ମାର୍ଚ୍ଚ ସୁଦ୍ଧା ବରମୁଣ୍ଡା ଆଇଏସ୍‌ବିଟି

ଭୁବନେଶ୍ବର,୧୨ା୧୨(ବ୍ୟୁରୋ): ପାଖେଇ ଆସୁଛି ହକି ବିଶ୍ୱକପ୍‌। ଜାନୁୟାରୀରେ ଆୟୋଜିତ ହେବାକୁ ଥିବା ଏହି ଅନ୍ତର୍ଜାତୀୟ ପ୍ରତିଯୋଗିତାକୁ ସଫଳ କରିବା ପାଇଁ ରାଜ୍ୟ ସରକାର ଜୋର୍‌ସୋର୍‌ରେ ଚଳାଇଛନ୍ତି ପ୍ରସ୍ତୁତି। ଏହି ବିଶ୍ୱସ୍ତରୀୟ ଟୁର୍ନାମେଣ୍ଟରେ ଭୁବନେଶ୍ୱର ଫୋକ୍‌ସରେ ରହିବ। ତେଣୁ ରାଜଧାନୀକୁ ସୁସଜ୍ଜିତ କରାଯାଉଛି। ନିର୍ଦ୍ଧାରିତ ସମୟରେ ଯେପରି ସମସ୍ତ କାର୍ଯ୍ୟ ସରିବ, ସେଥିଲାଗି ଜୋର୍‌ ଦିଆଯାଉଥିବାବେଳେ ରବିବାର ଉନ୍ନୟନମୂଳକ କାମର ସମୀକ୍ଷା କରିଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର। ବରମୁଣ୍ଡାରେ ନିର୍ମାଣଧୀନ ଆନ୍ତଃରାଜ୍ୟ ବସ୍‌ ଟର୍ମିନାଲ (ଆଇଏସ୍‌ବିଟି), ବିଏମ୍‌ସି ଆଇସିଓଏମ୍‌ସି କୋଠା ଏବଂ ଶହୀଦନଗରସ୍ଥିତ ବହୁତଳ କାର୍‌ ପାର୍କିଂ କୋଠା ଆଦି ବୁଲି ଦେଖିଛନ୍ତି। ଭୁବନେଶ୍ବର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ଉପାଧ୍ୟକ୍ଷ ବଲୱନ୍ତ ସିଂ, ଭୁବନେଶ୍ବର ମହାନଗର ନିଗମ (ବିଏମସି) କମିଶନର ବିଜୟ ଅମୃତା କୁଲାଙ୍ଗେ ଉପସ୍ଥିତ ଥିଲେ। ବିଭାଗୀୟ ଅଧିକାରୀଙ୍କ ସହ ମୁଖ୍ୟ ଶାସନ ସଚିବ ଆଲୋଚନା କରିବା ସହ ଏବଂ ନିର୍ଦ୍ଧାରିତ ସମୟରେ ପ୍ରକଳ୍ପ ଶେଷ କରିବାକୁ ନିର୍ଦ୍ଦଶ ଦେଇଛନ୍ତି। ବିଡିଏ ତତ୍ତ୍ୱାବଧାନରେ ୧୫.୫ ଏକର ଜମିରେ ବରମୁଣ୍ଡା ଆଇଏସବିଟି ପ୍ରକଳ୍ପ କାମ ଚାଲିଛି। ଯାତ୍ରୀଙ୍କ ସୁବିଧା, କାର୍ଯ୍ୟାଳୟ ପାଇଁ ସ୍ଥାନ, ପାର୍କିଂ, ଫୁଡକୋର୍ଟ, ରେଷ୍ଟୁରାଣ୍ଟ, କମର୍ସିଆଲ ସ୍ପେସ୍‌ ଆଦି ଏଠାରେ ରହିବ। ଆସନ୍ତା ମାର୍ଚ୍ଚ ସୁଦ୍ଧା କାର୍ଯ୍ୟ ଶେଷ କରିବାକୁ ବିଡିଏ ଅଧିକାରୀଙ୍କୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି।
ଶହୀଦନଗର ବହୁତଳ କାର୍‌ ପାର୍କିଂ କୋଠାରୁ ବଜାର ପର୍ଯ୍ୟନ୍ତ ଯାତ୍ରୀଙ୍କ ନିରାପଦ ଯାତାୟାତ ପାଇଁ ନୋ-ପାର୍କିଂ ଜୋନ୍‌ କାର୍ଯ୍ୟକାରୀ କରିବାକୁ ବିଏମ୍‌ସି ଏବଂ ଭୁବନେଶ୍ବର ସ୍ମାର୍ଟ ସିଟି ଅଧିକାରୀଙ୍କୁ କୁହାଯାଇଛି। ସତ୍ୟନଗର, ଶହୀଦନଗର ଏବଂ ଖାରବେଳ ନଗର ଅଞ୍ଚଳରେ ଶିଶୁଙ୍କ ପାଇଁ ପାର୍କ, ସାଇକେଲ୍‌ ଟ୍ରାକ୍‌, ୱାକିଂ ଟ୍ରାକ୍‌ ଆଦି ବିଭିନ୍ନ ସୁବିଧା କରାଯିବାକୁ ଯୋଜନା ରହିଛି। ମୁଖ୍ୟ ଶାସନ ସଚିବ ସାଉଥ୍‌ ଲେକ୍‌ ଜୋନ୍‌ ପରିଦର୍ଶନ କରିବା ସହ ମୁଖ୍ୟ ରାସ୍ତା ପାଶର୍‌ବରେ ପାର୍କିଂ ସ୍ଥାନର ବିକାଶ କରିବାକୁ ପରାମର୍ଶ ଦେଇଛନ୍ତି। ଏହି ଅବସରରେ ସେ ଜନପଥରେ ୧୨ ମହଲା ବିଶିଷ୍ଟ ବିଏମ୍‌ସି ଆଇସିଓଏମ୍‌ସି କୋଠା, ହକି ବିଶ୍ବକପ୍‌ ପାଇଁ ସହରରେ ଜାରି ରହିଥିବା ଲ୍ୟାଣ୍ଡସ୍କେପିଂ, ଷ୍ଟ୍ରିଟ୍‌ ଆର୍ଟ କାର୍ଯ୍ୟ, କଳାଭୂମିରେ ଜାତୀୟସ୍ତରୀୟ ଚିତ୍ର ଶିବିର ଏବଂ ରାଜ୍ୟସ୍ତରୀୟ ଭାସ୍କର୍ଯ୍ୟକଳା ଶିବିର ପରିଦର୍ଶନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?