଯୋଜନାର ଶୁଭାରମ୍ଭ: ୧୫୨୭୭ ଜଣଙ୍କୁ ପେନ୍‌ସନ୍‌ ବାଣ୍ଟିଲେ ମନ୍ତ୍ରୀ

ବରଗଡ଼,୧୨ା୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଯଦୁମଣି ଅଡିଟୋରିୟମରେ ଗୁରୁବାର ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଦ୍ବାରା ଆୟୋଜିତ ଜିଲାସ୍ତରୀୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଉକ୍ତ କାର୍ଯ୍ୟକ୍ରମରେ…

ଟେଷ୍ଟ କ୍ରିକେଟ ଇତିହାସରେ ପ୍ରଥମଥର! ପାକିସ୍ତାନର ୪ ଖେଳାଳି କଲେ ଏମିତି କାରନାମା, ଚାରିଆଡେ ପଡିଗଲା ଚହଳ

ନୂଆଦିଲ୍ଲୀ, ୧୨।୧୧: ପାକିସ୍ତାନ ଓ ଶ୍ରୀଲଙ୍କା ମଧ୍ୟରେ ରାୱଲପିଣ୍ଡି କ୍ରିକେଟ ଷ୍ଟାଡିୟମରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ପାକିସ୍ତାନର ଯୁବ ଖେଳାଳିମାନେ ବିଶ୍ୱ କ୍ରିକେଟ ଇତିହାସରେ ଏକ…

ବିବାହ ଖୁସି ଭିତରେ ଆଉ ଏକ ବଡ଼ ଖବର: କାବ୍ୟା ମାରାନଙ୍କୁ ମିଳିଲା ୫୮୫ କୋଟିର ଉପହାର, ଗୋଟିଏ ଦିନରେ ବଢ଼ିଲା…

ନୂଆଦିଲ୍ଲୀ, ୧୨।୧୧: କାବ୍ୟା ମାରାନଙ୍କୁ କିଏ ବା ନ ଜାଣେ! ଆଇପିଏଲ ଟିମ ସନରାଇଜର୍ସ ହାଇଦ୍ରାବାଦର ମାଲିକାଣୀ ହେବା ସହ ଦେଶର ବଡ଼ ମିଡିଆ ଗ୍ରୁପ ସନ…

ଥରେ ରିଚାର୍ଜରେ ଆଉ ଗୋଟିଏ ପୂରା ଫ୍ରି! ୫୬ ଦିନ ଯାଏ ଆଉ କରିବାକୁ ପଡିବନି ରିଚାର୍ଜ

ଏୟାରଟେଲ (Airtel) ବ୍ୟବହାରକାରୀମାନଙ୍କ ପାଇଁ ଏକ ଭଲ ଖବର ସାମ୍ନାକୁ ଆସିଛି। କମ୍ପାନୀ କଥିତ ଭାବରେ ଏହାର କିଛି ପ୍ରିପେଡ ପ୍ଲାନରେ ’1+1 ରିଚାର୍ଜ ଫ୍ରି’ ଅଫର୍‌…

ପୁଣି ଖୋଲିବ ବରଗଡ଼ ସମବାୟ ଚିନିକଳ! ପୁନରୁଦ୍ଧାର ପାଇଁ ଅମିତ ଶାହାଙ୍କ ପ୍ରତିଶ୍ରୁତି; ବାୟୋ-ଇଥାନଲ୍ ପ୍ରକଳ୍ପ ଉଦ୍‌ଘାଟନ ପାଇଁ…

ବରଗଡ଼,୧୨।୧୧(ପ୍ରେମାନନ୍ଦ ଖମାରୀ): ବନ୍ଦ ପଡ଼ିଥିବା ବରଗଡ଼ ସମବାୟ ଚିନିକଳର ପୁନରୁଦ୍ଧାର ପାଇଁ କେନ୍ଦ୍ର ଗୃହ ଓ ସମବାୟ ମନ୍ତ୍ରୀ ଅମିତ ଶାହା ପ୍ରତିଶ୍ରୁତି ଦେଇଛନ୍ତି। ବରଗଡ଼ MP…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?