ଶ୍ରେଷ୍ଠ ଟେଲି ଚଳଚ୍ଚିତ୍ର ‘କାଳିଆ କରୁଛି ଲୀଳା’, ଧାରାବାହିକ ‘ସର୍‌ଗମ୍‌’

ଭୁବନେଶ୍ୱର,୧୫।୨(ବ୍ୟୁରୋ): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଓଡ଼ିଶା ଚଳଚ୍ଚିତ୍ର ଉନ୍ନୟନ ନିଗମ(ଓଏଫ୍‌ଡିସି) ସହଯୋଗରେ ଉତ୍କଳ ମଣ୍ଡପଠାରେ ଚାଲିଥିବା ୩୧ତମ ରାଜ୍ୟ ଓଡ଼ିଆ ଚଳଚ୍ଚିତ୍ର ପୁରସ୍କାର ଓ ୮ମ ରାଜ୍ୟ ଓଡ଼ିଆ ଟେଲି ପୁରସ୍କାର ବିତରଣ ଉତ୍ସବ ଶେଷ ହୋଇଛି। ସୋମବାର ଚଳଚ୍ଚିତ୍ର ପୁରସ୍କାର ଦିଆଯାଇଥିବାବେଳେ ମଙ୍ଗଳବାର ଟେଲି ପୁରସ୍କାର ପ୍ରଦାନ କରାଯାଇଛି। ଶ୍ରେଷ୍ଠ ଟେଲି ଚଳଚ୍ଚିତ୍ର ଭାବେ ‘କାଳିଆ କରୁଛି ଲୀଳା’କୁ ପୁରସ୍କୃତ କରାଯାଇଛି। ଚଳଚ୍ଚିତ୍ରର ପ୍ରଯୋଜକ ଦେବାଶିଷ ପାତ୍ର ଓ ନିର୍ଦ୍ଦେଶକ ଅଶ୍ୱିନୀ ଗଡ଼ନାୟକଙ୍କୁ ସମ୍ମାନିତ କରାଯାଇଛି। ସେହିପରି ଶ୍ରେଷ୍ଠ ଟେଲି ଧାରାବାହିକ ଭାବେ ‘ସର୍‌ଗମ୍‌’କୁ ପୁରସ୍କୃତ କରାଯାଇଛି। ଏହାର ପ୍ରଯୋଜକ ଅକ୍ଷୟ ପରିଜା ଓ ନିର୍ଦ୍ଦେଶକ ଚଣ୍ଡୀ ପରିଜାଙ୍କୁ ସମ୍ମାନିତ କରାଯାଇଛି। ଶ୍ରେଷ୍ଠ ଟେଲି ଅଭିନେତା ଭାବେ ‘କାଳିଆ କରୁଛି ଲୀଳା’ର ଦେବାଶିଷ ପାତ୍ର ଓ ଶ୍ରେଷ୍ଠ ଅଭିନେତ୍ରୀ ଭାବେ ‘ରଙ୍ଗିଲା ବୋହୂ’ ପାଇଁ ଲିପ୍ସା ମିଶ୍ରଙ୍କୁ ପୁରସ୍କୃତ କରାଯାଇଛି। ମୋଟ ୨୦ଟି ବର୍ଗ ମଧ୍ୟରୁ ୧୯ଟିକୁ ଟେଲି ଚଳଚ୍ଚିତ୍ର ଓ ଧାରାବାହିକ ପୁରସ୍କାର ଦିଆଯାଇଛି। କେବଳ ଆଦିବାସୀ ଭାଷାରେ ଶ୍ରେଷ୍ଠ ଟେଲି ଚଳଚ୍ଚିତ୍ର ପାଇଁ କାହାକୁ ମନୋନୀତ କରାଯାଇନାହିଁ। ତେବେ ବିବାଦ ପାଇଁ ପୁନଃ ଚୟନ ପରେ ଶ୍ରେଷ୍ଠ ଟେଲି ଚଳଚ୍ଚିତ୍ର(ପ୍ରଯୋଜକ/ନିର୍ଦ୍ଦେଶକ)କୁ ୨ଟି ବର୍ଗ କରାଯିବା ସହ ପୂର୍ବରୁ ଓଡ଼ିଆ ଚଳଚ୍ଚିତ୍ର ‘ନିମ୍‌କୀ’ ପାଇଁ ଶ୍ରେଷ୍ଠ ଚିତ୍ରନାଟ୍ୟ ପୁରସ୍କାର ପାଇବାକୁ ମନୋନୀତ ହୋଇଥିବା ସୁଶାନ୍ତ ମଣିଙ୍କୁ ପୁରସ୍କାରରୁ ବାଦ୍‌ ଦିଆଯାଇଛି। ୫ ଜଣିଆ ଜୁରି କମିଟିରେ ଜୁରି ଅଧ୍ୟକ୍ଷ ଭାବେ ଅବସରପ୍ରାପ୍ତ ପ୍ରଶାସନିକ ଅଧିକାରୀ ରବିନାରାୟଣ ସେନାପତି, ଜୁରି ସଦସ୍ୟ ଭାବେ ପ୍ରଯୋଜକ ଓ ନିର୍ଦ୍ଦେଶକ ଗଦାଧର ପୁଟ୍ଟୀ, ସଙ୍ଗୀତକାର ପ୍ରସନ୍ନ କୁମାର ମିଶ୍ର, ଲେଖିକା ବିୟତପ୍ରଜ୍ଞା ତ୍ରିପାଠୀ ଓ ସାମ୍ବାଦିକ ରମାକାନ୍ତ ଦାସ ରହିଥିଲେ। ସମସ୍ତଙ୍କୁ ଏହି ଅବସରରେ ମଞ୍ଚରେ ସମ୍ବର୍ଦ୍ଧିତ କରାଯାଇଛି।
ଉଦ୍‌ଯାପନୀ ସନ୍ଧ୍ୟାରେ ମୁଖ୍ୟ ଅତିଥି ଭାବେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଅଶ୍ୱିନୀ ପାତ୍ର ଯୋଗଦେଇ କଳାକାରଙ୍କୁ ପୁରସ୍କୃତ କରିଥିଲେ। ଉତ୍ସବରେ ଅତିଥି ଭାବେ ବିଧାୟକ ଅନନ୍ତ ନାରାୟଣ ଜେନା, ବିଧାୟକ ସୁଶାନ୍ତ ରାଉତ, ଓଏଫ୍‌ଡିସି ଅଧ୍ୟକ୍ଷ କୁନା ତ୍ରିପାଠୀ, ସଂସ୍କୃତି ବିଭାଗ ନିର୍ଦ୍ଦେଶକ ରଞ୍ଜନ କୁମାର ଦାସ ଯୋଗଦେଇଥିଲେ। ସାରେ ଟେଲି ଆସୋସିଏଶନ୍‌ ପକ୍ଷରୁ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri