ଠାକୁରାଣୀ ଯାତ୍ରାର ଆକର୍ଷଣ ବଢ଼ାଉଛନ୍ତି ମାନସିକ ବେଶଧାରୀ, ଆଜି ସାବିତ୍ରୀ ଅମାବାସ୍ୟାରେ…

ଭଞ୍ଜନଗର,୧୬ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ଶନିବାର ୨୧ ଦିନରେ ପହଞ୍ଚିଛି। ଆଉ ୪ ଦିନ ପରେ ଯାତ୍ରା ଉଦ୍‌ଯାପିତ ହେବ। ଆଜି ଅର୍ଥାତ୍‌ ଶୁକ୍ରବାର ସାବିତ୍ରୀ ଅମାବାସ୍ୟା ଥିବାରୁ ଦେବୀଙ୍କ ଅସ୍ଥାୟୀ ମଣ୍ଡପ ସମ୍ମୁଖରେ ମହିଳାମାନେ ସାବିତ୍ରୀ ବ୍ରତ ପାଳନ କରିଥିଲେ। ତେଣୁ ମଣ୍ଡପ ସମ୍ମୁଖରେ ପ୍ରବଳ ଭିଡ଼ ହୋଇଥିଲା। ଅନ୍ୟପଟେ ମାନସିକ ବେଶଧାରୀ ଯାତ୍ରାର ଆକର୍ଷଣ ବଢ଼ାଉଛନ୍ତି । ଯାତ୍ରା ଶେଷ ପର୍ଯ୍ୟାୟରେ ପହଞ୍ଚିଥିବା ବେଳେ ସମସ୍ତଙ୍କ ସହଯୋଗରେ ଶାନ୍ତିଶୃଙ୍ଖଳାର ସହ ଯାତ୍ରା ଚାଲିଛି। ଆଜି ସନ୍ଧ୍ୟାରେ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ରଙ୍ଗମଞ୍ଚରେ ବିଶିଷ୍ଠ କଣ୍ଠଶିଳ୍ପୀ ସଞ୍ଜୁ ମହାନ୍ତି ଏବଂ ତାଙ୍କ ଟିମ୍‌ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିବେ। ଅନ୍ୟପଟେ ରବିବାର ଭଞ୍ଜନଗର ମ୍ୟୁନିସିପାଲିଟି ପକ୍ଷରୁ ଦେବୀଙ୍କୁ ନିମନ୍ତ୍ରଣ କରି ନିଆଯାଇଛି। ତେଣୁ ଆସନ୍ତାକାଲି ବିରାଟ ପଟୁଆର ବାହାରିବ। ଏଥିସହ ୧୮ ତାରିଖରେ ଭଞ୍ଜନଗର ଜଳସମ୍ପଦ ବିଭାଗ ପକ୍ଷରୁ ଦେବୀଙ୍କୁ ନିମନ୍ତ୍ରଣ କରାଯାଇଛି। ଉକ୍ତ ଦିନ ମଧ୍ୟ ବିରାଟ ପଟୁଆର ବାହାରିବ। ୧୯ ତାରିଖରେ ସିଂହବାହିନୀ ଯାତ୍ରା ନାଟକ ମଞ୍ଚସ୍ଥ କରିବ। ଦେବୀ ଅସ୍ଥାୟୀ ମଣ୍ଡପରୁ ବାହାରି ସିଂହ ବେଶ ଉପରେ ବସି ତହସିଲ କାର୍ଯ୍ୟାଳୟ ଛକ ପର୍ଯ୍ୟନ୍ତ ଆସିବେ। ସେଠାରୁ ଫେରି ପୁଣି ବିଶ୍ରାମ ନେବେ। ୨୦ରେ ଦେବୀ ଫେରିଯିବେ। ତେଣୁ ରବିବାର ଓ ସୋମବାର ଯାତ୍ରା ଦେଖିବାକୁ ସହରରେ ପ୍ରବଳ ଭିଡ଼ ହେବାର ସମ୍ଭାବନା ରହିଛି। ରବିବାର ମ୍ୟୁନିସିପାଲିଟି ପକ୍ଷରୁ ଦେବୀଙ୍କ ନିମନ୍ତ୍ରଣ ହୋଇଥିବାରୁ ଦେବୀ ଆସନ୍ତାକାଲି ଅସ୍ଥାୟୀ ମଣ୍ଡପରୁ ପୂର୍ବ ମୁଖା ହୋଇ ବାହାରି ଟାଉନ ହଲ ଛକ ପର୍ଯ୍ୟନ୍ତ ଯିବେ। ସେଠାରୁ ପଶ୍ଚିମ ମୁଖା ହୋଇ ମ୍ୟୁନିସିପାଲିଟି କାର୍ଯ୍ୟାଳୟ ପର୍ଯ୍ୟନ୍ତ ଆସିବେ। ସେଠାରେ ଦେବୀ ପୂଜା ପାଇବା ପରେ ସେଠାରୁ ରେଡକ୍ରସ୍‌ ରୋଡ୍‌, ଭେଜିପୁଟ ହୋଇ ହାର୍ଟ ନଗର ପର୍ଯ୍ୟନ୍ତ ଯିବେ। ସେଠାରୁ ଫେରି କୋର୍ଟ ରୋଡ୍‌ ବସ୍‌ଷ୍ଟାଣ୍ଡ ହୋଇ ଅସ୍ଥାୟୀ ମଣ୍ଡପରେ ପହଞ୍ଚି ବିଶ୍ରାମ ନେବାର କାର୍ଯ୍ୟକ୍ରମ ରହିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଟିମ୍‌ ଘୋଷଣା ପରେ ପ୍ରତିକ୍ରିୟା ରଖିଲେ ନୀତିନ ନବୀନ, କହିଲେ…

ନୂଆଦିଲ୍ଲୀ,୧୭।୮: ନୂଆ ଟିମ୍‌ ଘୋଷଣା କରିବା ପରେ ଭାଜପା ସଭାପତି ନୀତିନ ନବୀନ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ସଭାପତି ନବନିଯୁକ୍ତ ଭାଜପା କାର୍ଯ୍ୟକର୍ତ୍ତାଙ୍କୁ…

ପିଉସାଙ୍କୁ ହତ୍ୟା କରି ପୋଡିଦେବା ଘଟଣା: ଜମି ବିବାଦ ନା ଗୁଣି ଗାରେଡି, ୨ ଜଣଙ୍କୁ…

ଦାରିଙ୍ଗବାଡି,୧୭।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗାଁରେ ଏକ ହତ୍ୟା ଘଟଣାର ପୋଲିସ ଖୁଲାସା କରିଛି। ହତ୍ୟାର ଶିକାର ହୋଇଛନ୍ତି ଉକ୍ତ…

ବ୍ରାହ୍ମଣୀରେ ଭୟଙ୍କର ବନ୍ୟା: ବିପଦ ସଙ୍କେତ ଡେଇଁ ୨୦ ଫୁଟରେ ପ୍ରବାହିତ ଜଳ, ଅଳଭା ଠାରେ ଘଳିଆ

ପଟ୍ଟାମୁଣ୍ଡାଇ,୧୭।୮ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଦେଇ ପ୍ରବାହିତ ବ୍ରାହ୍ମଣୀ ନଦୀରେ ବନ୍ୟା ପରିସ୍ଥିତି ଅତ୍ୟନ୍ତ ଗମ୍ଭୀର ରୂପ ଧାରଣ କରିଛି। ବ୍ରାହ୍ମଣୀ ନଦୀର ବିପଦ…

ନୂଆ ଟିମ୍ ଘୋଷଣା କଲେ ନୀତିନ ନବୀନ; କିଏ ଏହି ଦୀପକ ମହସ୍କେ, ଯାହାଙ୍କୁ ମିଳିଲା ବଡ଼ ଦାୟିତ୍ବ

ନୂଆଦିଲ୍ଲୀ,୧୭।୮: ନୀତିନ ନବୀନ ତାଙ୍କ ନୂଆ ଟିମ୍‌ ଘୋଷଣା କରିଛନ୍ତି । ଏଥିରେ ସବୁଠାରୁ ବଡ଼ ଚର୍ଚ୍ଚାର ବିଷୟ ହୋଇଛି ଦଳର ଆଇଟି ସେଲ୍‌ ମୁଖ୍ୟ ପଦରେ…

ପବିତ୍ର ଶ୍ରାବଣ ସୋମବାରକୁ ସଂକ୍ରାନ୍ତି ସଂଯୋଗ: ବିଭିନ୍ନ ମନ୍ଦିରରେ କାଉଡ଼ିଆଙ୍କ ପାଇଁ….

କଲ୍ୟାଣସିଂହପୁର, ୧୭।୮ (ଦୀପକ କୁମାର ପରିଡ଼ା): ପବିତ୍ର ଶ୍ରାବଣ ମାସର ତୃତୀୟ ସୋମବାର ତଥା ସିଂହ ସଂକ୍ରାନ୍ତି ଅବସରରେ କଲ୍ୟାଣସିଂହପୁର ବ୍ଲକର ବିଭିନ୍ନ ପ୍ରମୁଖ ଶୈବପୀଠ ଓ…

ବନ୍ୟାପାଣିରେ ଭାସିଯାଇଥିଲେ ଯୁବକ, ୪ଦିନ ପରେ ମୃତଦେହ ଉଦ୍ଧାର

ଧାମନଗର,୧୭।୮(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ବ୍ଲକ ଦିହୁଡ଼ି-ଆନନ୍ଦପୁର ପଞ୍ଚାୟତ ପାହଡ଼ପୁର ଯେନାସାହି ଗ୍ରାମର ଗଣେଶ ଜେନା (୫୨)ଙ୍କ ମୃତଦେହ ଉଦ୍ଧାର କରାଯାଇଛି । ନିଖୋଜର ୪ଦିନ ପରେ ଜଙ୍ଗଲରୁ…

ଭାଜପାରେ ବଡ଼ ଅଦଳବଦଳ: ସ୍ମୃତି-ବସୁନ୍ଧରାଙ୍କୁ ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୧୭।୮: ସଭାପତି ନୀତିନ ନବୀନ ନୂଆ ଟିମ୍‌ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି। ୧୬…

ଆଜି ବୁଧ-ଶନିଙ୍କ ନବପଞ୍ଚମ ଯୋଗ, ମିଥୁନ ସମେତ ଏହି ୪ ରାଶିର କ୍ୟାରିୟରରେ ଆସିବ ବଡ଼ ସଫଳତା, ବ୍ୟବସାୟରେ…

ନବପଞ୍ଚମ ଦୃଷ୍ଟି ଯୋଗ ଦୁଇଟି ଗ୍ରହ ପରସ୍ପରଠାରୁ ୫ମ ଏବଂ ୯ମ ଭାବରେ ଅବସ୍ଥିତ ହେଲେ ଗଠିତ ହୁଏ। ଏହି ଯୋଗ ଗଠନ ହେବା ଫଳରେ ଭାଗ୍ୟଶାଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri