ପଞ୍ଚାୟତିରାଜ ଦିବସରେ ଶ୍ରେଷ୍ଠ ପଞ୍ଚାୟତ ହେଲା ପୁରସ୍କୃତ

କୋରାପୁଟ,୫।୩(ଅମିତାଭ ବେହେରା): ମଙ୍ଗଳବାର କୋରାପୁଟସ୍ଥିତ ସଦ୍‌ଭାବନା ସଭାଗୃହଠାରେ ପଞ୍ଚାୟତିରାଜ ଓ ଲୋକସେବା ଦିବସ ପାଳିତ ହୋଇଯାଇଛି। କୋରାପୁଟ ବିଧାୟକ ତଥା ଜିଲା ଯୋଜନା କମିଟି ଅଧ୍ୟକ୍ଷ ରଘୁରାମ ପଡ଼ାଲ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରଦୀପ ପ୍ରଜ୍ଜ୍ୱଳନ କରି ସଭାର ଉଦ୍‌ଘାଟନ କରିଥିଲେ। ଅତିରିକ୍ତ ଜିଲାପାଳ ରାଜେନ୍ଦ୍ର ମାଝୀ, ଜିଲା ପରିଷଦ ଅତିରିକ୍ତ ମୁଖ୍ୟ ଉନ୍ନୟନ ଅଧିକାରୀ ଗଣେଶ୍ୱର କହଁର, ବୈପାରିଗୁଡ଼ା ବ୍ଲକ ଅଧ୍ୟକ୍ଷ ପ୍ରଶାନ୍ତ ଗୁପ୍ତା ପ୍ରମୁଖ ସମ୍ମାନୀତ ଅତିଥି ଭାବେ ଯୋଗଦେଇ ଥିଲେ।

ଏହି ଅବସରରେ ଶ୍ରେଷ୍ଠ ପଞ୍ଚାୟତକୁ ପୁରସ୍କାର ପ୍ରଦାନ କରାଯାଇଥିଲା। ପଟ୍ଟାଙ୍ଗୀ ବ୍ଲକର ମାଳିପୁଟ ପଞ୍ଚାୟତ ପ୍ରଥମ ସ୍ଥାନ ଅଧିକାର କରିଥିବା ବେଳେ ଲକ୍ଷ୍ମୀପୁର ବ୍ଳକର କୁସୁମଗୁଡ଼ା ପଞ୍ଚାୟତ ଦ୍ବିତୀୟ ଏବଂ ପଟ୍ଟାଙ୍ଗୀ ବ୍ଲକର କୋଟିଆ ପଞ୍ଚାୟତ ତୃତୀୟ ସ୍ଥାନ ଅଧିକାର କରି ମୁଖ୍ୟ ଅତିଥିଙ୍କଠାରୁ ପୁରସ୍କାର ଗ୍ରହଣ କରିଥିଲେ।

ଏହିଅବସରେ ସଦଭାବନା ସଭାଗୃହ ସମ୍ମୁଖରେ ରାଜ୍ୟ ସରକାରଙ୍କ ବିଭିନ୍ନ ଜନକଲ୍ୟାଣ ଯୋଜନା ଉପରେ ଏକ ପ୍ରଦର୍ଶନୀ ଆୟୋଜିତ ହୋଇଥିଲା। କାର୍ଯ୍ୟକ୍ରମରେ ଜିଲା ପରିଷଦର ସଭ୍ୟାସଭ୍ୟ, ଜିଲାସ୍ତରୀୟ ଅଧିକାରୀ, ଶତାଧିକ ଏସ୍‌ଏଚଜି ମହିଳା ଯୋଗ ଦେଇଥିଲେ। କାର୍ଯ୍ୟକ୍ରମରେ ଲୋକପାଳ ନଳିନୀ ଟାକ୍ରୀ ଯୋଗଦେଇ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

ସେହିପରି ବିଜେଡି ପକ୍ଷରୁ ସ୍ଥାନୀୟ ଟାଉନ ହଲଠାରେ ବିଜୁବାବୁଙ୍କ ୧୦୮ତମ ଜୟନ୍ତୀ ଅନୁଷ୍ଠିତ ହୋଇ ଯାଇଛି। ଏହି ଅବସରରେ ସହରର ଗ୍ୟାରେଜ ଲାଇନଠାରେ ଥିବା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ବିଜେଡିର ସମସ୍ତ ନେତା ଏବଂ କର୍ମୀ ଉପସ୍ଥିତ ରହି ପୁଷ୍ପମାଲ୍ୟ ଅର୍ପଣ କରିବା ସହିତ ସ୍ମୃତିଚାରଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri