ଓଡିଏମ୍‌କୁ ବେଷ୍ଟ ଏଜୁକେଶନ ବ୍ରାଣ୍ଡ୍‌ ସମ୍ମାନ

ନୂଆଦିଲ୍ଲୀ,୩୦।୬: ଓଡିଏମ୍‌ ପବ୍ଲିକ୍‌ ସ୍କୁଲକୁ ନିକଟରେ ଆଉ ଏକ ଜାତୀୟ ସମ୍ମାନ ଓ ସ୍ବୀକୃତି ପ୍ରଦାନ କରାଯାଇଛି। ଉଲ୍ଲେଖଯୋଗ୍ୟ, ଦ ଇକୋନୋମିକ୍‌ ଟାଇମ୍ସ ପକ୍ଷରୁ ନୂଆଦିଲ୍ଲୀସ୍ଥିତ ହ୍ୟାତ୍‌ ରିଜେନ୍ସି ହୋଟେଲ ପରିସରରେ ଏକ ସମ୍ମାନ ସମାରୋହର ଆୟୋଜନ କରାଯାଇଥିଲା। ଉକ୍ତ ସମାରୋହରେ ଓଡିଏମ୍‌ ପବ୍ଲିକ୍‌ ସ୍କୁଲକୁ ୨୦୨୩ ବର୍ଷ ପାଇଁ ସମଗ୍ର ଭାରତର ବିଭିନ୍ନ ଶିକ୍ଷା ପ୍ରତିଷ୍ଠାନ ମଧ୍ୟରେ ଏକ ସର୍ବୋତ୍ତମ ଶିକ୍ଷାନୁଷ୍ଠାନ (ବେଷ୍ଟ ଏଜୁକେଶନ ବ୍ରାଣ୍ଡ୍‌-୨୦୨୩) ଭାବେ ପୁରସ୍କୃତ କରାଯାଇଛି। ଏହି ପରିପ୍ରେକ୍ଷୀରେ ଓଡିଏମ୍‌ ଶିକ୍ଷାସମୂହର ଚେୟାରମ୍ୟାନ ଡ. ସତ୍ୟବ୍ରତ ମୀନକେତନ ନାଗାଲାଣ୍ଡର ଶିକ୍ଷା ଓ ପର୍ଯ୍ୟଟନ ମନ୍ତ୍ରୀ ଟେମଜେନ୍‌ ଇମନା ଆଲଙ୍ଗଙ୍କ ଠାରୁ ଉପରୋକ୍ତ ସମ୍ମାନ ଗ୍ରହଣ କରିଥିଲେ। ଏହି ଅବସରରେ ଦ ଇକୋନୋମିକ୍‌ ଟାଇମ୍ସର ବହୁ ଉଚ୍ଚପଦସ୍ଥ ଅଧିକାରୀଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତିବିଶେଷ ଓ ଭାରତର ବହୁ ଜଣାଶୁଣା ଶିକ୍ଷାନୁଷ୍ଠାର ପ୍ରତିନିଧିମାନେ ଉପସ୍ଥିତ ଥିଲେ। ଏ ସମ୍ପର୍କରେ ଓଡିଏମ୍‌ ପବ୍ଲିକ୍‌ ସ୍କୁଲ ପାଇଁ ଏହି ସୁଖଦ ଓ ସନ୍ତୋଷପୂର୍ଣ୍ଣ ମୁହୂର୍ତ୍ତରେ ଡ. ସତ୍ୟବ୍ରତ ମୀନକେତନ ବିଦ୍ୟାଳୟ ପ୍ରବନ୍ଧନ ସମିତିର ସମସ୍ତ ସଦସ୍ୟ, ଶିକ୍ଷକଶିକ୍ଷୟିତ୍ରୀ, ଛାତ୍ରୀଛାତ୍ର ତଥା ଅଭିଭାବକମାନଙ୍କୁ ଅଭିନନ୍ଦନ ତଥା କୃତଜ୍ଞତା ଜ୍ଞାପନ କରିବା ସହିତ ଭବିଷ୍ୟତରେ ଓଡିଏମ୍‌ ଏମିତି ନିଜର ଉତ୍କୃଷ୍ଟତା ପ୍ରମାଣିତକରି ଚାଲିଥିବ ବୋଲି ସେ ଦୃଢ଼ ଆଶାବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

‘ଭାରତରେ ଉତ୍ପାଦନ ହ୍ରାସ ପାଉଛି…,’ ଜର୍ମାନୀରେ BMW ଫ୍ୟାକ୍ଟ୍ରିରେ ପହଞ୍ଚି ଭିଡିଓ ଶେୟାର କଲେ ରାହୁଲ

ବର୍ଲିନ,୧୭।୧୨: କଂଗ୍ରେସ ନେତା ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ବୁଧବାର ଜର୍ମାନୀର BMW କାରଖାନା ପରିଦର୍ଶନ କରିଥିଲେ। ଏହି ଗସ୍ତ ସମୟରେ ସେ...

ବଦନାମ ହେଲା TMC, ଭିଡିଓ ଶେୟାର କଲା ଭାଜପା

ନୂଆଦିଲ୍ଲୀ,୧୭।୧୨: ତୃଣମୂଳ କଂଗ୍ରେସ ଏମପି କୀର୍ତ୍ତି ଆଜାଦଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଥିରେ ଆଜାଦ ସଂସଦ ଭିତରେ ସିଗାରେଟ ପିଉଥିବାର ଦେଖାଯାଉଛି।...

ପିକନିକ୍ ହେଲା କାଳ, ଗାଧୋଇବା ବେଳେ ସମୁଦ୍ରରେ ବୁଡି ଛାତ୍ରୀ ମୃତ

ପୁରୀ ୧୭/୧୨( ଅଜିତ୍ କୁମାର ମହାନ୍ତି ): ବେଲେଶ୍ଵର ମନ୍ଦିର ସାମ୍ନା ବେଳାଭୂମିରେ ବଡ଼ ଅଘଟଣ । ପିକନିକ୍ ଆସି ଗାଧୋଇବା ବେଳେ ଅଘଟଣ ଘଟିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri