ରୁଚି-ଫାର୍ମ ବି’କୁ ଶ୍ରେଷ୍ଠ ବ୍ରାଣ୍ଡ୍‌ ପୁରସ୍କାର

ଭୁବନେଶ୍ୱର ,୩୦।୧୨ (ଅଭୟ ଦାଶ): ପୂର୍ବ ଭାରତର ପ୍ରମୁଖ ଖାଦ୍ୟ ପ୍ରକ୍ରିୟାକରଣ ଉଦ୍ୟୋଗ ତଥା ବିଶ୍ୱେଶ୍ୱର ଫୁଡ୍‌ସ ପ୍ରାଇଭେଟ୍‌ ଲିମିଟେଡ୍‌ର ଫାର୍ମ-ବି ବ୍ରାଣ୍ଡ୍‌ (ରୁଚି-ଫାର୍ମ ବି)କୁ ଇଣ୍ଡିଆ-୫୦୦ ଶ୍ରେଷ୍ଠ ବ୍ରାଣ୍ଡ୍‌ ପୁରସ୍କାର ପ୍ରଦାନ କରାଯାଇଛି। ଉଲ୍ଲେଖଯୋଗ୍ୟ, ଏମ୍‌ଏସ୍‌ଏମ୍‌ଇ ପକ୍ଷରୁ ନଭି ମୁମ୍ବାଇର ସିଡ୍‌କୋ ପ୍ରେକ୍ଷାଳୟଠାରେ ଆୟୋଜିତ ଇଣ୍ଡିଆ-୫୦୦୦ ଏମ୍‌ଏସ୍‌ଏମ୍‌ଇ ସମାରୋହ ଉତ୍ସବରେ ବିଶ୍ୱେଶ୍ୱର ଫୁଡ୍‌ସର ନିର୍ଦ୍ଦେଶିକା ରଶ୍ମି ସାହୁ ଉକ୍ତ ପୁରସ୍କାର ଗ୍ରହଣ କରିଥିଲେ। ଏହି ଅବସରରେ ଇଣ୍ଡିଆ ବିଜ୍‌ନେସ୍‌ ଆୱାର୍ଡସ୍‌ର ଅଧ୍ୟକ୍ଷ କେତନ ଭେକାରିଆ, ଟ୍ରେଡ୍‌ ଇଣ୍ଡିଆର ସିଇଓ ସନ୍ଦୀପ ଛେତ୍ରୀ ଓ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ର ସହକାରୀ ଉପସଭାପତି ଡ. ସାରଦା ଲାଣ୍ଡେ ଅତିଥି ଭାବେ ଯୋଗ ଦେଇ ଉକ୍ତ ପୁରସ୍କାର ପ୍ରଦାନ କରିଥିଲେ। ବିଶେଷକରି ଇଟାଲୀ ଓ ସୁଇଜରଲାଣ୍ଡରୁ ଖାଦ୍ୟ ପ୍ରକ୍ରିୟାକରଣ ଶିଳ୍ପ କ୍ଷେତ୍ରରେ ବିଶେଷ ଶିକ୍ଷା ଓ ପ୍ରଶିକ୍ଷଣ ଗ୍ରହଣ କରିଥିବା ଯୁବ ଉଦ୍ୟୋଗୀ ରଶ୍ମି, ପୂର୍ବ ଭାରତରେ ସ୍ବାସ୍ଥ୍ୟପ୍ରଦ ଖାଦ୍ୟ ପ୍ରସ୍ତୁତି, ବିପଣନ ଓ ମାର୍କେଟିଂ କ୍ଷେତ୍ରରେ ଉଲ୍ଲେଖନୀୟ ଭୂମିକା ଗ୍ରହଣ କରିଥିବାରୁ ତାଙ୍କୁ ଜାତୀୟସ୍ତରରେ ଏଭଳି ଏକ ସମ୍ମାନ ପ୍ରଦାନ କରାଯାଇଥିଲା। ଏ ସମ୍ପର୍କରେ ରଶ୍ମି କହିଛନ୍ତି, ଖାଦ୍ୟ ଶିଳ୍ପ କ୍ଷେତ୍ରରେ ଆଉ ଗୋଟିଏ ପାଦ ଆଗକୁ ଯିବା ପାଇଁ ଉକ୍ତ ପୁରସ୍କାର ଆମକୁ ବିଶେଷ ପ୍ରେରଣା ଦେବ। ଏପରିକି ପୂର୍ବ ଭାରତରେ ଫାର୍ମ-ବି’ର ଉପତ୍ାଦନ ସାମଗ୍ରୀ ଗ୍ରାହକମାନଙ୍କ ପାଇଁ ବେଶ୍‌ ପସନ୍ଦଯୋଗ୍ୟ ହୋଇପାରିଛି। ସେହିଭଳି ମୁମ୍ବାଇଠାରେ ଏମ୍‌ଏସ୍‌ଏମ୍‌ଇ ପୁରସ୍କାର ପ୍ରଦାନ କାର୍ଯ୍ୟକ୍ରମରେ ସାରା ଭାରତରୁ ୫୦୦ ରୁ ଅଧିକ ଖାଦ୍ୟ ଶିଳ୍ପଗୋଷ୍ଠୀ ଯୋଗଦେଇଥିଲେ। ଏହି ସଫଳତା ପାଇଁ ସେ ବିଶିଷ୍ଟ ଉଦ୍ୟୋଗୀ ତଥା ରୁଚି ଉଦ୍ୟୋଗର ପରିଚାଳନା ନିର୍ଦ୍ଦେଶକ ଡ. ଶରତ କୁମାର ସାହୁ ଏବଂ ଗ୍ରାହକମାନଙ୍କୁ ଶ୍ରେୟ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri