୧୯ରେ ଅର୍ଥନୈତିକ ଅବରୋଧ, ବ୍ୟାସନଗର ବନ୍ଦ

ଯାଜପୁର ରୋଡ୍‌,୧୧। ୪(ଡି.ଏନ୍‌.ଏ.): ୫ ଦଫା ଦାବିରେ ବ୍ୟାସନଗର ନାଗରିକ କମିଟି ଆନୁକୂଲ୍ୟରେ ମିଳିତ କ୍ରିୟାନୁଷ୍ଠାନ କମିଟିର ଧାରଣା ଓ ଧର୍ମଘଟ ସୋମବାର ୩ୟ ଦିିବସରେ ପହଞ୍ଚିଛି। କଳିଙ୍ଗନଗର ଅତିରିକ୍ତ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ନାଗରିକ କମିଟି ସଭାପତି ହେମନ୍ତ କିଶୋର ସାହୁଙ୍କ ଅଧ୍ୟକ୍ଷତାରେ ଆବାହକ ମଣ୍ଡଳୀ ସଭ୍ୟମାନଙ୍କୁ ନେଇ ଏକ ଜରୁରୀ ବୈଠକରେ ଅନୁଷ୍ଠିତ ହୋଇଥିଲା। ବୈଠକର ନିଷ୍ପତ୍ତି ଅନୁଯାୟୀ ଆସନ୍ତା ଏପ୍ରିଲ ୧୯ରେ ବ୍ୟାସନଗର ବନ୍ଦ ଓ ଅର୍ଥନୈତିକ ଅବରୋଧ କରାଯିବ। ଉକ୍ତ ବନ୍ଦ ଓ ଅର୍ଥନୈତିକ ଅବରୋଧକୁ ନାଗରିକ କମିଟି, ସହରର ବୁଦ୍ଧିଜୀବୀ, ଅବସରପ୍ରାପ୍ତ କର୍ମଚାରୀ ସଂଘ, ବରିଷ୍ଠ ନାଗରିକ ମଞ୍ଚ, ବ୍ୟବସାୟୀ ସଂଘ, ଶହୀଦ ଭଗତ ସିଂହ ଯୁବକ ସଂଘ, ଓକିଲ ସଂଘ, କୋରେଇ ସଂଗ୍ରାମ ସମିତି, ନେତାଜୀ ସ୍ମୃୃତି ସଂସଦ, ସିଆଇଟିୟୁ, ସିଭିଲ ସୋସାଇଟି, ବିଭିନ୍ନ ସ୍ବେଚ୍ଛାସେବୀ ସଂଗଠନ ସମେତ ସମସ୍ତ ରାଜନତିକ ଦଳ ସମର୍ଥନ କରିବା ପାଇଁ ସମ୍ମତି ପ୍ରଦାନ କରିଛନ୍ତି। ତେଣୁ ଏହି ଧାରଣା ୧୯ ତାରିଖ ଯାଏ ଚାଲୁ ରହିବ ବୋଲି ନାଗରିକ କମିଟି ସମ୍ପାଦକ ତଥା ଆବାହକ ମଣ୍ଡଳୀ ସଭ୍ୟ ଦୂର୍ଯ୍ୟୋଧନ ରାଉତ ପ୍ରକାଶ କରିଛନ୍ତି। ବୈଠକରେ ଆବାହକ ମଣ୍ଡଳୀ ସଭ୍ୟ ଶ୍ରମିକ ନେତା ବିଦ୍ୟାଧର ମହାନ୍ତି, ଦୁଷ୍ମନ୍ତ କୁମାର ନାୟକ, ପୂର୍ବତନ ଉପନଗରପାଳ ହୃଦାନନ୍ଦ ସାମଲ, ପ୍ରଫୁଲ୍ଲ କୁମାର ନାୟକ, ରାଜେନ୍ଦ୍ର ବିଶ୍ୱାଳ, ଚନ୍ଦ୍ରମଣି ସାମଲ, ବିବେକାନନ୍ଦ ମହାନ୍ତି, ନରେନ୍ଦ୍ର ଜେନା, ହୃଷୀକେଶ ସାହୁ, ସଦାଶିବ ଦାଶ ଆଲୋଚନାରେ ଅଂଶଗ୍ରହଣ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଅର୍ଜୁନ କୁମାର ରାଉତ, ବରିଷ୍ଠ ଖବରଦାତା ବାବୁରାମ ଜେନା, ଦେବେନ୍ଦ୍ରନାଥ ପାଣିଗ୍ରାହୀ, ଜ୍ଞାନରଞ୍ଜନ ରାଉତ, ସରୋଜ କୁମାର ଦେ, ଦାମୋଦର ପଣ୍ଡା, ଅଭିରାମ ରାଉତ, ଅଭିରାମ ସାହୁ, ସୁରେଶ ସାହୁ, ରଘୁନାଥ ବେହେରା, ରମେଶ ବିଶ୍ୱାଳ ଓ ଅସିତ୍‌ କୁମାର ଦାସ ସମେତ ବହୁ ବୁଦ୍ଧିଜୀବୀ ଉପସ୍ଥିତ ଥିଲେ। ୫ ଦଫା ଦାବି ମଧ୍ୟରେ ରହିଛି ପୌରାଞ୍ଚଳରେ ଗୃହ ଟିକସ ବୃଦ୍ଧି ପ୍ରତ୍ୟାହାର, ରେଲଓ୍ବେର ଫ୍ଲାଏଓଭର ବ୍ରିଜ ଓ ଗଳିପୋଲ ନିର୍ମାଣ, ୧୦୦ ଶଯ୍ୟା ବିଶିଷ୍ଟ ମଲ୍ଟି ସ୍ପେଶାଲିଟି ଡାକ୍ତରଖାନା ପ୍ରତିଷ୍ଠା, ବ୍ୟାସ ସରୋବରରୁ ଗ୍ରୀନ୍‌ ଟ୍ରିବୁନାଲର ରହିତାଦେଶ ହଟାଇବା ଏବଂ ଜମିଜମା ଓ ବିଦ୍ୟୁତ୍‌ ସମସ୍ୟାର ସମାଧାନ।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri