ଶ୍ରେଷ୍ଠ ବିଧାୟକ ଚୟନ କମିଟି ଗଠନ: ବାଛିବେ ୬ ସଦସ୍ୟ, ଜଣେ ସାମ୍ବାଦିକ ସାମିଲ

ଭୁବନେଶ୍ୱର,୨୭ା୫(ରବିନାରାୟଣ ଜେନା) ରାଜ୍ୟରେ କେଉଁ ବିଧାୟକଙ୍କ ପ୍ରଦର୍ଶନ ସର୍ବୋତ୍ତମ ତାହାକୁ ଓଡ଼ିଶା ବିଧାନସଭା ଖୁବ୍‌ଶୀଘ୍ର ଲୋକଲୋଚନକୁ ଆଣିବ। ଦୀର୍ଘ ୧୦ ବର୍ଷ ଧରି ବନ୍ଦ ରହିଥିବା ଏହି ପ୍ରକ୍ରିୟାକୁ ବିଧାନସଭା ପକ୍ଷରୁ ପୁନର୍ବାର ଆପଣାଯାଇଛି ବୋଲି ଜଣେ ବରିଷ୍ଠ ବିଧାୟକ କହିଛନ୍ତି।
ସୂଚନା ଅନୁଯାୟୀ, ପ୍ରତିବର୍ଷ କେଉଁ ବିଧାୟକ ଗୃହରେ ଉତ୍ତମ ପ୍ରଦର୍ଶନ କରିଛନ୍ତି, ଯେପରିକି ଉପସ୍ଥାନଠାରୁ ଆରମ୍ଭକରି ରାଜ୍ୟର ବିକାଶ ଲାଗି ଗଠନମୂଳକ ପ୍ରସ୍ତାବ ଦେବା ପରି ଅନ୍ୟାନ୍ୟ ପ୍ରସଙ୍ଗକୁ ଗୁରୁତ୍ୱ ଦିଆଯିବ। ଏହି ପ୍ରକ୍ରିୟା ୨୦୦୨ରୁ ପ୍ରଚଳିତ ହୋଇଆସୁଥିବାବେଳେ ୨୦୧୬ ପରେ ବନ୍ଦ ରହିଥିଲା। ଏବେ ଏହାକୁ ପୁନର୍ବାର କାର୍ଯ୍ୟକାରୀ କରିବା ଲାଗି ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ଏକ କମିଟି ଗଠନ କରାଯାଇଛି। କମିଟିରେ ଉପବାଚସ୍ପତି ଭବାନୀ ଶଙ୍କର ଭୋଇ, ଭାଜପା ସଦସ୍ୟ ଜୟନାରାୟଣ ମିଶ୍ର, ଭାସ୍କର ମଢ଼େଇ, ପୂର୍ବତନ ସଦସ୍ୟ ଅରବିନ୍ଦ ଢାଲି, ଅମର ପ୍ରସାଦ ଶତପଥୀ ଏବଂ ବରିଷ୍ଠ ଖବରଦାତା ରାଜାରାମ ଶତପଥୀ ସଭ୍ୟ ରହିଛନ୍ତି। ଏହି କମିଟି ପକ୍ଷରୁ ଖୁବ୍‌ଶୀଘ୍ର ଏକ ବୈଠକ ବସିବ। ବୈଠକରେ ୨୦୧୬ ପରଠାରୁ ଅଦ୍ୟାବଧି ଯେଉଁ ବିଧାୟକମାନେ ବିଭିନ୍ନ କ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ କରିଛନ୍ତି ସେମାନଙ୍କୁ ପୁରସ୍କୃତ କରାଯିବ। ଏନେଇ ସୋମବାର ବିଧାନସଭା ପକ୍ଷରୁ ଏକ ବିଜ୍ଞପ୍ତି ଜାରି ହୋଇଛି। ବିଜ୍ଞପ୍ତିରେ ବିଧାନସଭା ସଚିବ ସତ୍ୟବ୍ରତ ରାଉତ ଦର୍ଶାଇଛନ୍ତି, ଓଡ଼ିଶା ବେଷ୍ଟ ଲେଜିସ୍‌ଲେଟର ଆଓ୍ବାର୍ଡ ନିୟମ-୨୦୦୨ ଅନୁଯାୟୀ, ଉକ୍ତ କମିଟି ଶ୍ରେଷ୍ଠ ବିଧାୟକ ବାଛିବ। ଏଥିପାଇଁ ପ୍ରତିବର୍ଷ ବିଧାୟକଙ୍କ ରେକର୍ଡ ଅନୁଧ୍ୟାନ କରାଯିବ ବୋଲି ଜଣାପଡ଼ିଛି।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଜିମ୍‌ରେ ଜେଜେବାପା: ବଡି ଓ ଫିଟ୍‌ନେସ୍ ଦେଖି ତାଟକା ହେଲେ ସୋସିଆଲ ମିଡିଆ ୟୁଜର୍ସ, VIDEO ଦେଖିଲେ ଆପଣ ବି…

ସୋସିଆଲ ମିଡିଆରେ ପ୍ରତିଦିନ ଅନେକ ଆଶ୍ଚର୍ଯ୍ୟଜନକ ଭିଡିଓ ଭାଇରାଲ ହୋଇଥାଏ। ସେଥିମଧ୍ୟରୁ କିଛି ଭିଡିଓ ବେଶ ମଜାଦାର ହୋଇଥିବା ବେଳେ କିଛି ଭିଡିଓ ଦେଖିଲେ ଆଖି ଖୋସି…

ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାବୁଡରେ ପଡିଗଲେ ଆର୍‌ଆଇ, ଆଉ ତା’ପରେ…

ଗୁଣପୁର,୧୫।୭(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ତହସିଲର ସିରିଝୋଲି ରାଜସ୍ବ ନିରୀକ୍ଷକ ସୁଶାନ୍ତ ମଲ୍ଲିକ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ପଟ୍ଟା ଟ୍ରାନ୍ସଫର କରାଇଦେବା ପାଇଁ ୨୫ ହଜାର…

ଫିଫା ବିଶ୍ୱକପ୍‌: ରାତି ସାଢ଼େ ୩ ଯାଏ ଖୋଲା ରହିବ ହୋଟେଲ, ରେଷ୍ଟୁରାଣ୍ଟ

ବେଙ୍ଗାଲୁରୁ, ୧୫ା୭: ଚଳିତ ଫିଫା ବିଶ୍ୱକପ୍‌କୁ ଦୃଷ୍ଟିରେ ରଖି କର୍ନାଟକ ସରକାର ବେଙ୍ଗାଲୁରୁରେ ଥିବା ସମସ୍ତ ହୋଟେଲ ଓ ରେଷ୍ଟୁରାଣ୍ଟକୁ ରାତି ୩ଟା ୩୦ ପର୍ଯ୍ୟନ୍ତ ଖୋଲା…

ପ୍ରେମରେ ଉବୁଟୁବୁ ଶେହନାଜ: କହୁ କହୁ କହିଦେଲେ…

ଆଜିକାଲି ପ୍ରେମରେ ଉବୁଟୁବୁ ହେଉଛନ୍ତି ଅଭିନେତ୍ରୀ ଶେହନାଜ ଗିଲ। ସିଦ୍ଧାର୍ଥ ଶୁକ୍ଲାଙ୍କ ଯିବା ପରେ ଶେହନାଜ ଏବେ ଅଭିନେତା ରାଘବ ଜୁୟାଲଙ୍କ ପ୍ରେମରେ ପଡ଼ିଛନ୍ତି। ଏହାକୁ ନେଇ…

ମା’ ବାପାଙ୍କ ସହ ଘରେ ଶୋଇଥିବାବେଳେ କାମୁଡିଲା ସାପ, ଚାଲିଗଲା ସମରତଙ୍କ ଜୀବନ

କୁତ୍ରା ୧୫।୭( ଦେବାଶିଷ ସାହୁ): ସୁନ୍ଦରଗଡ଼ ଜିଲା କୁତ୍ରା ଥାନା ଅନ୍ତର୍ଗତ କନ୍ଦେଇମୁଣ୍ଡା ପାହାଡ଼ଟୋଲି ଗ୍ରାମରେ ସାପ କାମୁଡ଼ାରେ ଜଣେ ୪ ବର୍ଷର ନାବାଳକଙ୍କ ମୃତ୍ୟୁ ଘଟିଥିବାରୁ…

ନୂତନ ପରିଚାଳନା କମିଟି ଗଠନ: ସଭାପତି,ଉପସଭାପତି ଭାବେ ଚୟନ ହେଲେ…

ଗଞ୍ଜାମ,୧୫।୭(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ଷ୍ଟେଶନ ରୋଡ଼ ପାର୍ଶ୍ୱରେ ଥିବା ବାଳିକା ଉଚ୍ଚ ବିଦ୍ୟାଳୟରେ ନୂତନ ପରିଚାଳନା କମିଟି ଗଠନ ହୋଇଛି । ବିଦ୍ୟାଳୟ…

ଜୁଲାଇ ୧୬ରେ ରାଜଧାନୀର ବଡ଼ ଇଲାକାରେ କଟିବ ବିଜୁଳି, ଏହି ସବୁ ଏରିଆ ହେବ ପ୍ରଭାବିତ

ନୂଆଦିଲ୍ଲୀ, ୧୫।୭: ରାଜଧାନୀ ଦିଲ୍ଲୀରେ ବିଜୁଳି ମେଣ୍ଟେନାନ୍ସ (ରକ୍ଷଣାବେକ୍ଷଣ) କାର୍ଯ୍ୟ ଯୋଗୁଁ ଅଲଗା ଅଲଗା ଦିନରେ ଭିନ୍ନ ଭିନ୍ନ ଅଞ୍ଚଳରେ ବିଦ୍ୟୁତ ସମ୍ବନ୍ଧୀୟ କାମ କରାଯାଉଛି। ଏହି…

ଅଧିକ ବ୍ୟାଙ୍କ ଆକାଉଣ୍ଟ ରଖୁଛନ୍ତି କି? ସାବଧାନ! ଆପଣଙ୍କ ପକେଟ୍‌ ଉପରେ ପଡ଼ିପାରେ ଭାରି…

ନୂଆଦିଲ୍ଲୀ, ୧୫।୭: ଆଜିର ଡିଜିଟାଲ ଯୁଗରେ ବ୍ୟାଙ୍କ ଆକାଉଣ୍ଟ ଖୋଲିବା ଅତ୍ୟନ୍ତ ସହଜ ହୋଇଯାଇଛି। ବ୍ୟାଙ୍କକୁ ନଯାଇ ଘରେ ବସି ମୋବାଇଲ୍ ସାହାଯ୍ୟରେ ମିନିଟ୍‌କ ମଧ୍ୟରେ ନୂଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri