Posted inଖେଳ

ଏକବିଂଶ ଶତାବ୍ଦୀର ଶ୍ରେଷ୍ଠ ବ୍ୟାଟ୍ସ୍‌ମ୍ୟାନ୍‌ ହେଲେ ମାଷ୍ଟର ବ୍ଲାଷ୍ଟର…

ନୂଆଦିଲ୍ଲୀ,୨୦।୬: ଟିମ୍‌ ଇଣ୍ଡିଆର ପୂର୍ବତନ ଅଧିନାୟକ ମାଷ୍ଟର ବ୍ଲାଷ୍ଟର୍‌ ସଚିନ ତେନ୍ଦୁଲକରଙ୍କୁ ଏକବିଂଶ ଶତାବ୍ଦୀର ଶ୍ରେଷ୍ଠ ବ୍ୟାଟ୍ସ୍‌ମ୍ୟାନ୍‌ ଭାବେ ଚୟନ କରାଯାଇଛି। ଷ୍ଟାର ସ୍ପୋଟର୍ସ ପକ୍ଷରୁ ହୋଇଥିବା ଚୟନ ପ୍ରକ୍ରିୟାରେ ଶ୍ରୀଲଙ୍କାର ପୂର୍ବତନ ଅଧିନାୟକ କୁମାର ସଙ୍ଗାକାରାଙ୍କୁ ପଛରେ ପକାଇ ସଚିତ ଏହି ସମ୍ମାନ ହାସଲ କରିଛନ୍ତି। ଷ୍ଟାର୍‌ ସ୍ପୋଟର୍ସର କମେଣ୍ଟ୍ରି ପ୍ୟାନେଲ୍‌ରେ ଭିଭିଏସ୍‌ ଲକ୍ଷ୍ମଣ, ଇରଫାନ୍‌ ପଠାନ୍‌, ଆକାଶ ଚୋପ୍ରା ପ୍ରମୁଖ କ୍ରିକେଟର ଉପସ୍ଥିତ ଥିଲେ।

ଏହି ଅବସରରେ ଟିମ୍‌ ଇଣ୍ଡିଆର ପୂର୍ବତନ ଅଧିନାୟକ ଲିଟିଲ ମାଷ୍ଟର ସୁନୀଲ ଗାଭାସ୍କର କହିଛନ୍ତି ଯେ, ସଚିନ ଏବଂ ସଙ୍ଗାକାରାଙ୍କ ନାମକୁ ନେଇ କଡ଼ା ଟକ୍କର ହେବା ପରେ ବିଚାରକ ମଣ୍ଡଳୀ ଚୂଡ଼ାନ୍ତ ନିଷ୍ପତ୍ତି ଗ୍ରହଣ କରିଥିଲେ। ୨୦୧୩ରେ ସଚିନ କ୍ରିକେଟରୁ ଅବସର ନେବାର ୮ ବର୍ଷ ପରେ ଏହି ସମ୍ମାନ ମିଳିଛିି।

ସଚିନ୍‌ ଅନ୍ତର୍ଜାତୀୟ କ୍ରିକେଟରେ ୧୦୦ ଶତକ ହାସଲ କରିଛନ୍ତି। ସେଥିମଧ୍ୟରୁ ୫୧ଟି ଟେଷ୍ଟ୍‌ ଶତକ ରହିଛି। ସେହିଭଳି ୪୯ଟି ଏକଦିବସୀୟ ମ୍ୟାଚ୍‌ରେ ଶତକ ହାସଲ କରିଛନ୍ତି। ଦକ୍ଷିଣ ଆଫ୍ରିକାର ଜ୍ୟାକ୍‌ କୋଲିସ୍‌ ୪୫ଟି ଟେଷ୍ଟ୍‌ ଶତକ ହାସଲ କରି ଦ୍ୱିତୀୟ ସ୍ଥାନରେ ଥିବାବେଳେ ସଙ୍ଗାକାରା ୩୮ ଶତକ କରି ଚତୁର୍ଥ ସ୍ଥାନରେ ରହିଛନ୍ତି। ସୂଚନାଯୋଗ୍ୟ, ସଚିନ୍‌ ୧୬ ବର୍ଷ ବୟସରେ ଟେଷ୍ଟ କ୍ରିକେଟରେ ଡେବ୍ୟୁ କରିଥିଲେ। ସେ ୧୭ ବର୍ଷ ୧୦୭ ବୟସରେ ତାଙ୍କର ପ୍ରଥମ ଟେଷ୍ଟ ଶତକ ହାସଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri