Posted inଫୁରସତ

ଡଙ୍ଗା ଉପରେ କଳା ଚଷମା ପିନ୍ଧି ଏଭଳି ଗୀତ ଗାଉଥିଲେ ବ୍ୟକ୍ତି, ହଠାତ ଚାଲିଆସିଲା ବିଶାଳକାୟ ସାପ; ଆଉ ତା’ ପରେ…

ସୋସିଆଲ ମିଡିଆରେ ଭାଇରାଲ ହେଉଥିବା କିଛି ଭିଡିଓକୁ ଦେଖି ହସ ରୋକି ହୁଏନା। ଏବେ ସେଭଳି ଏକ ମଜାଦାର ଭିଡିଓ ସାମ୍ନାକୁ ଆସିଛି, ଯାହାକୁ ଦେଖିଲେ ଯେକେହି ହସିହସି ଗଡ଼ିବେ। ଭିଡିଓରେ ଜଣେ ମୁସଲମାନ ବ୍ୟକ୍ତି ନଜର ଆସୁଛନ୍ତି। ସେ ଡଙ୍ଗା ଉପରେ ବେଶ ଆରାମରେ ବସି ଗୀତ ଗାଉଛନ୍ତି। ଠିକ ସେତିକି ବେଳେ ତାଙ୍କ ସହ ଏଭଳି କିଛି ଘଟିଥିଲା ଯାହା ସେ ସ୍ବପ୍ନରେ କେବେ ଭାବି ନ ଥିବେ। ବାସ, ତା ପରେ ସେ ସେଠାରୁ ଦୌଡ଼ିବା ଆରମ୍ଭ କରି ଦିଅନ୍ତି।

ଭିଡିଓ ଆରମ୍ଭରେ ଜଣେ ବ୍ୟକ୍ତି କଳା ଚଷମା ଲଗାଇ ବେଶ ଆରାମରେ ନୌକା ଉପରେ ରାଜା ଭଳି ବସିଛନ୍ତି। ଗୀତ ଗାଇବାକୁ ମନ ହେବାରୁ ସେ ତାହା କରୁଛନ୍ତି। ଠିକ ସେତିକି ବେଳେ ସେଠାରେ ବିଶାଳକାୟ ସାପ ତାଙ୍କ ଉପରେ ଚାଲୁଛି। ସେ ତାହା ଜାଣି ପାରୁ ନ ଥିବାରୁ ଭିଡିଓ କରୁଥିବା ବ୍ୟକ୍ତି ତାକୁ ଦେଖି ହସୁଛନ୍ତି ।ଶେଷରେ ସାପ ତାଙ୍କ କୋଳରେ ବୋଲି ଜାଣିବା ପରେ ତାଙ୍କ ହୋସ୍‌ ଉଡିଯାଉଛି। ସେ ହଠାତ ସାପଟିକୁ ଆଡେଇ ଦେଇ ସେଠାରୁ ଦୌଡ଼ୁଛନ୍ତି।

ସୋସିଆଲ ମିଡିଆରେ ଭିଡିଓଟି ବେଶ ଭାଇରାଲ ହେଉଥିବା ବେଳେ ଅନେକେ ସାପଟିକୁ ଗୀତ ପସନ୍ଦ ଆସିଲା ନାହିଁ ବୋଲି ପ୍ରତିକ୍ରିୟା ଦେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶେୟାର ମାର୍କେଟ୍‌ରେ ହାହାକାର: ଗୋଟିଏ ଘଣ୍ଟାରେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା ହରାଇଲେ ନିବେଶକ

ମୁମ୍ବାଇ,୧୯।୩: ଭାରତୀୟ ଷ୍ଟକ ବଜାରରେ ଗୁରୁବାର ହାହାକାର ଦେଖିବାକୁ ମିଳିଛି। ବଜାର ଖୋଲିବାର ମାତ୍ର ଗୋଟିଏ ଘଣ୍ଟା ମଧ୍ୟରେ ନିବେଶକମାନେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା…

ପ୍ରଧାନଆଚାର୍ଯ୍ୟଙ୍କ ନିଲମ୍ବନ ନେଇ ପ୍ରତିବାଦ, ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଗୁରୁମା-ଗୁରୁଜୀ

ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ିସ୍ଥିତ ଶିଶୁବିଦ୍ୟାମନ୍ଦିରର ଗୁରୁମା ଓ ଗୁରୁଜୀମାନେ ଗୁରୁବାର ସକାଳେ ବିଦ୍ୟାମନ୍ଦିର ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ପ୍ରଧାନଆଚାର୍ଯ୍ୟଙ୍କୁ ନିଲମ୍ବନ ଏବଂ…

ପୁଣି ଯୁଦ୍ଧକୁ ଓହ୍ଲାଇବେ ଭାରତ-ପାକିସ୍ତାନ! ପରମାଣୁ ଆଟାକ୍‌ କରିପାରେ ପାକ୍‌…

ନୂଆଦିଲ୍ଲୀ,୧୯।୩: ଯଦିଓ ଭାରତ ଏବଂ ପାକିସ୍ତାନ ମଧ୍ୟରେ ପରିସ୍ଥିତି ବର୍ତ୍ତମାନ ଶାନ୍ତ ଦେଖାଯାଉଛି, ତଥାପି ବିପଦ ସମ୍ପୂର୍ଣ୍ଣ ହ୍ରାସ ପାଇନାହିଁ। ଏହି ଦାବି ଆମେ କରୁନୁ, ବରଂ…

ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ନବରାତ୍ର ପୂଜା ଆରମ୍ଭ: ଢୋଲ, ମହୁରୀ ଶବ୍ଦରେ ଦୁଲୁକିଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୧୯ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ପ୍ରସିଦ୍ଧ ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ଗୁରୁବାର ଚଳିତ ଚୈତ୍ର ନବବର୍ଷରେ ବାସନ୍ତିକ ନବରାତ୍ରି ପୂଜାର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ…

୨୪ ଘଣ୍ଟା ଭିତରେ ୟୁ-ଟର୍ନ ନେଲେ ଟ୍ରମ୍ପ: ବ୍ୟାକ୍‌ଫୁଟ୍‌ରେ ଆମେରିକା

ଓ୍ବାଶିଂଟନ୍‌,୧୯।୩: ମଧ୍ୟପ୍ରାଚ୍ୟରେ ଗ୍ୟାସ ସୁବିଧା ଉପରେ ଇରାନର ପ୍ରତିଶୋଧମୂଳକ ଆକ୍ରମଣ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଟେନ୍‌ସନ୍‌ରେ ପକାଇ ଦେଇଛି। ଏକ ବିବୃତ୍ତି ଜାରି କରି ସେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

ଶୈଳପୁତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମା’ କନକଦୁର୍ଗା

ଦେବଗଡ଼,୧୯ା୩(ଶଶାଙ୍କ ଶେଖର ଝାଙ୍କର): ମଠସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତିକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ସହିତ ଭକ୍ତମାନେ ମାନସିକ…

ବାଇକ୍‌ରେ ଯାଉଥିଲେ ୩ ଭାଇ, ୧୦ ପୁଟ ଡ୍ରେନ ତଳକୁ ଖସିଲା ଗାଡ଼ି: ଆଉ ତା’ପରେ…

ବଘିଆପଡା,୧୯।୩(ଶ୍ରୀକାନ୍ତ ସାହୁ): ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ବୌଦ୍ଧ ଥାନା ଜହ୍ନାପଙ୍କ ଫାଣ୍ଡି ଅନ୍ତଗତ ତେଲିବନ୍ଧ ପନ୍ଥାଇ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଏକ ବାଇକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri