ରୁଚି-ଫାର୍ମ ବି’କୁ ଶ୍ରେଷ୍ଠ ବ୍ରାଣ୍ଡ୍‌ ପୁରସ୍କାର

ଭୁବନେଶ୍ୱର ,୩୦।୧୨ (ଅଭୟ ଦାଶ): ପୂର୍ବ ଭାରତର ପ୍ରମୁଖ ଖାଦ୍ୟ ପ୍ରକ୍ରିୟାକରଣ ଉଦ୍ୟୋଗ ତଥା ବିଶ୍ୱେଶ୍ୱର ଫୁଡ୍‌ସ ପ୍ରାଇଭେଟ୍‌ ଲିମିଟେଡ୍‌ର ଫାର୍ମ-ବି ବ୍ରାଣ୍ଡ୍‌ (ରୁଚି-ଫାର୍ମ ବି)କୁ ଇଣ୍ଡିଆ-୫୦୦ ଶ୍ରେଷ୍ଠ ବ୍ରାଣ୍ଡ୍‌ ପୁରସ୍କାର ପ୍ରଦାନ କରାଯାଇଛି। ଉଲ୍ଲେଖଯୋଗ୍ୟ, ଏମ୍‌ଏସ୍‌ଏମ୍‌ଇ ପକ୍ଷରୁ ନଭି ମୁମ୍ବାଇର ସିଡ୍‌କୋ ପ୍ରେକ୍ଷାଳୟଠାରେ ଆୟୋଜିତ ଇଣ୍ଡିଆ-୫୦୦୦ ଏମ୍‌ଏସ୍‌ଏମ୍‌ଇ ସମାରୋହ ଉତ୍ସବରେ ବିଶ୍ୱେଶ୍ୱର ଫୁଡ୍‌ସର ନିର୍ଦ୍ଦେଶିକା ରଶ୍ମି ସାହୁ ଉକ୍ତ ପୁରସ୍କାର ଗ୍ରହଣ କରିଥିଲେ। ଏହି ଅବସରରେ ଇଣ୍ଡିଆ ବିଜ୍‌ନେସ୍‌ ଆୱାର୍ଡସ୍‌ର ଅଧ୍ୟକ୍ଷ କେତନ ଭେକାରିଆ, ଟ୍ରେଡ୍‌ ଇଣ୍ଡିଆର ସିଇଓ ସନ୍ଦୀପ ଛେତ୍ରୀ ଓ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ର ସହକାରୀ ଉପସଭାପତି ଡ. ସାରଦା ଲାଣ୍ଡେ ଅତିଥି ଭାବେ ଯୋଗ ଦେଇ ଉକ୍ତ ପୁରସ୍କାର ପ୍ରଦାନ କରିଥିଲେ। ବିଶେଷକରି ଇଟାଲୀ ଓ ସୁଇଜରଲାଣ୍ଡରୁ ଖାଦ୍ୟ ପ୍ରକ୍ରିୟାକରଣ ଶିଳ୍ପ କ୍ଷେତ୍ରରେ ବିଶେଷ ଶିକ୍ଷା ଓ ପ୍ରଶିକ୍ଷଣ ଗ୍ରହଣ କରିଥିବା ଯୁବ ଉଦ୍ୟୋଗୀ ରଶ୍ମି, ପୂର୍ବ ଭାରତରେ ସ୍ବାସ୍ଥ୍ୟପ୍ରଦ ଖାଦ୍ୟ ପ୍ରସ୍ତୁତି, ବିପଣନ ଓ ମାର୍କେଟିଂ କ୍ଷେତ୍ରରେ ଉଲ୍ଲେଖନୀୟ ଭୂମିକା ଗ୍ରହଣ କରିଥିବାରୁ ତାଙ୍କୁ ଜାତୀୟସ୍ତରରେ ଏଭଳି ଏକ ସମ୍ମାନ ପ୍ରଦାନ କରାଯାଇଥିଲା। ଏ ସମ୍ପର୍କରେ ରଶ୍ମି କହିଛନ୍ତି, ଖାଦ୍ୟ ଶିଳ୍ପ କ୍ଷେତ୍ରରେ ଆଉ ଗୋଟିଏ ପାଦ ଆଗକୁ ଯିବା ପାଇଁ ଉକ୍ତ ପୁରସ୍କାର ଆମକୁ ବିଶେଷ ପ୍ରେରଣା ଦେବ। ଏପରିକି ପୂର୍ବ ଭାରତରେ ଫାର୍ମ-ବି’ର ଉପତ୍ାଦନ ସାମଗ୍ରୀ ଗ୍ରାହକମାନଙ୍କ ପାଇଁ ବେଶ୍‌ ପସନ୍ଦଯୋଗ୍ୟ ହୋଇପାରିଛି। ସେହିଭଳି ମୁମ୍ବାଇଠାରେ ଏମ୍‌ଏସ୍‌ଏମ୍‌ଇ ପୁରସ୍କାର ପ୍ରଦାନ କାର୍ଯ୍ୟକ୍ରମରେ ସାରା ଭାରତରୁ ୫୦୦ ରୁ ଅଧିକ ଖାଦ୍ୟ ଶିଳ୍ପଗୋଷ୍ଠୀ ଯୋଗଦେଇଥିଲେ। ଏହି ସଫଳତା ପାଇଁ ସେ ବିଶିଷ୍ଟ ଉଦ୍ୟୋଗୀ ତଥା ରୁଚି ଉଦ୍ୟୋଗର ପରିଚାଳନା ନିର୍ଦ୍ଦେଶକ ଡ. ଶରତ କୁମାର ସାହୁ ଏବଂ ଗ୍ରାହକମାନଙ୍କୁ ଶ୍ରେୟ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରୋଇ ବଜାରରେ ଷ୍ଟାର୍ଟଅପ୍‌ର ଉଲ୍ଲେଖନୀୟ ଅଭିବୃଦ୍ଧି

ଭୁବନେଶ୍ୱର,୨୯।୪ (ଅଭୟ ଦାଶ):କ୍ରମାଗତ ଭାବେ ଘରୋଇ ବଜାରରେ ଷ୍ଟାର୍ଟଅପ ସଂଖ୍ୟାର ଉଲ୍ଲେଖନୀୟ ଅଭିବୃଦ୍ଧି ସହିତ ସଫଳତା ମଧ୍ୟ ହାସଲ କରିଛି। ଏପରିକି ୨୦୧୪ରେ ପ୍ରାୟ ୩୫୦...

SBI ଶେୟାରର କମାଲ, ୪୫ ହଜାର କୋଟି ରୋଜଗାର କଲେ ନିବେଶକ

ମୁମ୍ବାଇ, ୨୭।୪: ଗତ ସପ୍ତାହରେ ସେୟାର ବଜାର ପାଇଁ ବହୁତ ଭଲ ବୋଲି ପ୍ରମାଣିତ ହୋଇଛି। ବମ୍ବେ ଷ୍ଟକ ଏକ୍ସଚେଞ୍ଜର ଶ୍ରେଷ୍ଠ ୧୦ ଟି କମ୍ପାନୀର...

ପିପିଏଲ୍‌କୁ ‘ବେଷ୍ଟ ଆନୁଆଲ ରିପୋର୍ଟ ଆଓ୍ବାର୍ଡ’

ଭୁବନେଶ୍ୱର ,୨୮।୪ (ଅଭୟ ଦାଶ): ପାରାଦୀପ ଫସ୍‌ଫେଟ ଲିମିଟେଡ୍‌ (ପିପିଏଲ୍‌)କୁ ନିକଟରେ ସମ୍ମାନଜନକ ‘ବେଷ୍ଟ ଆନୁଆଲ ରିପୋର୍ଟ ଆଓ୍ବାର୍ଡ’ ପ୍ରଦାନ କରାଯାଇଛି। ବିଶେଷକରି କର୍ପୋରେଟ ଗଭର୍ନାନ୍ସ...

ସଫେଇ ଦେଲା ଏମଡିଏଚ

ନୂଆଦିଲ୍ଲୀ,୨୮।୪: ମସଲାରେ କ୍ୟାନସର ଭଳି ମାରାତ୍ମକ ରୋଗ ସୃଷ୍ଟି କାରୀ କୀଟନାଶକ ଔଷଧ ମିଳିବା ଖବର ଜଣାପଡିବା ପରେ ବିବାଦ ଦେଖାଦେଇଛି। ଚାଲିଥିବା ବିବାଦ ମଧ୍ୟରେ...

ଅଙ୍କୁରା ହସ୍ପିଟାଲରେ ବିରଳ ଅସ୍ତ୍ରୋପଚାର, ନୂଆ ଜୀବନ ପାଇଲେ ବାଲୁଗାଁର ଯାଆଁଳା ଶିଶୁ

ଭୁବନେଶ୍ୱର ,୨୮।୪: ରାଜ୍ୟର ଅଗ୍ରଣୀ ଘରୋଇ ଚିକିତ୍ସାଳୟ ତଥା ମେଡିକାଲ ଚେନ୍‌ ଅଙ୍କୁରାର ଭୁବନେଶ୍ୱର ଶାଖା (ଅଙ୍କୁରା ହସ୍ପିଟାଲ)ରେ ଏକ ବିରଳ ଅସ୍ତ୍ରୋପଚାର ସଫଳତାର ସହ...

୬ ଦେଶକୁ ରପ୍ତାନି ହେବ ପିଆଜ

ଭୁବନେଶ୍ୱର,୨୯।୪(ଅନୁରାଧା ମହାରଣା): ପିଆଜ ରପ୍ତାନି ଉପରେ କେନ୍ଦ୍ର ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ରପ୍ତାନି ଉପରେ ନିଷେଧାଦେଶ ସତ୍ତ୍ୱେ ୬ ଦେଶକୁ ୯୯,୧୫୦ ମେଟ୍ରିକ୍‌...

୧୦ ହଜାର ନବାଗତଙ୍କୁ ନିଯୁକ୍ତି ଦେବା ଏହି ଭାରତୀୟ ଆଇଟି କମ୍ପାନୀ

ନୂଆଦିଲ୍ଲୀ,୨୭।୪: ଭାରତର ତୃତୀୟ ବୃହତ୍ତମ ଆଇଟି କମ୍ପାନୀ ଏଚସିଏଲଟେକ୍ ୨୦୨୫ ଆର୍ଥିକ ବର୍ଷରେ ୧୦,୦୦୦ ରୁ ଅଧିକ ନବାଗତଙ୍କୁ ନିଯୁକ୍ତି ଦେବାକୁ ଯାଉଛି। ଯେଉଁ ସମୟରେ...

ଆମେରିକାରେ ସିଇଓ ହେବାକୁ ହେଲେ ଭାରତୀୟ ହେବା ଆବଶ୍ୟକ, ଜାଣନ୍ତୁ ଏପରି କାହିଁକି କହିଲେ ଆମେରିକାର ରାଷ୍ଟ୍ରଦୂତ ?

ନୂଆଦିଲ୍ଲୀ,୨୭।୪: ଗୁଗ୍‌ଲ, ୟୁଟ୍ୟୁବ୍, ମାଇକ୍ରୋସଫ୍ଟ, ଷ୍ଟାରବକ୍ସ, ଆଇବିଏମ୍ ଏବଂ ଆଡୋବ ଭଳି ଦୁନିଆର ଅନେକ ବଡ କମ୍ପାନୀର ସିଇଓ ଭାରତୀୟ ଅଟନ୍ତି। ବହୁ ଆମେରିକୀୟ କମ୍ପାନୀର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri