ଆମ୍ବେଡକରଙ୍କ ନାମରେ ନାମିତ ହେବ ବରମୁଣ୍ଡା ବସ୍‌ଷ୍ଟାଣ୍ଡ

ଭୁବନେଶ୍ୱର,୫ା୨(ଅସମାପିକା ସାହୁ): ସମ୍ବିଧାନ ପ୍ରଣେତା ଡକ୍ଟର ଭୀମରାଓ ରାମଜୀ ଆମ୍ବେଡକରଙ୍କ ନାମରେ ନାମିତ ହେବ ନବନିର୍ମିତ ବରମୁଣ୍ଡା ବସ୍‌ଷ୍ଟାଣ୍ଡ। ଏନେଇ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି, ଡକ୍ଟର ଆମ୍ବେଡକର ଜଣେ ଦୂରଦର୍ଶୀ ନେତା ତଥା ସମର୍ପିତ ସମାଜ ସଂସ୍କାରକ ଥିଲେ। ସମାଜର ଦଳିତ ଓ ନିଷ୍ପେସିତଙ୍କ ପାଇଁ ସେ ଥିଲେ ଆଶାର ଆଲୋକ। ସମସ୍ତେ ଯେପରି ନ୍ୟାୟ ପାଇବେ, ସେ ଦିଗରେ ସାରା ଜୀବନ ସେ କାର୍ଯ୍ୟ କରିଥିଲେ। ତାଙ୍କ ଆଦର୍ଶ ଓ ଦେଶ ଗଠନରେ ମହାନ ଅବଦାନ ବିଷୟରେ ଜନସାଧାରଣଙ୍କୁ ସଚେତନ କରିବା ପାଇଁ ବରମୁଣ୍ଡା ବସଷ୍ଟାଣ୍ଡରେ ୯୦୦ ବର୍ଗ ଫୁଟ ଅଞ୍ଚଳରେ ଏକ ସତନ୍ତ୍ର ଗ୍ୟାଲେରି ନିର୍ମାଣ କରାଯିବ। ଡିଜିଟାଲ ଜ୍ଞାନକୌଶଳର ବ୍ୟବହାର ଜରିଆରେ ଡକ୍ଟର ଆମ୍ବେଡକରଙ୍କ ଜୀବନୀ ଓ ଆଦର୍ଶକୁ ଏଠାରେ ସୁନ୍ଦର ଭାବରେ ଉପସ୍ଥାପିତ କରାଯିବ। ବରମୁଣ୍ଡାରେ ୧୫.୫ ଏକର ପରିମିତ ଜମିରେ ନୂଆ ବସଷ୍ଟାଣ୍ଡ ନିର୍ମାଣ କରାଯାଇଛି। ଏଠାରେ ଯାତ୍ରୀମାନଙ୍କ ପାଇଁ ବିଭିନ୍ନ ସୁବିଧା ସୁଯୋଗ କରାଯାଇଛି। ଏହି ବସଷ୍ଟାଣ୍ଡ ଦୈନିକ ୩୦ ହଜାର ଯାତ୍ରୀଙ୍କ ପରିବହନର ମୁଖ୍ୟ ମାଧ୍ୟମ ହେବ। ଏହାକୁ ଦୃଷ୍ଟିରେ ରଖି ଏଠାରେ ଯାତ୍ରୀମାନଙ୍କ ପାଇଁ ବିଭିନ୍ନ ସୁବିଧାସୁଯୋଗର ବିକାଶ କରାଯିବା ସହ ନିରାପତ୍ତା ପ୍ରତି ମଧ୍ୟ ସ୍ଵତନ୍ତ୍ର ଧ୍ୟାନ ଦିଆଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

ଯୌତୁକ ନିର୍ଯ୍ୟାତନାରୁ ମହିଳାଙ୍କ ଆତ୍ମହତ୍ୟା ଘଟଣା: ୫ ମାସ ପରେ ଅଭିଯୁକ୍ତ ସ୍ବାମୀ ଗଲେ ଜେଲ  

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ ୱାର୍ଡ ଆନନ୍ଦ ନଗର ର ବିଶ୍ଵନାଥ ମହାରଣାଙ୍କ ଝିଅ ଉଷାରାଣୀ ମହାରଣା ସ୍ବାମୀ ଓ…

ଇତିହାସ ରଚିଲେ ଭାରତର ସୁନା ଝିଅ, ହକି ଇଣ୍ଡିଆ କଲା ନୋଟ୍ ବର୍ଷା!

ନୂଆଦିଲ୍ଲୀ,୨।୧୦: ଏସୀୟ କ୍ରୀଡ଼ାରେ ଭାରତୀୟ ମହିଳା ହକି ଦଳ ଇତିହାସ ସୃଷ୍ଟି କରିଛି। ଫାଇନାଲ୍ ମ୍ୟାଚ୍‌ରେ ଡିଫେଣ୍ଡିଂ ଚାମ୍ପିଅନ୍ ଚାଇନାକୁ ୧-୦ ଗୋଲ୍‌ରେ ପରାସ୍ତ କରି ସଲିମା…

ହାଇ ଆଲର୍ଟ: ଜିଲାରେ ଝାଡ଼ଖଣ୍ଡ ଓ ବାହାର ରାଜ୍ୟର ଅପରାଧୀ, ସତର୍କ ରହିବାକୁ ପୋଲିସର ଅପିଲ୍

ହାଟଡିହୀ/ଛେନାପଦୀ, ୨।୧୦ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲାରେ ଝାଡ଼ଖଣ୍ଡ ସମେତ ବାହାର ରାଜ୍ୟର ଅପରାଧୀ ଗ୍ୟାଙ୍ଗର ଗତିବିଧି ନଜରକୁ ଆସିବା ପରେ ଜିଲା ପୋଲିସ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?