ଆରପାରିରେ ଫୁଟ୍‌ବଲ କୋଚ ନନ୍ଦ କିଶୋର ପଟ୍ଟନାୟକ

ଭୁବନେଶ୍ୱର,୧।୬(ବ୍ୟୁରୋ): ଓଡ଼ିଶାର ବିଶିଷ୍ଟ ଫୁଟ୍‌ବଲ କୋଚ ନନ୍ଦ କିଶୋର ପଟ୍ଟନାୟକଙ୍କର ସୋମବାର ବିଳମ୍ବିତ ରାତିରେ ପରଲୋକ ହୋଇଯାଇଛି। ତାଙ୍କ ସାନ ଭାଇ ଏହି ସୂଚନା ଦେଇଛନ୍ତି। ସେ କରୋନାରେ ଆକ୍ରାନ୍ତ ହୋଇ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲ୍ରେ ଚିକିତ୍ସାଧୀନ ଥିବା ବେଳେ ଶେଷ ନିଃଶ୍ୱାସ ତ୍ୟାଗ କରିଥିଲେ। ନନ୍ଦ କିଶୋର ଅନେକ ଅନ୍ତର୍ଜାତୀୟ ମହିଳା ଫୁଟ୍‌ବଲ ଖେଳାଳି ସୃଷ୍ଟି କରିଥିଲେ।