ଡାକ୍ତରଙ୍କୁ ମାଡ଼ ଘଟଣାରେ କାର୍ଯ୍ୟାନୁଷ୍ଠାନ: ଜଣେ ଆସିଷ୍ଟାଣ୍ଟ ପ୍ରଫେସର-୩ ସିନିୟର ରେସିଣ୍ଟେଣ୍ଟ ଚାକିରିରୁ ବହିଷ୍କୃତ; ଜଣଙ୍କୁ ୬ ମାସ ହଷ୍ଟେଲ ମନା

ବ୍ରହ୍ମପୁର,୨୯।୧୨(ସୁବାସ ଚନ୍ଦ୍ର ପାଢ଼ୀ):ମହାରାଜା କୃଷ୍ଣଚନ୍ଦ୍ର ଗଜପତି( ଏମ୍‌କେସିଜି) ମେଡିକାଲ କଲେଜ ଓ ହସ୍ପିଟାଲର ଜଣେ ପିଜି ଡାକ୍ତରଙ୍କୁ କିଛି ବରିଷ୍ଠ ଡ଼ାକ୍ତର ମାଡ ମାରିବା ଏଂ ଶିଶୁ ବିଭାଗ ମୁଖ୍ୟଙ୍କୁ ଦୁର୍ବ୍ୟବହାର କରିବା ଘଟଣାରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯାଇଛି । ଆକ୍ରମଣରେ ସଂପୃକ୍ତ ଥିବା ଜଣେ ଆସିଷ୍ଟାଣ୍ଟ ପ୍ରଫେସର ଓ ୩ ଜଣ ସିନିୟର୍‌ ରେସିଡେଣ୍ଟଙ୍କୁ ଚାକିରିରୁ ବହିଷ୍କୃତ କରାଯାଇଥିବା ବେଳେ ଜଣେ ପିଜି ଡାକ୍ତରଙ୍କୁ ୬ ମାସ ପାଇଁ ହଷ୍ଟେଲ ମନା ହୋଇଛି । ଚାକିରିରୁ ବହିଷ୍କୃତ ହୋଇଥିବା ଡାକ୍ତର ହେଲେ ଅସ୍ଥିଶଲ୍ୟ ବିଭାଗର ଆସିଷ୍ଟାଣ୍ଟ ପ୍ରଫେସର ଡ଼ା. ପୁରୁଷୋତ୍ତମ ସ୍ବାଇଁ, ଏସ୍‌ଆର ଡ଼ା ଆର୍ଯ୍ୟାନ କୁମାର ମହାନ୍ତି ଓ ଡ଼ା ଚିନ୍ମୟ ପ୍ରଧାନ ଏବଂ ଶଲ୍ୟ ଚିକିତ୍ସା ବିଭାଗର ଏସ୍‌ଆର ଡ଼ା ଯଶୋବନ୍ତ ବିରା । ସେହିପରି ଅସ୍ଥିଶଲ୍ୟ ବିଭାଗ ଦ୍ୱିତୀୟ ବର୍ଷ ପିଜି ଡା ପ୍ରୀୟଜିତ ସାହୁଙ୍କୁ ୬ ମାସ ହଷ୍ଟେଲ ବାରଣ କରାଯାଇଛି।

ସୂଚନାପ୍ରକାରେ, ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଶିଶୁ ବିଭାଗର ପିଜି ଡାକ୍ତର ଭି. ରଜନୀକାନ୍ତଙ୍କୁ ଗତ ୨୧ ତାରିଖରେ ପିଜି ହଷ୍ଟେଲ-୩ କୁ ଡାକି ଉପରୋକ୍ତ ଡାକ୍ତରମାନେ ମାଡ଼ ମାରିଥିଲେ। ଏପରିକି ଶିଶୁ ବିଭାଗ ମୁଖ୍ୟ ତଥା ମେଡ଼ିକାଲ କଲେଜ ଉପାଧ୍ୟକ୍ଷ ବୁଝାସୁଝା କରିବାକୁ ଯାଇଥିବା ବେଳେ ଉପରୋକ୍ତ ଡାକ୍ତରମାନେ ତାଙ୍କୁ ଦୁର୍ବ୍ୟବହାର କରିଥିଲେ । ଘଟଣାକୁ ନେଇ କଲେଜ ଏକାଡେମୀକ୍‌ କାଉନସିଲ ବୈଠକ ବସିବା ସହ ସମସ୍ତ ଡାକ୍ତରଙ୍କ ନାଁରେ ବୈଦ୍ୟନାଥପୁର ଥାନାରେ ମାମଲା ରୁଜୁ ହୋଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

‘ଟ୍ରମ୍ପଙ୍କ ଦ୍ୱାରା ହୋଇପାରୁନି, ନିଜେ ଶେଷ କର ଯୁଦ୍ଧ’, କିଏ ସେହି ଜରିଫ ଯିଏ ସାରା ବିଶ୍ୱର ହିତରେ ଇରାନକୁ ଦେଲେ ବଡ଼ ଉପଦେଶ!

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ। ଗୋଟିଏ ପଟେ ଇରାନ ଏବଂ ଅନ୍ୟ ପଟେ ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଏହି ଗତିରୋଧରେ,…

IPL ନିଲାମରେ ମୁହଁମୋଡ଼ି ଦେଇଥିଲେ ସବୁ ଦଳ: ବଦଳ ଭାବେ ଆସି ଚମତ୍କାର କଲେ ଏହି କ୍ରିକେଟର୍‌

କୋଲକାତା,୩।୪: IPL 2026ର ଷଷ୍ଠ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଇଡେନ ଗାର୍ଡେନରେ ଏକ ଧମାକାଦାର ବ୍ୟାଟିଂ ପ୍ରଦର୍ଶନ କରି ୨୦ ଓଭରରେ ୨୨୬ ରନର ବିଶାଳ ସ୍କୋର…

ସାଙ୍ଗମାନଙ୍କ ସହ ନଦୀକୁ ଯାଇଥିଲେ ଗାଧୋଇବାକୁ, ଖସିଗଲା ଗୋଡ, ଘଟଣାସ୍ଥଳରେ…

ଧର୍ମଶାଳା,୩।୪(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ମିର୍ଜାପୁର ନିକଟରେ କେଲୁଅ ନଦୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁସାରେ କୁଆଖିଆ…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

‘ସକାରାତ୍ମକ ଚିନ୍ତାଧାରା ପ୍ରତି ସମସ୍ତେ ଗୁରୁତ୍ୱ ଦେବା ଆବଶ୍ୟକ’

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ କଲେଜ ପ୍ରାଣୀ ବିଜ୍ଞାନ ବିଭାଗ ପକ୍ଷରୁ ସ୍ବାସ୍ଥ୍ୟ ଜନିତ ବିପଦ…

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…

ନକଲି CID ଅଧିକାରୀ ଗିରଫ: ଶିକ୍ଷାନୁଷ୍ଠାନ, ବ୍ୟବସାୟୀଙ୍କୁ କରୁଥିଲେ ଟାର୍ଗେଟ

ଭୁବନେଶ୍ୱର,୩।୪: ରାଜଧାନୀର ଚନ୍ଦ୍ରଶେଖରପୁର ଥାନା ପୋଲିସକୁ ଶୁକ୍ରବାର ଏକ ସଫଳତା ମିଳିଛି। ଚନ୍ଦ୍ରଶେଖରପୁର ଥାନା ପୋଲିସ ଟିମ୍‌ ୮ଜଣ ନକଲି CID ଅଧିକାରୀଙ୍କୁ ଧରି ପଚରାଉଚରା କରୁଛି।…

ଆମେରିକା ନିକଟରେ ମୁଣ୍ଡ ନୁଆଁଇବାକୁ ସିଧା ମନା କଲା ଇରାନ

ତେହରାନ,୩।୪: ମଧ୍ୟପ୍ରାଚ୍ୟ ଗତ ୩୪ ଦିନ ଧରି ଯୁଦ୍ଧର ନିଆଁରେ ବୁଡ଼ି ରହିଛି। ଆମେରିକା ଏବଂ ଇସ୍ରାଏଲର ଆକ୍ରମଣ ସତ୍ତ୍ୱେ, ଇରାନ ଅଟଳ ରହିଛି ଏବଂ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri