ବ୍ରହ୍ମପୁର ରିଙ୍ଗ୍‌ ରୋଡ ପ୍ରକଳ୍ପକୁ କ୍ୟାବିନେଟ୍‌ ମଞ୍ଜୁରୀ

ଭୁବନେଶ୍ୱର,୧୪।୧୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ରାଜ୍ୟ କ୍ୟାବିନେଟ ବୈଠକରେ ୧୧ଟି ବିଭାଗର ମୋଟ ୧୨ଟି ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦନ ମିଳିଛି। ମଙ୍ଗଳବାର ସେ ବହ୍ମପୁର ରିଙ୍ଗ୍‌ ରୋଡ ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି। ଏହି ପ୍ରୋଜେକ୍ଟ ଦ୍ୱାରା ବ୍ରହ୍ମପୁର, ଛତ୍ରପୁର ଓ ଗୋପାଳପୁର ଟାଉନରେ ସୁବିଧାରେ ଗମନାଗମନ ସହ ଟ୍ରାଫିକ ବବସ୍ଥା ହୋଇପାରିବ। ସେହିପରି ଗଞ୍ଜାମ ଜିଲା ଅଧିନସ୍ଥ ଧାରାକୋଟେ ବ୍ଲକର ଜାନିଭିଲି ଗ୍ରାମ ନିକଟରେ ଋଷିକୂଲ୍ୟା ନଦୀ ଉପରେ ଜାନିଭିଲି ନାମକ ଏକ ବ୍ୟାରେଜ ନିର୍ମାଣ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏହି ପ୍ରକଳ୍ପର ନିର୍ମାଣ ପାଇଁ ୮୬.୫୪କୋଟି ଏବଂ ପାଞ୍ଚ ବର୍ଷ ପର୍ଯ୍ୟନ୍ତ ରକ୍ଷଣାବ୍ୟକ୍ଷଣ ନିମିତ୍ତ ୧ କୋଟି ଟଙ୍କାର ଟେଣ୍ଡରକୁ କ୍ୟାବିନେଟ ଅନୁମୋଦନ କରିଛି । ପ୍ରକଳ୍ପଟିକୁ ୨ବର୍ଷ ମଧ୍ୟରେ ସମ୍ପୂର୍ଣ୍ଣ କରିବାକୁ ଲକ୍ଷ୍ୟ ରଖାଯାଇଛି । ଜଳ ସମ୍ପଦ ବିଭାଗ ପକ୍ଷରୁ ଦିଆଯାଇଥିବା ଏହି ପ୍ରସ୍ତାବକୁ କ୍ୟାବିନେଟରେ ମଞ୍ଜୁରୀ ପ୍ରଦାନ କରାଯାଇଛି।
ଏହି ପ୍ରକଳ୍ପରେ ଜଳ ଗର୍ଭସ୍ଥ ଯାନ୍ତ୍ରିକ କାର୍ଯ୍ୟ, ବିଦ୍ୟୁତ ସଂଯୋଗୀକରଣ, ରାସ୍ତା ସଂଯୋଗୀକରଣ ଓ କର୍ମଚାରୀ ନିବାସ ଆଦି ନିର୍ମାଣ କରାଯିବ। ଉକ୍ତ ପ୍ରକଳ୍ପଟି ଗଞ୍ଜାମ ଜିଲାର ୫୨,୬୭୫ ହେକ୍ଟର ଚାଷଜମିକୁ ଜଳସେଚନ ସୁବିଧା ଯୋଗାଇଦେବା ସହିତ ବ୍ରହ୍ମପୁର ମହାନଗର ନିଗମକୁ ୬୭.୫ ମିଲିୟନ ଲିଟର ପାନୀୟ ଜଳ ପ୍ରତିଦିନ ଉପଲବ୍ଧ କରାଇବ । ଏହାଛଡା ପ୍ରକଳ୍ପଟି ୩୨ ହେକ୍ଟର ଅଞ୍ଚଳରେ ମାଛ ଚାଷ ସୁବିଧା ପ୍ରଦାନ କରିବା ସହିତ ଭୂତଳ ଜଳର ପୁନଃଭରଣ ଓ ପରିବେଶ ସନ୍ତୁଳନ ରକ୍ଷା କରିବାରେ ସହାୟକ ହେବ ।

 


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri