ନ୍ୟାୟ ଦାବିରେ ଥାନା ଘେରାଉ

ସାତମାଇଲ, ୧୧।୧୦(ଡି.ଏନ୍‌.ଏ.): ହିନ୍ଦୋଳ ବ୍ଲକ ବାଲିମୀସ୍ଥିତ କ୍ୟାପିଟାଲ ଟ୍ରଷ୍ଟ ଫାଇନାନ୍ସ କମ୍ପାନୀରେ କାର୍ଯ୍ୟରତ ଏଜେଣ୍ଟ ତଥା ଖୋର୍ଦ୍ଧା ଜିଲା ମୁକ୍ତାପୁର ଅଞ୍ଚଳର ଅଜିତ ମହାପାତ୍ର (୨୪)ଙ୍କ ସନ୍ଦେହଜନକ ମୃତ୍ୟୁ ଉପରୁ ରହସ୍ୟ ଖୋଲୁନାହିଁ। ପୁଅର ଏଭଳି ମୃତ୍ୟୁକୁ ସହଜରେ ଗ୍ରହଣ କରିପାରୁ ନ ଥିବା ପରିବାର ଲୋକେ ନ୍ୟାୟ ଦାବିରେ ସୋମବାର ଅପରାହ୍ନ ୨ଟାରୁ ରାତି ୭ଟା ଯାଏ ଥାନା ଘେରିଥିଲେ। ଥାନାଧିକାରୀଙ୍କ ପକ୍ଷରୁ ନିରପେକ୍ଷ ତଦନ୍ତର ପ୍ରତିଶ୍ରୁତି ମିଳିବା ପରେ ଧାରଣା ପ୍ରତ୍ୟାହୃତ ହୋଇଥିଲା।
ସୂଚନାଯୋଗ୍ୟ, ଅଜିତ୍‌ ୩ ବର୍ଷ ହେଲା ସମ୍ପୃକ୍ତ କମ୍ପାନୀରେ କାର୍ଯ୍ୟ କରୁଥିଲେ। ଗତମାସ ୨୦ ତାରିଖରେ ସେ ଆତ୍ମହତ୍ୟା କରିଥିବା ନେଇ ତାଙ୍କ ସହକର୍ମୀମାନେ ସୂଚନା ଦେଇଥିଲେ। ଘର ଲୋକେ ପହଞ୍ଚତ୍ ବାଲିମୀ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଏହାପରେ ପୋଲିସ ମୃତଦେହ ବ୍ୟବଚ୍ଛେଦ କରାଇ ହସ୍ତାନ୍ତର କରିଥିଲା। ତେବେ ଅଜିତ୍‌ଙ୍କ ମୃତ୍ୟୁକୁ ନେଇ ପ୍ରଶ୍ନ ଉଠାଇଛନ୍ତି ବାପା ରାମଚନ୍ଦ୍ର ମହାପାତ୍ର। ତାଙ୍କ କହିବା କଥା, ଯଦି ପୁଅ ଗାମୁଚ୍ଛା ଲଗାଇ ଆତ୍ମହତ୍ୟା କରିଥିଲେ; ତେବେ ତାଙ୍କ ମୃତଦେହକୁ ଡାକ୍ତରଖାନା ନେବା ବଦଳରେ କାହିଁକି ବାରଣ୍ଡାରେ ଶୁଆଇ ଦିଆଯାଇଥିଲା। ତେଣୁ ଏଥିରେ ନିଶ୍ଚୟ କିଛି ରହସ୍ୟ ରହିଛି। ପୋଲିସ ନିରପେକ୍ଷ ତଦନ୍ତ କଲେ ଏହାର ସତ୍ୟାସତ୍ୟ ପଦାକୁ ଆସିବ ବୋଲି ରାମଚନ୍ଦ୍ର କହିଛନ୍ତି। ଅପରପକ୍ଷେ ପୋଲିସ ମୃତ ଯୁବକଙ୍କ ପରିବାରକୁ ବ୍ୟବଚ୍ଛେଦ ରିପୋର୍ଟ ପ୍ରଦାନ କରିବା ସତ୍ତ୍ୱେ ଏଥିରେ ସନ୍ତୁଷ୍ଟ ହୋଇ ନ ଥିଲେ ପରିବାର ସଦସ୍ୟ। ସେମାନେ ଏହାକୁ ସନ୍ଦେହ କରିବା ସହ ଥାନା ସମ୍ମୁଖରେ ଧାରଣାରେ ବସିଥିଲେ। ଏଥିସହ ଫାଇନାନ୍ସ କମ୍ପାନୀର କର୍ମଚାରୀଙ୍କ ଲାଇ ଡିଟେକ୍ଟ ଟେଷ୍ଟ କରିବା, ଉପଯୁକ୍ତ ଅନୁସନ୍ଧାନ କରି କମ୍ପାନୀଠାରୁ କ୍ଷତିପୂରଣ ପ୍ରଦାନ ଦିଗରେ ସହାୟତା କରିବାକୁ ସେମାନେ ଦାବି କରିଛନ୍ତି। ପୋଲିସ ଦାବିପତ୍ର ଗ୍ରହଣ କରି ନିର୍ଭର ପ୍ରତିଶ୍ରୁତି ଦେବାପରେ ପରିବାର ଲୋକ ଧାରଣାରୁ ଓହରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri