ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ କୁଳପତିଙ୍କୁ ୧୪ ଲକ୍ଷ ଠକେଇ ଘଟଣା ଗୁଜରାଟରୁ ଦୁଇ ସାଇବର ଠକ ଗିରଫ

ବ୍ରହ୍ମପୁର,୧୨ା୪: (ସୁବାସ ପାଢ଼ୀ): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ଗୀତାଞ୍ଜଳି ଦାଶଙ୍କୁ ଗତ ଫେବୃଆରୀ ମାସରେ ଡିଜିଟାଲ ଆରେଷ୍ଟ ଭୟ ଦେଖାଇ ସାଇବର ଗ୍ୟାଙ୍ଗ ୧୪ ଲକ୍ଷ ଟଙ୍କା ନେଇଯାଇଥିଲେ। ଏନେଇ କୁଳପତିଙ୍କ ଅଭିଯୋଗକ୍ରମେ ବ୍ରହ୍ମପୁର ଏସ୍‌ପିଙ୍କ ତତ୍ତ୍ୱାବଧାନରେ ଏକ ଟିମ୍‌ ଗଠନ କରାଯାଇଥିଲା। ଏହି ଟିମ୍‌ ଉକ୍ତ ଠକେଇର ଚେର ଗୁଜୁରାଟଯାଏ ଲମ୍ବିଥିବା ଏବଂ ଠକମାନେ ସେଠାରେ ଥିବା ସୂଚନା ପାଇବା ପରେ ଏସ୍‌ଆଇ ଜ୍ୟୋତି ରଞ୍ଜନ ବେହେରାଙ୍କ ନେତୃତ୍ୱରେ ପୋଲିସ ଟିମ୍‌ ଗୁଗୁରାଟ ଯାଇ ତଦନ୍ତ କରି ଗୁଜୁରାଟର ନିଲମବାଗ ଥାନା ଅନ୍ତର୍ଗତ ଭାବାନଗରରୁ ଦୁଇଜଣ ଯୁବକଙ୍କୁ ଗିରଫ କରିଛି। ସେମାନେ ହେଲେ ଭୂତେୟା ଜେନିଲ ଜୟସୁଖଭାଇ (୨୩) ଓ ବିଶ୍ୱଜିତସିନା ଗୋହିଲ(୨୧)। ବ୍ରହ୍ମପୁର ସାଇବର ଓ ଅର୍ଥନୈତିକ ଶାଖା ମାମଲା ନଂ.୧୫/୨୫ରେ ଉଭୟଙ୍କୁ ସେଠାରୁ ସ୍ଥାନୀୟ ପୋଲିସ ସହାୟତାରେ ଟିମ୍‌ ଗିରଫ କରିଥିବା ଜଣାପଡିଛି। ସେଠାକାର ଭାବାନଗର ମୁଖ୍ୟ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ(ସିଜେଏମ୍‌)ଙ୍କ କୋର୍ଟରେ ହାଜର କରି ଟ୍ରାଞ୍ଜିଟ ରିମାଣ୍ଡରେ ଉଭୟ ଅଭିଯୁକ୍ତଙ୍କୁ ବ୍ରହ୍ମପୁର ଅଣାଯାଇଥିଲା। ପୋଲିସ ଅଭିଯୁକ୍ତଙ୍କ ନିକଟରୁ ଘଟଣା ବେଳେ ସାଇବର ଅପରାଧରେ ବ୍ୟବହୃତ ବିଭିନ୍ନ ମେଶିନ, ମୋବାଇଲ, ସିମ୍‌ କାର୍ଡ, ଆଧାର କାର୍ଡ ଜବତ କରିଥିବା ଶନିବାର ଏସ୍‌ପି ଡା. ସର୍ବଣା ବିବେକ ଏମ୍‌. ଏକ ପ୍ରେସ୍‌ନୋଟ ଜରିଆରେ ସୂଚନା ଦେଇଛନ୍ତି। ଦୁଇ ଅଭିଯୁକ୍ତଙ୍କୁ ବ୍ରହ୍ମପୁର ଏସ୍‌ଡିଜେଏମ୍‌ଙ୍କ କୋର୍ଟରେ ହାଜର କରାଯାଇଛି। ପରେ ସେମାନଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଯାଇଛି। ଏନେଇ ନଂ. ୧୫/୨୫ରେ ଏକ ମାମଲା ରୁଜୁ କରି ପୋଲିସ ଘଟଣାର ତଦନ୍ତ ଜାରି ରଖିଛି।
ମାମଲାରୁ ପ୍ରକାଶ, କୁଳପତି ଦାଶଙ୍କୁ ଗତ ଫେବୃଆରୀ ୧୨ରେ ଏକ ଅଜଣା ନମ୍ବରରୁ ଟେଲିଫୋନ ଆସିଥିଲା। ଫୋନ କରିଥିବା ବ୍ୟକ୍ତି ଜଣଙ୍କ ନିଜକୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଅଫିସର ଭାବେ ପରିଚୟ ଦେଇଥିଲେ। ଇଡି ପକ୍ଷରୁ ହୋଇଥିବା ଏକ ମାମଲାରେ କୁଳପତି ଦାଶଙ୍କ ନାମ ରହିଥିବା ଏବଂ ଉକ୍ତ ମାମଲାରେ ତାଙ୍କର ସମ୍ପୃକ୍ତି ଥିବା କହିଥିଲେ। କାନାରା ବ୍ୟାଙ୍କରେ ତାଙ୍କ ନାମରେ ଆକାଉଣ୍ଟ ଖୋଲାଯାଇ ସେଥିରେ କୋଟି କୋଟି ବେଆଇନ ଟଙ୍କା ଜମା କରାଯାଇଛି। ଏଣୁ ତାଙ୍କୁ ଡିଜିଟାଲ ଆରେଷ୍ଟ କରାଯାଇଛି ବୋଲି ଉକ୍ତ ନକଲି ଅଫିସର ଜଣଙ୍କ କୁଳପତି ଦାଶଙ୍କୁ କହିଥିଲେ। ଡିଜିଟାଲ ଆରେଷ୍ଟ ଶୁଣିବା ପରେ ଦାଶ ଭୟଭୀତ ହୋଇଯାଇଥିଲେ। ଏଥିରୁ ମୁକୁଳିବାକୁ ହେଲେ ୧୪ ଲକ୍ଷ ଟଙ୍କା ଦେବାକୁ ହେବ ବୋଲି ସାଇବର ଠକମାନେ କହିଥିଲେ। ପରେ ସେ ଠକ ଗ୍ୟାଙ୍ଗ ଦେଇଥିବା ଆକାଉଣ୍ଟରେ ନିଜ ଆକାଉଣ୍ଟର ଚେକ୍‌ ଜରିଆରେ ୧୪ ଲକ୍ଷ ଟଙ୍କା ପଠାଇ ଦେଇଥିଲେ। ପରେ କୁଳପତି ଦାଶ ଠକେଇର ଶିକାର ହୋଇଥିବା ଜାଣିପାରି ଏନେଇ ଥାନାରେ ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ

ଭୁବନେଶ୍ୱର,୧୬।୩: ଓଡ଼ିଶା ପାଇଁ ଏକ ବଡ଼ ଖବର। ରାଜ୍ୟରେ ଗଡ଼ିବ ବିକାଶର ଗାଡ଼ି। ପଶ୍ଚିମବଙ୍ଗର ଖଡ଼ଗପୁରରୁ ଆନ୍ଧ୍ରପ୍ରଦେଶର ବିଜୟୱାଡାକୁ ସଂଯୋଗ କରୁଥିବା ହାଇସ୍ପିଡ୍ କରିଡର ଏବେ ଓଡ଼ିଶାର…

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଗୋଟେ ଚୁଟ୍‌କିରେ ବଦଳିଗଲା ରାଜ୍ୟ ସଭା ଗଣିତ: କ’ଣ ଭାବିଥିଲେ, କ’ଣ ହେଲା…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ଭାଜପାର ମନମୋହନ ସାମଲ ଓ ସୁଜିତ କୁମାର ବିଜୟୀ ହୋଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri